ପ୍ରକାଶ ପାଇଲା ସରକାରୀ ବିଜ୍ଞପ୍ତି: ଅଧିଗ୍ରହଣ ହେବ ୧୫ ଏକର ଜମି

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ସୁରକ୍ଷା ଏବଂ ସନ୍ଦର୍ଯ୍ୟକରଣ ପାଇଁ ମେଘନାଦ ପାଚେରି କଡ଼ରୁ ୭୫ ମିଟର ସୁରକ୍ଷା ଜୋନରେ ପ୍ରଶାସନ ପକ୍ଷରୁ ସର୍ଭେ ଚାଲିଥିଲା। ହେଲେ ସରକାରୀ ବିଜ୍ଞପ୍ତି ପାଇ ନ ଥିବାବେଳେ କେଉଁ ଆଧାରରେ ସର୍ଭେ ଚାଲିଛି ବୋଲି ଲୋକେ ବିରୋଧ କରିଥିଲେ। ଫଳରେ ଏହାକୁ ନେଇ ସର୍ଭେ କାର୍ଯ୍ୟ ଅଧାରୁ ଅଟକି ଯାଇଥିଲା। ତେବେ ମଙ୍ଗଳବାର ସୁରକ୍ଷା ଜୋନରେ ଥିବା ଜମି ଅଧିଗ୍ରହଣ ପାଇଁ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଚିଠି ନଂ. ୨୮୮୯୭ ତା ୨୪ା୯ା୨୦୧୯ରେ ରାଜସ୍ବ ବିଭାଗ ଏହାର ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ବେକ୍ଷଣ ପାଇଁ ଅଧିସୂଚନା ପ୍ରକାଶ କରିଛି। ଫଳରେ ଗୁରୁବାରଠାରୁ ପୁଣି ସର୍ଭେ କାର୍ଯ୍ୟ ଆରମ୍ଭ ହୋଇ ଏକ ମାସ ମଧ୍ୟରେ ଶେଷ ହେବ ବୋଲି ଜଣାପଡିଛି।
ବିଜ୍ଞପ୍ତି ମୁତାବକ, ଭୂମି ଅର୍ଜନ, ପୁନର୍ବାସ ଓ ଥଇଥାନରେ ଉଚିତ ମୂଲ୍ୟ ଏବଂ ୨୦୧୩ ଜମି ଅଧିଗ୍ରହଣ ଆଇନ ଧାରା ୪ ଅନୁଯାୟୀ ଏହି ସର୍ଭେକ୍ଷଣ କରାଯିବ। ରାସ୍ତା ଓ ଗୃହ ନିର୍ମାଣ ଡିଭିଜନ, ପୁରୀର ନିର୍ବାହୀ ଯନ୍ତ୍ରୀ ପ୍ରକଳ୍ପ ବିକାଶକାରୀ ଭାବେ ବିଜ୍ଞପ୍ତିରେ ଦର୍ଶାଯାଇଥିବା ବେଳେ ଶ୍ରୀଜଗନ୍ନାଥ ମନ୍ଦିର ଚତୁଃପାର୍ଶ୍ୱ ନିରାପତ୍ତା ବଳୟ ଉନ୍ନତିକରଣ ନିମନ୍ତେ ପ୍ରସ୍ତାବିତ ଭୂମି ଅଧିଗ୍ରହଣର ଉଦ୍ଦେଶ୍ୟ ବୋଲି ଉଲ୍ଲେଖ ରହିଛି। ଏଥିପାଇଁ ମୋଟ ୧୫.୧୯୧ ଏକର ଜମି ଅଧିଗ୍ରହଣ କରାଯିବ, ଯେଉଁଥିରେ ୧୨.୫୪୪୫ ଏକର ଘରୋଇ ଏବଂ ୨.୬୪୬୫ ଏକର ସରକାରୀ ଜମି ରହିଛି। ଏଥିମଧ୍ୟରେ ପୁରୀ ତହସିଲ ଅନ୍ତର୍ଗତ ୫ଟି ଗ୍ରାମ ବାସେଳିସାହି, ମର୍ଣ୍ଣିକର୍ଣ୍ଣିକା ସାହି, କାଳିକାଦେବୀ ସାହି, ଦୋଳମଣ୍ଡପ ସାହି ଓ ଚୁଡ଼ଙ୍ଗ ସାହିର ଜମି ଅଧିଗ୍ରହଣ କରାଯିବ। ସାମାଜିକ ପ୍ରଭାବ ନିର୍ଦ୍ଧାରଣ ସର୍ବେକ୍ଷଣ ପରେ ପ୍ରକଳ୍ପ ପ୍ରଭାବିତ ଜମିର ବିସ୍ତୃତ ତାଲିକା ଉପଲବ୍ଧ ହୋଇପାରିବ। ତେବେ ଶ୍ରୀମନ୍ଦିର ସୁରକ୍ଷା ଜୋନରେ ଜମି ଅଧିଗ୍ରହଣ ପ୍ରକ୍ରିୟାକୁ ତ୍ୱରାନ୍ବିତ କରିବା ଲାଗି ୩୦ ଅଫିସରଙ୍କୁ ନେଇ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରଯାଇଛି। ୭୫ ମିଟର ମଧ୍ୟରେ ୩୦୦ ପ୍ଲଟ ରହିଛି। ଏଥିମଧ୍ୟରୁ ୨୩୦ ପ୍ଲଟ ବ୍ୟକ୍ତିଗତ ମାଲିକନାରେ ରହିଛି। ଜମି ଅଧିଗ୍ରହଣ ସୂଚନା ଏବଂ ବିଭିନ୍ନ ସରକାରୀ ସୂଚନା ତଥା ଥଇଥାନ ସମ୍ପର୍କରେ ବିସ୍ଥାପିତଙ୍କୁ ସୂଚନା ଦେବା ଲାଗି ସ୍ବତନ୍ତ୍ର କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଏହି କଣ୍ଟ୍ରୋଲ ରୁମ୍‌କୁ ଆସି କ୍ଷତିଗ୍ରସ୍ତ ଲୋକେ ସିଧାସଳଖ ପ୍ରଶାସନ ପାଖରେ ତାଙ୍କ ଆପତ୍ତି ଅଭିଯୋଗ ସହ ଜରୁରୀ ସୂଚନା ପାଇପାରିବେ। ଏଥିସହ ପ୍ରଶାସନିକ ଅଧିକାରୀ ମଧ୍ୟ ଘର ଘର ବୁଲି ଆଲୋଚନା କରିବେ। ଏହି ଦାୟିତ୍ୱରେ ୫ ଜଣ ଶିକ୍ଷାନବୀସ ଆଇଏଏସ୍‌ ଅଫିସର, ୫ ଜଣ ରାଜସ୍ବ ଅଧିକାରୀ, ୫ ଓଏଏସ୍‌ ଓ ଅନ୍ୟ ୫ ଜଣ ଶିକ୍ଷାନବୀଶ ଓଏଏସ୍‌ ଅଫିସର ରହିଛନ୍ତି। ଏମାନଙ୍କ ସହ ପୂର୍ତ୍ତ ବିଭାଗର ପ୍ରାୟ ୧୦ ଜଣ ଅଫିସର ଜମି ଅଧିଗ୍ରହଣ ପ୍ରକ୍ରିୟାରେ ସାମିଲ ହେବେ ବୋଲି ଜଣାପଡିଛି। ଏ ସମ୍ପର୍କରେ ଉପଜିଲାପାଳ ଭବତାରଣ ସାହୁ କହିଛନ୍ତି ମଙ୍ଗଳବାର ଜମି ଅଧିଗ୍ରହଣ ପାଇଁ ସାମାଜିକ ପ୍ରଭାବ ନିର୍ଦ୍ଧାରଣ ନିମନ୍ତେ ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଗୁରୁବାରଠାରୁ ପୁଣି ସର୍ଭେ କାର୍ଯ୍ୟ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପାନୀୟଜଳ ସମସ୍ୟା ନେଇ ବିଡିଓଙ୍କ ଦ୍ୱାରସ୍ଥ

ଲାଞ୍ଜିଗଡ଼,୧୭ା୪(ରମେଶ ଚନ୍ଦ୍ର ନାୟକ): ଲାଞ୍ଜିଗଡ଼ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ସିନ୍ଦିଭଟା ଗ୍ରାମରେ ପିଇବା ପାଣି ସମସ୍ୟାକୁ ନେଇ ଶୁକ୍ରବାର ଗ୍ରାମବାସୀ ବିଡିଓଙ୍କ ଦ୍ୱାରସ୍ଥ ହୋଇ ଦାବିପତ୍ର…

ଆଜିଠାରୁ ୨୨ ଯାଏଁ ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି

ସୋନପୁର,୧୭।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲାରେ ତାତି ଅସମ୍ଭାଳ। ସକାଳ ୮ଟାରୁ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳି। ପରିସ୍ଥିତିକୁ ଦୃଷ୍ଟିରେ ରଖି ସୁବର୍ଣ୍ଣପୁର…

କଳାହାଣ୍ଡିରେ ୧୮ରୁ ୨୧ ସ୍କୁଲ ଛୁଟି : ଜିଲାପାଳ କଲେ ଘୋଷଣା

ଭବାନୀପାଟଣା,୧୭।୪(ଉତ୍ତମ କୁମାର ଦାଶ)-ପ୍ରବଳ ଖରା ଓ ଅସହ୍ୟ ଗରମ କୁ ଦୃଷ୍ଟିରେ ରଖି ଶନିବାର ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ଜିଲାର ସମସ୍ତ ସରକାରୀ,ବେସରକାରୀ ସ୍କୁଲ…

ହର୍ମୁଜ ଖୋଲିବା ମାତ୍ରେ କମିଗଲା ପେଟ୍ରୋଲ-ଗ୍ୟାସ ଦର, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୧୭।୪: ଇରାନର ବୈଦେଶିକ ମନ୍ତ୍ରୀ ୪୯ ଦିନର ବନ୍ଦ ପରେ ବାଣିଜ୍ୟିକ ଜାହାଜ ପାଇଁ ହର୍ମୁଜ ପ୍ରଣାଳୀକୁ ପୁନଃ ଖୋଲିବା ଘୋଷଣା କରିବାର କିଛି ସମୟ ପରେ…

ଗ୍ରୀଷ୍ମ ପ୍ରବାହ: ଶିକ୍ଷାନୁଷ୍ଠାନଗୁଡ଼ିକୁ SOP ଅନୁସରଣ କରିବାକୁ ପରାମର୍ଶ

ବଲାଙ୍ଗୀର,୧୭।୪(ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ଜିଲାର ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନଙ୍କୁ ଓଡ଼ିଶାର ସୱତନ୍ତ୍ର ରିଲିଫ କମିଶନରଙ୍କ SOP ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ…

ଇରାନ ହର୍ମୁଜ ଖୋଲୁ ଖୋଲୁ ଭାରତ ପାଇଁ ଆସିଲା ଖୁସି ଖବର! ରାତାରାତି ପଲଟିଗଲା ବାଜି

ନୂଆଦିଲ୍ଲୀ,୧୭।୪: ଗତ ଦେଢ଼ ମାସ ଧରି ସମଗ୍ର ବିଶ୍ୱ ନିଶ୍ୱାସ ବନ୍ଦ କରି ରଖିଛି। ଫେବୃଆରୀ 28 ତାରିଖରେ ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଯେଉଁ ସଂଘର୍ଷ…

ଜନଗଣନା ବେଳେ କାମୁଡିଲା ସାପ

ଭଞ୍ଜନଗର,୧୭।୪(ବାବୁଲା ପ୍ରଧାନ): ଜନଗଣନା ସମୟରେ ଶୁକ୍ରବାର ସର୍ପ ଦଂଶନରେ ଜଣେ ଶିକ୍ଷୟିତ୍ରୀ ଗୁରୁତର ଭାବେ ଅସୁସ୍ଥ ହୋଇପଡ଼ିଛନ୍ତି। ଯାହାକୁ ନେଇ ଶିକ୍ଷକମାନେ ଚିନ୍ତିତ ହୋଇପଡିଛନ୍ତି। ଏହି ଘଟଣାଟି…

ନିଯୁକ୍ତି ଆଳରେ ନିର୍ଯ୍ୟାତନା ଅଭିଯୋଗ : ତାମିଲନାଡୁରୁ ୧୬ଯୁବତୀ…

ବରଗଡ଼,୧୭।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅଞ୍ଚଳରୁ ତାମିଲନାଡୁ ତିରପୁରକୁ ଏକ କମ୍ପାନୀରେ ନିଯୁକ୍ତି ଆଳରେ ଯାଇ ସେଠାରେ ବନ୍ଧା ପଡିଥିବା ୧୬ ଯୁବତୀ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri