ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ପରଲୋକ

ନୂଆଦିଲ୍ଲୀ,୧୮।୧୨:ବଲିଉଡର ପ୍ରଖ୍ୟାତ ଅଭିନେତା ଶ୍ରୀରାମ ଲାଗୁଙ୍କ ମଙ୍ଗଳବାର ସନ୍ଧ୍ୟାରେ ପରଲୋକ ଘଟିଛି। ତାଙ୍କୁ ୯୨ ବର୍ଷ ହୋଇଥିଲା। ସେ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ପୁନେସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଛନ୍ତି। ୧୦୦ରୁ ଊର୍ଦ୍ଧ୍ୱ ହିନ୍ଦୀ ଫିଲ୍ମ ଏବଂ ୪୦ରୁ ଊର୍ଦ୍ଧ୍ୱ ମରାଠି ଓ ଗୁଜରାଟୀ ଚଳଚ୍ଚିତ୍ରରେ ସେ ଅଭିନୟ କରିଛନ୍ତି। ୧୯୨୭ ନଭେମ୍ବର ୧୬ରେ ମହାରାଷ୍ଟ୍ରର ସତାରାରେ ଜନ୍ମଗ୍ରହଣ କରିଥିବା ଏହି କିମ୍ବଦନ୍ତୀ ଅଭିନେତା ମରାଠୀ ରଙ୍ଗମଞ୍ଚକୁ ଆଗକୁ ନେବାରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରିଥିଲେ। ୧୯୭୮ର ହିନ୍ଦୀ ଫିଲ୍ମ ‘ଘରୋନ୍ଦା’ ପାଇଁ ସେ ଫିଲ୍ମଫେୟାର ଶ୍ରେଷ୍ଠ ପାର୍ଶ୍ୱ ଅଭିନେତା ପୁରସ୍କାର ପାଇଥିଲେ। ତାଙ୍କ ପରଲୋକରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ଏନ୍‌ସିପି ନେତା ଅଜିତ୍‌ ପାଓ୍ବାର, କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ପ୍ରକାଶ ଜାଭେଡକର ସମେତ ବହୁ ଅଭିନେତା, ଅଭିନେତ୍ରୀ, ସାମାଜିକ କର୍ମୀ, ରାଜନେତା ଗଭୀର ଶୋକ ପ୍ରକାଶ କରିଛନ୍ତି। ମରାଠୀ ରଙ୍ଗମଞ୍ଚ ତା’ର ‘ନଟ ସମ୍ରାଟ’ଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଶ୍ରଦ୍ଧାଞ୍ଜଳି ଦେଇ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ବୁଧବାର ଚନ୍ଦ୍ରରେ ହେବ ଭୟଙ୍କର ବିସ୍ଫୋରଣ, ପ୍ରଚଣ୍ଡ ଶବ୍ଦରେ ହୋଇଯିବ ଛାରଖାର!

ନୂଆଦିଲ୍ଲୀ,୪।୮: ଆସନ୍ତା ୫ ତାରିଖ ବୁଧବାରରେ ସ୍ପେସ୍ ଏକ୍ସ ରକେଟର ୩,୯୦୦ କି.ଗ୍ରା ଓଜନର ଏକ ଟୁକୁଡା ଚନ୍ଦ୍ରପୃଷ୍ଠରେ ବିସ୍ଫୋରଣ ହେବ। ୨୦୨୫ ଜାନୁଆରୀ ୧୫ରେ ସ୍ପେସ…

ଆସନ୍ତାକାଲି ଠାରୁ ମିଳିବ ଶୁଦ୍ଧ ପେଟ୍ରୋଲ? E20ରୁ ମିଳିବ ମୁକ୍ତି, ବଡ଼ ବୟାନ ଦେଲେ ସରକାର…

ନୂଆଦିଲ୍ଲୀ,୪।୮:: ଗତ କିଛି ଦିନ ଧରି, ସୋସିଆଲ ମିଡିଆରେ ଏକ ଖବର ଭାଇରାଲ ହେଉଛି, ଯେଉଁଥିରେ ଦାବି କରାଯାଉଛି ଯେ, ସରକାର E20 ପେଟ୍ରୋଲକୁ ପର୍ଯ୍ୟାୟକ୍ରମେ ବନ୍ଦ…

ଏଣିକି UPI ପେମେଣ୍ଟରେ ଲାଗିବ ଏକ୍ସର୍ଟା ଚାର୍ଜ? ଜାଣନ୍ତୁ କେତେ ଟ୍ରାଞ୍ଜାକ୍ସନ କଲେ ଦେବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୪।୮: ସରକାର ୟୁପିଆଇ (UPI) ମାଧ୍ୟମରେ ପେମେଣ୍ଟ କରିବାକୁ ନେଇ ଏକ ବଡ଼ ପରିବର୍ତ୍ତନ କରିବାକୁ ପ୍ରସ୍ତୁତି କରୁଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ‘ପେମେଣ୍ଟ ଆଣ୍ଡ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri