ଢେଙ୍କାନାଳ ଅଫିସ, ୨୩।୮: ଇନ୍ଦିରା ଆବାସ କାର୍ଯ୍ୟାଦେଶ ପ୍ରଦାନରେ ଚଞ୍ଚକତା ଏବଂ ଏହାର ପ୍ରତିବାଦ କରିବାରୁ ଢେଙ୍କାନାଳ ଜିଲା ଗଁଦିଆ ଥାନା ଭୂତିଆ ସାହିର ପ୍ରତାପ କୁମାର ଭୂତିଆ (୩୪)ଙ୍କୁ ମଙ୍ଗଳବାର ରାତିରେ ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାକୁ ୪୮ ଘଣ୍ଟା ବିତିଯାଇଥିଲେ ମଧ୍ୟ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିନାହିଁ। କେବଳ ସନ୍ଦେହରେ ୫ଜଣଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଥାନାରେ ବିଧିବଦ୍ଧ ଅଭିଯୋଗ କରାଯିବା ସତ୍ତ୍ୱେ ଅଭିଯୁକ୍ତଙ୍କୁ ଗିରଫ କରା ନ ଯିବା ଖାକିର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ବାହ୍ୟ ଚାପରେ ପ୍ରଭାବିତ ହୋଇ ଅଭିଯୁକ୍ତଙ୍କୁ ଗିରଫ କରାଯାଉ ନ ଥିବା ଚର୍ଚ୍ଚା ହେଉଛି। ଏ ନେଇ ଏସ୍ଡିପିଓ ଶ୍ରୀହର୍ଷ ମିଶ୍ର କୁହନ୍ତି, ମୃତକଙ୍କ ପରିବାର ଲୋକଙ୍କ ଅଭିଯୋଗ ପରେ ନଂ. ୧୪୬/୧୯ରେ ହତ୍ୟା ମାମଲା ରୁଜୁ କରାଯାଇଛି। ୫ଜଣଙ୍କୁ ଅଟକ ରଖି ପଚରାଉଚୁରା କରାଯାଉଛି।
ସୂଚନାଯୋଗ୍ୟ, ପ୍ରତାପଙ୍କୁ କେତେଜଣ ଯୁବକ ସଂଘବଦ୍ଧ ଭାବେ ଆକ୍ରମଣ କରିଥିଲେ। ତାଙ୍କୁ ପ୍ରଥମେ ଜିଲା ଚିକିତ୍ସାଳୟ ଏବଂ ପରେ କଟକ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ମୃତଦେହ ବ୍ୟବଚ୍ଛେଦ ପରେ ବୁଧବାର ରାତି ୮ଟାରେ ଗ୍ରାମକୁ ଅଣାଯାଇ ଶେଷକୃତ୍ୟ କରାଯାଇଛି।
Posted inଆମ ଜିଲା ଖବର, ଢେଙ୍କାନାଳ View All

ବାତ୍ୟା ‘ମିଗଜୋମ’ର ପ୍ରଭାବ: ଏହି ଜିଲାରେ ସବୁ ସ୍କୁଲ ଛୁଟି ଘୋଷଣା
ଭୁବନେଶ୍ୱର,୫।୧୨: ବାତ୍ୟା ‘ମିଗଜୋମ’ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ଏହାସହ କିଛି ସ୍ଥାନରେ ବର୍ଷା ମଧ୍ୟ ହେଉଛି। ଏହାକୁ ଦୃଷ୍ଟିରେ ରଖି...

ଓଲଟିଲା ପିକଅପ୍ ଭ୍ୟାନ: ୧୫ ଗୁରୁତର
ବଲାଙ୍ଗୀର,୫।୧୨: ବଲାଙ୍ଗୀର ଜିଲା ଟିଟିଲାଗଡ଼ କତରକେଲା ରେଲ ଫାଟକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ପିକନିକ୍ ଯାଉଥିବା ଏକ ପିକଅପ୍ ଭ୍ୟାନ...

ଖୁବଶୀଘ୍ର ଗଠନ ହେବ ପଦ୍ମପୁର ଜିଲା, ଜିଲାପାଳ କାର୍ଯ୍ୟାଳୟ ପାଇଁ ସ୍ଥାନ ନିରୂପଣ
ପଦ୍ମପୁର, ୪ା୧୨(ପ୍ରଦୀପ୍ତ ଦାଶ ) ପଦ୍ମପୁରରେ ନୂତନ ଜିଲାପାଳ କାର୍ଯ୍ୟାଳୟ ସ୍ଥାନ ନିରୂପଣ ପାଇଁ ଉତ୍ତରାଞ୍ଚଳ ଆରଡିସି ଡକ୍ଟର ସୁରେଶ ଚନ୍ଦ୍ର ଦଲାଇଙ୍କ ନେତୃତ୍ୱରେ ଏକ...

ବାଘ ଭୟରେ ଦୋକାନ ବଜାର ବନ୍ଦ
ହାଟଡିହୀ,୪l୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ବାଘ ବୁଲୁଥିବା ଗୁଜବକୁ ନେଇ ଭୟର ବାତାବରଣ ଖେଳିଯାଇଛି। ଏହି ବ୍ଲକ ଅଧୀନ ବିଭିନ୍ନ ଛକ...

ପୂର୍ବତନ ଜିଆରଏସ୍ଙ୍କୁ ୩ ବର୍ଷ ଜେଲ
ଫୁଲବାଣୀ, ୪ା୧୨(ରାକେଶ କୁମାର ରାଉତ): ଏକ ଲାଞ୍ଚ ନେବା ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍ ସମର ବିଳାସ ବେହେରାଙ୍କୁ ୩...

ସ୍ବାମୀଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ଜବତ: ଥାନାରେ ଅଭିଯୋଗ କଲେ ସ୍ତ୍ରୀ
ଜଗନ୍ନାଥପ୍ରସାଦ,୪ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମରେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ରକ୍ତ ଜୁଡୁବୁଡୁ ମୃତଦେହ ତାଙ୍କ ଘରୁ ଜବତ କରାଯାଇଛି। ମୃତକ...

ଚୋରା ମାଙ୍ଗାନିଜ ବୋଝେଇ ଗାଡ଼ି ନେଇ ଯାଉଥିଲେ ମଝି ରାସ୍ତାରେ ଫାଟିଲା ଚକା : ଧରିଲା ପୋଲିସ
ଯୋଡ଼ା,୪ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ କାରଣ ସାହିଠାରେ ପୋଲିସ ଏକ ଚୋରା ମାଙ୍ଗାନିଜ ବୋଝେଇ ପିକ୍ଅପ୍ ଭ୍ୟାନ୍ ଜବତ...

ଧରିତ୍ରୀ ପ୍ରଭାବ: ବଦଳିଲେ କନିଷ୍ଠ ଯନ୍ତ୍ରୀ
ମୋରଡ଼ା,୪ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ କାର୍ଯ୍ୟରତ କନିଷ୍ଠ ଯନ୍ତ୍ରୀ ଅଶୋକ ଦାସଙ୍କ ବାରିପଦା ବ୍ଲକକୁ ବଦଳି ହୋଇଛି। ଜିଲାପାଳଙ୍କ ଚିଠି ସଂଖ୍ୟା ୧୨୯୮୪/୨ା୪ା୨୩ରୁ...
Archives
