ପ୍ରଚଣ୍ଡ ଗ୍ରୀଷ୍ମ: ୪୦ ଡିଗ୍ରୀ ଉପରେ ୧୪ ସହର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ଆଉଟ ପାଉଟ ହେଉଛି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶା। ଦେହ ମୁଣ୍ଡ ଝାଇଁ ଝାଇଁ କରି ଦେଉଛି। ଉପକୂଳରେ ମଧ୍ୟ ଗୁଳୁଗୁଳି ଅସ୍ତବ୍ୟସ୍ତ କରୁଛି। ଯଦିଓ ତାତି କମ୍‌ ରହିଛି ତେବେ ଦେହମୁଣ୍ଡରୁ ଗମ୍‌ଗମ୍‌ ହୋଇ ଝାଳ ବୋହୁଛି। ଏଭଳି ପାଗ ଆହୁରି ୨ଦିନ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବୁଧବାର ଅଧିକାଂଶ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଡେଇଁ ଯାଇଛି। ରାଜ୍ୟର ୧୪ଟି ସହରରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଥିବା ବେଳେ ଟିଟିଲାଗଡ଼ ୪୩, ବୌଦ୍ଧ ୪୨.୮, ସମ୍ବଲପୁର ୪୨.୬, ହୀରାକୁଦ ୪୨.୫, ବଲାଙ୍ଗୀର ୪୨.୫, ତାଳଚେର ୪୨.୫, ସୋନପୁର ୪୨.୪, ଝାରସୁଗୁଡ଼ା ୪୨.୨, ଭବାନୀପାଟଣା ୪୨, ମାଲକାନଗିରି ୪୧, ଫୁଲବାଣୀ ୪୦.୪, ପାରଳାଖେମୁଣ୍ଡି ୪୦ ଏବଂ ସୁନ୍ଦରଗଡ଼ରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର ଏବଂ କଳାହାଣ୍ଡିରେ ପ୍ରବଳ ଗ୍ରୀଷ୍ମପ୍ରବାହ ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଉକ୍ତ ଜିଲାଗୁଡ଼ିକରେ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଆସନ୍ତା ୩୦ ତାରିଖ ଯାଏ ଆଭ୍ୟନ୍ତରୀଣ ଏବଂ ପଶ୍ଚିମ ଓଡ଼ିଶା ଜିଲାଗୁଡ଼ିକରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି। ଘରୁ ପଦାକୁ ବାହାରିବା ବେଳେ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ସମୟରେ ବୃଦ୍ଧ, ଅସୁସ୍ଥ ବ୍ୟକ୍ତି ଏବଂ ଶିଶୁମାନେ ପଦାକୁ ନ ବାହାରିବାକୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଫନୀ କ୍ଷତିଗ୍ରସ୍ତ ସ୍କୁଲ ସ୍ଥିତିର ସମୀକ୍ଷା ପ୍ରତି ବ୍ଲକରେ ହେବ ମଡେଲ ହାଇସ୍କୁଲ

ପୁରୀ ଅଫିସ, ୮ା୧୨: ବାତ୍ୟା ଫନୀରେ ପୁରୀ ଜିଲାରେ ବହୁ ସ୍କୁଲ କ୍ଷତିଗ୍ରସ୍ତ ହୋଇଥିଲା। ସେହି ସ୍କୁଲଗୁଡ଼ିକର ବର୍ତ୍ତମାନ ସ୍ଥିତି ଏବଂ କ’ଣ ଆବଶ୍ୟକତା ରହିଛି...

ଛୁରି, ଟାଙ୍ଗିଆରେ ଆକ୍ରମଣ: ଜଣେ ମୃତ, ୩ ଅଟକ

ବଡ଼ବିଲ,୨୧ା୨(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଠାକୁରାଣୀସ୍ଥିତ ସିରାଜୁଦ୍ଦିନ ହଟିଂରେ ରବିବାର ରାତିରେ କୌଣସି କାରଣରୁ ସଂଘର୍ଷ ଘଟିଛି। ଏହି ସଂଘର୍ଷରେ ଜଣଙ୍କର ମୃତ୍ୟୁ...

ପୁଣି ବଢ଼ିଲା ତୈଳ ଦର

ଭୁବନେଶ୍ୱର/ନୂଆଦିଲ୍ଲୀ,୧।୧୦:ଦିନକର ବିରତି ପରେ ପୁଣି ଥରେ ଉଭୟ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଇଛି। ଦେଶର ପ୍ରମୁଖ ତୈଳ ବିପଣନ କମ୍ପାନୀ ଭାରତୀୟ ତୈଳ...

ସହର ସୀମାରେ ସଜାଗ ପୋଲିସ

ଢେଙ୍କାନାଳ ଅଫିସ, ୨୩।୩: ମହାମାରୀ କରୋନାକୁ ପ୍ରତିହତ କରିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଢେଙ୍କାନାଳ ଜିଲାକୁ ସୋମବାର ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାପରେ ଜିଲା ପ୍ରଶାସନ...

ଗଞ୍ଜାମର ଦୁର୍ଦ୍ଦାନ୍ତ ଅପରାଧୀ କୈଳାସଙ୍କ ନା’ରେ ଲାଗିଲା ଏନ୍‌ଏସ୍‌ଏ

ବ୍ରହ୍ମପୁର ଅଫିସ ,୨୪।୬- ଗଞ୍ଜାମ ଜିଲାର ଅନ୍ୟତମ ଦୁର୍ଦ୍ଦାନ୍ତ ଅପରାଧି ତଥା ବଡବଜାର ଥାନା ଅନ୍ତର୍ଗତ ସିତାଢ଼ିମ୍ବିରା ସାହିର କୈଳାସ ଘଡେଇଙ୍କ ନାମରେ ଜାତୀୟ ନିରାପତ୍ତା...

ପାଟକୁରା ବିଧାନସଭା ନିର୍ବାଚନ: ପ୍ରଚାର ସରଗରମ, ନେତାଙ୍କ ସ୍ବର ନରମ

କେନ୍ଦ୍ରାପଡ଼ା ଅଫିସ, ୧୬ା୭- ପାଟକୁରା ନିର୍ବାଚନ ପ୍ରଚାର ପାଇଁ ଆଉ ମାତ୍ର ୪ ଦିନ ରହିଛି ା ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ ମୁତାବକ ୧୮ ତାରିଖ...

ଲମ୍ବୁଛି ଚୋରା ମଦ ଚେର

ବଇଣ୍ଡା,୧୮ା୧୨(ପରିକ୍ଷିତ ସାହୁ) ଚୋରା ମଦ କାରବାର ରୋକିବାକୁ ସ୍ବତନ୍ତ୍ର ଅବକାରୀ ଥାନା ପ୍ରତିଷ୍ଠା ହୋଇଛି। ଅବକାରୀ ବିଭାଗ ସହ ପୋଲିସ ମିଳିତ ପଦକ୍ଷେପ ନେଉଛି। ନୂତନ...

ଦିଲ୍ଲୀ ଗଲେ ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): ଭୁବନେଶ୍ୱର ବିମାନବନ୍ଦରରୁ ଗୁରୁବାର ସକାଳ ୯.୪୦ରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ଏନ୍‌ଡିଏ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ପ୍ରାର୍ଥୀ ଭାବେ...

Advertisement
Archives

Model This Week