Posted inଖେଳ

ପ୍ରଜକ୍ତାଙ୍କୁ ସହାୟତା ମିଳିଲା

ନାଗପୁର,୨୦ା୫ (ପି.ଟି.)- କରୋନାଭାଇରସ ପାଇଁ ଜାତୀୟ ଲକ୍‌ଡାଉନ୍‌ ବେଳେ ଜୀବନ ବଞ୍ଚାଇବା ଲାଗି ସଂଘର୍ଷ ଚଳାଇଥିବା ଭାରତର ଡିଷ୍ଟାନ୍ସ ରନର ପ୍ରଜକ୍ତା ଗୋଡ୍‌ବୋଲେଙ୍କୁ ଶେଷରେ ରାଜ୍ୟ କର୍ତ୍ତୃପକ୍ଷଙ୍କଠାରୁ ସହାୟତା ମିଳିଛି। ଲକ୍‌ଡାଉନ୍‌ ବେଳେ ପ୍ରଜକ୍ତା ସ୍ଥାନୀୟ ଶୀର୍ଷାପେଠ୍‌ ବସ୍ତିରେ ବାସ କରୁଥିଲେ। ତାଙ୍କ ବାପା ପକ୍ଷାଘାତ ଯୋଗରେ ପୀଡ଼ିତ ଥିବାବେଳେ ମା’ ରୋଜଗାର ପନ୍ଥା ହରାଇଥିଲେ। ଏ ବିଷୟ ଗଣମାଧ୍ୟମରେ ପ୍ରକାଶ ପାଇବା ଳପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନଜରକୁ ଆସିଥିଲା। ତାଙ୍କ ନିର୍ଦ୍ଦେଶକ୍ରମେ ପ୍ରଜକ୍ତାଙ୍କୁ ତୁରନ୍ତ ୧୮,୦୦୦ ଟଙ୍କା ଏବଂ ଆବଶ୍ୟକ ରାଶନ ଯୋଗାଇ ଦିଆଯାଇଥିଲା। ତାଙ୍କୁ ଯଥାସମ୍ଭବ ସହାୟତା ଦିଆଯିବ ବୋଲି ରାଜ୍ୟ ସରକାରଙ୍କ ତରଫରୁ ପ୍ରତିଶ୍ରୁତି ଦିଆଯାଇଛି। ସୂଚନାଯୋଗ୍ୟ, ୨୦୧୯ରେ ଇଟାଲିରେ ଅନୁଷ୍ଠିତ ଓ୍ବାଲର୍‌ଡ ୟୁନିଭର୍ସିଟି ଗେମ୍ସରେ ପ୍ରଜକ୍ତା ଇଣ୍ଡିଆନ ୟୁନିଭର୍ସିଟିଜ୍‌ ପକ୍ଷରୁ ୫୦୦୦ମିଟର ଦୌଡ଼ ପ୍ରତିଯୋଗିତାରେ ଭାଗ ନେଇଥିଲେ। ସେ ୧୮:୨୩.୯୨ ଟାଇମିଂରେ ରେସ୍‌ କରିଥିଲେ, କିନ୍ତୁ ଫାଇନାଲ ରାଉଣ୍ଡକୁ ଯୋଗ୍ୟତା ଅର୍ଜନ କରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ

ମେଲବୋର୍ନ,୧ା୧: ଶ୍ରୀଲଙ୍କା ଏବଂ ଭାରତରେ ହେବାକୁଥିବା ଟି୨୦ କ୍ରିକେଟ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଚୟନକର୍ତ୍ତା ଏକ ୧୫ଜଣିଆ ଦଳ ଘୋଷଣା କରିଛନ୍ତି। ଦଳରେ ସ୍ପିନରଙ୍କୁ ପ୍ରାଧାନ୍ୟ...

ଅବସର ନେବେ ଉସମାନ ଖ୍ବାଜା? ପଞ୍ଚମ ଟେଷ୍ଟ ପୂର୍ବରୁ କରିବେ ପ୍ରେସ କନଫରେନ୍ସ

ସିଡ଼ନୀ,୧।୧: ତାଙ୍କ ଟେଷ୍ଟ ଭବିଷ୍ୟତକୁ ନେଇ କଳ୍ପନାଜଳ୍ପନା ମଧ୍ୟରେ, ଅଷ୍ଟ୍ରେଲିୟ ଓପନର ଉସମାନ ଖ୍ବାଜା ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ପଞ୍ଚମ ଆଶେସ ଟେଷ୍ଟ ପୂର୍ବରୁ ଏକ...

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ନୂଆବର୍ଷରେ ଭାଇରାଲ ହେଲା ସ୍ମୃତି ମନ୍ଧାନାଙ୍କ ପୋଷ୍ଟ, ଗୋଟିଏ ଧାଡିରେ ଲେଖିଦେଲେ ମନର କଥା

ନୂଆଦିଲ୍ଲୀ,୧।୧: ଭାରତୀୟ ମହିଳା କ୍ରିକେଟ ଦଳର ତାରକା ସ୍ମୃତି ମନ୍ଧାନାଙ୍କ ପାଇଁ ୨୦୨୫ ବର୍ଷ ଏକ ରୋଲରକୋଷ୍ଟର ଯାତ୍ରାଠାରୁ କମ ନଥିଲା। କ୍ରିକେଟ କ୍ଷେତ୍ରରେ ମନ୍ଧାନା...

ଟି-୨୦ ବିଶ୍ୱକପ ପାଇଁ ଶକ୍ତିଶାଳୀ ଦଳ ଘୋଷଣା କଲା ଅଷ୍ଟ୍ରେଲିଆ: ଟିମରେ ଧୁରନ୍ଧର ଖେଳାଳିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୧।୧: ଅଷ୍ଟ୍ରେଲିଆ ୨୦୨୬ର ଆଇସିସି ପୁରୁଷ ଟି୨୦ ବିଶ୍ୱକପ ପାଇଁ ମିଚେଲ ମାର୍ଶଙ୍କ ନେତୃତ୍ୱରେ ୧୫ ଜଣିଆ ଦଳ ଘୋଷଣା କରିଛି। ସ୍ପିନର ମାଥ୍ୟୁ କୁହନେମାନ,...

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ହାତରେ ମଦ ବୋତଲ ଧରି ବୁଲୁଛନ୍ତି ତେନ୍ଦୁଲକରଙ୍କ ଝିଅ ସାରା, ଭିଡିଓ ଭାଇରାଲ୍

ଗୋଆ,୩୧ା୧୨: କ୍ରିକେଟ୍ ଦୁନିଆର ମହାନ ଖେଳାଳି ସଚିନ ତେନ୍ଦୁଲକରଙ୍କ ଝିଅ ସାରା ତେନ୍ଦୁଲକର ଏବେ ଚର୍ଚ୍ଚାରେ। ନିକଟରେ ସାରାଙ୍କର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri