ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ କୁହାଯିବା ଘଟଣା: ଗଣଶିକ୍ଷା ମନ୍ତ୍ରୀ କହିଲେ ‘ତ୍ରୁଟି ଅନିଚ୍ଛାକୃତ’

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆମ ବାପୁଜୀ: ଏକ ଝଲକ’ ଶୀର୍ଷକ ଲିଫ୍‌ଲେଟ୍‌ (ପ୍ରଚାରପତ୍ର)ରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ବୋଲି ଦର୍ଶାଯାଇଛି। ତେବେ ଏହି ତ୍ରୁଟି ଅନିଚ୍ଛାକୃତ ବୋଲି ଶନିବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିଧାନସଭାରେ ବିବୃତି ରଖିଛନ୍ତି। ଘଟଣାକୁ ବିଭ୍ରାନ୍ତ ଏବଂ ପରିବର୍ତ୍ତନ କରି ଦର୍ଶାଇବା ଉଦ୍ଦେଶ୍ୟ ନ ଥିଲା। ଲିଫ୍‌ଲେଟ୍‌ ପ୍ରସ୍ତୁତିରେ ସମ୍ପୃକ୍ତ କର୍ମଚାରୀଙ୍କୁ ସେବାନିବୃତ୍ତ କରାଯିବ। ଘଟଣା ନେଇ ୨ ଅଧିକାରୀଙ୍କୁ କୈଫିୟତ ତଲବ କରାଯାଇଛି। ଏଥିସହ ମାସକ ମଧ୍ୟରେ ପୁନଃ ମୁଦ୍ରଣ କରି ଲିଫ୍‌ଲେଟ୍‌ ବଣ୍ଟାଯିବ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ଉକ୍ତ ଲିଫ୍‌ଲେଟ୍‌କୁ ନେଇ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ବିଭିନ୍ନ ସଂଗଠନ ପକ୍ଷରୁ ରାଜ୍ୟ ସରକାରଙ୍କୁ କଡ଼ା ସମାଲୋଚନା କରାଯାଇଥିଲା। ଏପରିକି ଶୁକ୍ରବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗକୁ ନେଇ କଂଗ୍ରେସ ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କରିବା ପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ମନ୍ତ୍ରୀଙ୍କୁ ଶନିବାର ଗୃହରେ ବିବୃତି ଦେବାକୁ ରୁଲିଂ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri