ପ୍ରଚଣ୍ଡ ଗ୍ରୀଷ୍ମ: ୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଆଉଟ ପାଉଟ ହେଉଛି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା। ଦେହ ମୁଣ୍ଡ ଝାଇଁ ଝାଇଁ କରି ଦେଉଛି। ଉପକୂଳରେ ମଧ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଯଦିଓ ତାତି କମ୍‌ ରହିଛି ତେବେ ଦେହମୁଣ୍ଡରୁ ଗମ୍‌ଗମ୍‌ ହୋଇ ଝାଳ ବୋହୁଛି। ଏଭଳି ପାଗ ଆହୁରି ୨ଦିନ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଡେଇଁ ଯାଇଛି। ରାଜ୍ୟର ୧୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ଼ ୪୩, ବୌଦ୍ଧ ୪୨.୮, ସମ୍ବଲପୁର ୪୨.୬, ହୀରାକୁଦ ୪୨.୫, ବଲାଙ୍ଗୀର ୪୨.୫, ତାଳଚେର ୪୨.୫, ସୋନପୁର ୪୨.୪, ଝାରସୁଗୁଡ଼ା ୪୨.୨, ଭବାନୀପାଟଣା ୪୨, ମାଲକାନଗିରି ୪୧, ଫୁଲବାଣୀ ୪୦.୪, ପାରଳାଖେମୁଣ୍ଡି ୪୦ ଏବଂ ସୁନ୍ଦରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର ଏବଂ କଳାହାଣ୍ଡିରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉକ୍ତ ଜିଲାଗୁଡ଼ିକରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୩୦ ତାରିଖ ଯାଏ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶା ଜିଲାଗୁଡ଼ିକରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଘରୁ ପଦାକୁ ବାହାରିବା ବେଳେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ବୃଦ୍ଧ, ଅସୁସ୍ଥ ବ୍ୟକ୍ତି ଏବଂ ଶିଶୁମାନେ ପଦାକୁ ନ ବାହାରିବାକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri