ପ୍ରଚାର ବେଳେ ଉତ୍ତେଜନା

ଚାନ୍ଦବାଲି, ୨୩।୪ (ଡି.ଏନ.ଏ.)- ଭଦ୍ରକ ଜିଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଅଧୀନ ଯଶୀପୁର ପଞ୍ଚାୟତର ବିଭିନ୍ନ ଗ୍ରାମରେ ସୋମବାର ବିଜେଡି ପକ୍ଷରୁ ନିର୍ବାଚନ ପ୍ରଚାର ହୋଇଥିଲା। ବିଜେଡି ବିଧାୟକ ପ୍ରାର୍ଥୀ ବ୍ୟୋମକେଶ ରାୟ ସମର୍ଥକଙ୍କ ସହ କୁଦକାନ୍ଥି ନିକଟରୁ ଶୋଭାଯାତ୍ରାରେ ବାହାରି ଯଶୀପୁର ବଜାର ନିକଟରେ ପହଞ୍ଚିଥିଲେ। ତେବେ ଏଠାରେ କେତେକ ସ୍ଥାନୀୟ ଲୋକ ବିଧାୟକଙ୍କ ଗସ୍ତକୁ ବିରୋଧ କରିବା ଦେଖାଯାଇଥିଲା। ଏହାକୁ ନେଇ ଉଭୟ ପକ୍ଷରୁ ଟେକାପଥର ମାଡ଼ ହୋଇ ଉତ୍ତେଜନା ପ୍ରକାଶ ପାଇଥିଲା। ବାଂଶଡ଼ା ଥାନା ପୋଲିସ ପହଞ୍ଚି ବୁଝାଶୁଝା କରିଥିଲା। ତେବେ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ବିଧାୟକ ଅନ୍ୟ ରାସ୍ତାରେ ବୁଲି ପ୍ରଚାର କରିଥିଲେ। ଶୋଭାଯାତ୍ରା ଯଶୀପୁର ବଜାର ଅତିକ୍ରମ କରିବା ପରେ ପରିସ୍ଥିତି ଶାନ୍ତ ପଡିଥିଲା। ବିଧାୟକ ବ୍ୟୋମକେଶ ଶୋଭାଯାତ୍ରାରେ ଯଶୀପୁର ପଞ୍ଚାୟତର କୁଦକାନ୍ଥି, ଯଶୀପୁର, ବଳସାହି, ବାରାକୋହ୍ଲା ଆଦି ଗଁା ପରିକ୍ରମା କରି ନିଜ ସପକ୍ଷରେ ପ୍ରଚାର କରିଥିଲେ। ବ୍ଲକ ବିଜେଡି ସଭାପତି ଦ୍ୱିଜବର ରାଉତ, ନରେଶ ମାଝି, ଶରତ ସାହୁଙ୍କ ସମେତ ବିଭିନ୍ନ ଅଞ୍ଚଳରୁ ଆସିଥିବା ଦଳୀୟ ସମର୍ଥକ ଓ କର୍ମୀ ଶୋଭାଯାତ୍ରାରେ ସାମିଥିଲେ। ଗଣ୍ଡଗୋଳ ନେଇ ଉଭୟ ପକ୍ଷରୁ ବାଂଶଡ଼ା ଥାନାରେ ଲିଖିତ ଅଭିଯୋଗ ହୋଇଛି। ସନ୍ଧ୍ୟାରେ ଏସ୍‌ଡିପିଓ ଉମାଶଙ୍କର ମହାରଣା ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ କରି ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଚିତ୍ରପୁର ଜଙ୍ଗଲରେ ବିରଳ ପ୍ରଜାତିର ଜୀବ: ଦେଖିବାକୁ ଲୋକଙ୍କ ପ୍ରବଳ ଭିଡ଼

ଭୋଗରାଇ, ୮।୯ (ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସମୁଦ୍ରକୂଳକୁ ଲାଗିଥିବା ବିଚିତ୍ରପୁର ଜଙ୍ଗଲରୁ ୫ଟି ଅଜଣା ଜୀବ ଉଦ୍ଧାର ହୋଇଛି। ଏକାଥରେ ୫ଟି ବିରଳ…

ହଷ୍ଟେଲରେ ଝୁଲିପଡ଼ିଲେ ଇଞ୍ଜିନିୟରିଂ ଛାତ୍ରୀ: ମା’ଙ୍କୁ ଫୋନ୍‌ କରି କହିଲେ…

ବାହାନଗା,୮।୯(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ଘରୋଇ ଇଞ୍ଜିନିୟରିଂ କଲେଜ ବିସିଇଟି (ବାଲେଶ୍ବର କଲେଜ ଅଫ ଇଞ୍ଜିନିୟରିଙ୍ଗ ଏଣ୍ଡ ଟେକ୍ନୋଲୋଜି )ର ମହିଳା ଛାତ୍ରବାସରେ ଜଣେ ଛାତ୍ରୀଙ୍କ…

ନାନା ସମସ୍ୟାରେ ଛନ୍ଦି ହୋଇଛି ବରି ହାଇସ୍କୁଲ, ମଧ୍ୟାହ୍ନଭୋଜନ ଅର୍ଥରେ କିଣାଯାଉଛି ଚକ୍‌ଖଡ଼ି

ସିମୁଳିଆ,୭ା୯(ସନ୍ତୋଷ ନାୟକ): ୨୦୨୪-୨୫ ଶିକ୍ଷାବର୍ଷରୁ ବାଲେଶ୍ୱର ଜିଲାରେ ପ୍ରଥମ ପିଏମ୍‌ଶ୍ରୀ ବିଦ୍ୟାଳୟର ମାନ୍ୟତା ପାଇଥିବା ସିମୁଳିଆ ବ୍ଲକର ବରି ହାଇସ୍କୁଲ ନାନା ସମସ୍ୟା ମଧ୍ୟରେ ଛନ୍ଦି ହୋଇରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri