Posted inଜାତୀୟ

ପ୍ରତିଘରୁ ହଟିବ ଚାଇନା ମିଟର

ଲକ୍ଷ୍ନୌ, ୨୩।୬: ଚାଇନା ସହିତ ଲଢ଼େଇରେ ଏବେ କେନ୍ଦ୍ର ସରକାରଙ୍କ ସହିତ ଗୋଟିଏ ପରେ ଗୋଟିଏ ରାଜ୍ୟ ସରକାର ସାମିଲ ହେବାରେ ଲାଗିଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଚାଇନା ବିଦ୍ୟୁତ୍‌ ମିଟର ହଟାଇବା ନିଷ୍ପତ୍ତି ଗ୍ରହଣ କରାଯାଇଛି। ରାଜ୍ୟ ଉପଭୋକ୍ତା ପରିଷଦରେ ଅନୁରୋଧ କ୍ରମେ ଏପରି କରାଯାଇଛି। ରାଜ୍ୟର ପ୍ରତିଘରୁ ଚାଇନା ବିଦ୍ୟୁତ୍‌ ମିଟର ହଟାଇବା ଲାଗି ଯୋଜନା ପ୍ରସ୍ତୁତ ହେବ। ଏହା ସହିତ କୌଣସି ଘରେ ନୂଆ ଚାଇନା ମିଟର ଅବା ବିଦ୍ୟୁତ୍‌ ଯନ୍ତ୍ରାଶଂ ନ ଲଗାଇବାକୁ କୁହାଯାଇଛି। ଗୋରଖପୁରରେ ବିଭିନ୍ନ ଘରେ ଲାଗିଥିବା ୧୫ ହଜାରରୁ ଅଧିକ ଚାଇନା ବିଦ୍ୟୁତ୍‌ ମିଟର ଖୁବ୍‌ ଶୀଘ୍ର ହଟାଯିବାର ଯୋଜନା ପ୍ରସ୍ତୁତ ହୋଇଛି। ଏନେଇ ରାଜ୍ୟ ଶକ୍ତି ମନ୍ତ୍ରଣାଳୟ ପକ୍ଷରୁ ହୋଇଥିବା ସମୀକ୍ଷା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ସେହିପରି ହରିୟାଣାରେ ଚାଇନା କମ୍ପାନୀକୁ ଦିଆଯାଇଥିବା ୨ଟି ଥର୍ମାଲ ପାଓ୍ବାର ଷ୍ଟେଶନର ଠିକା ରଦ୍ଦ କରାଯାଇଛି। ଭାରତୀୟ ରେଳ ବିଭାଗ ପକ୍ଷରୁ ଚାଇନା କମ୍ପାନୀକୁ ଦିଆ ଯାଇଥିବା ସିଗନାଲ ସିଷ୍ଟମ ଲଗାଇବା ଠିକାକୁ ରଦ୍ଦ କରି ଦିଆଯାଇଛି। ପୂର୍ବରୁ ମହାରାଷ୍ଟ୍ର ସରକାର ଚାଇନା ସହିତ ଚୁକ୍ତି ସ୍ବାକ୍ଷର କରିଥିବା ୫ ହଜାର କୋଟିର ୩ଟି ପ୍ରକଳ୍ପର ଠିକା ରଦ୍ଦ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଆଡେ ମୁହାଁଉଥିବା ତେଲ ଟ୍ୟାଙ୍କର ହର୍ମୁଜରେ ନେଲା ୟୁ ଟର୍ନ, ହଠାତ୍‌ ମଝି ସମୁଦ୍ରରେ ଘେରିଗଲେ…

ନୂଆଦିଲ୍ଲୀ,୧୮।୪: ଇରାନର ଦାବି ସତ୍ତ୍ୱେ ଯେ ସେ ହର୍ମୁଜ ପ୍ରଣାଳୀକୁ ସମ୍ପୂର୍ଣ୍ଣ ଭାବରେ ଖୋଲି ଦେଇଛି, ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୱାଭାବିକ ହୋଇନାହିଁ। ବ୍ଲୁମବର୍ଗର ଏକ ରିପୋର୍ଟ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବାବେଳେ ୨ ଜଣଙ୍କୁ ଆକ୍ରମଣ କଲା ବାର୍‌ହା

ଦେବଗଡ଼,୧୮ା୪(ଶଶାଙ୍କ ଶେଖର ଝାଙ୍କର): ବାର୍‌ହା ଆକ୍ରମଣରେ ୨ ଜଣ ଗୁରୁତର ହୋଇଛନ୍ତି। ଦେବଗଡ଼ ଜିଲା ରିଆମାଳ ବ୍ଲକ ଜୟନ୍ତପାଲି ଗ୍ରାମର ଟୁନି ଭୋଇ ଓ ମଦନ ମୋହନ…

ପାକିସ୍ତାନ ଆତଙ୍କୀ ଲିଙ୍କ: ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ, ଦେଶ ବିରୋଧରେ ବଡ଼ ଧରଣର ଷଡ଼ଯନ୍ତ୍ର

ଭୁବନେଶ୍ୱର,୧୮।୪: ଶେଖ୍‌ ଇମ୍ରାନଙ୍କୁ ଗିରଫ ଦର୍ଶାଇଲା ଦିଲ୍ଲୀ ପୋଲିସ। ଦିଲ୍ଲୀ ପୋଲିସର ସ୍ପେଶାଲ ସେଲ୍‌ ଦ୍ବାରା ଆତଙ୍କବାଦୀ ମଡ୍ୟୁଲ ପର୍ଦ୍ଦାଫାସ କରାଯାଇଛି। ଇମ୍ରାନଙ୍କ ସହ ଅନ୍ୟ ୩…

୨ ଯୁବତୀଙ୍କ ସହ ବାଇକ୍‌ରେ ଯାଉଥିଲେ ଯୁବକ, ସାମ୍ନାପଟୁ ଧକ୍କାଦେଲା ହାଇଓ୍ବା, ଆଉ ତା’ ପରେ…

ଥୁଆମୂଳ ରାମପୁର,୧୮ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ଶ୍ରୀମସ୍କା ଛକଠାରେ ଶନିବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଗ୍ରାମ ଭିତରୁ ମୁଖ୍ୟ…

ଏହା କେଉଁ ସଙ୍କେତ? ଏପ୍ରିଲରେ ପଡୁଛି ବରଫ, ପର୍ଯ୍ୟଟକ ଖୁସିରେ ବିଭୋର

ଜମ୍ମୁ,୧୮।୪: ଏପ୍ରିଲ ମାସରେ ଜମ୍ମୁ କଶ୍ମୀରରେ ପୁଣି ଥରେ ଶୀତ ଭଳି ପାଗ ଫେରିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜମ୍ମୁ କଶ୍ମୀରର ଉତ୍ତର, ଦକ୍ଷିଣ ଏବଂ…

ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ପରଲୋକ

କେନ୍ଦୁଝର,୧୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାର ପ୍ରତିଷ୍ଠିତ ଭେଷଜ ବିଶେଷଜ୍ଞ ଡାକ୍ତର ପି.ସି ଦାସଙ୍କ ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୬ ବର୍ଷ ବୟସ ହୋଇଥିଲା। ତାଙ୍କ…

ଇରାନ-ଚାଇନା ହେଲେ ନିକଟତର, ବଢିଲାଣି ଆମେରିକାର ଟେନସନ!

ତେହରାନ,୧୮।୪: ଇରାନ ଏବଂ ଚାଇନା ମଧ୍ୟରେ ବଢୁଥିବା ଘନିଷ୍ଠତା ଆମେରିକାର ଚିନ୍ତାକୁ ବୃଦ୍ଧି କରିଛି। ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ଧରି, ଇରାନ ଚାଇନାର ବୈଷୟିକ…

୨୦ରୁ ୨୨ ବନ୍ଦ ରହିବ ଏହି ଜିଲାର ସମସ୍ତ ସରକାରୀ-ବେସରକାରୀ ସ୍କୁଲ, ଜିଲାପାଳ କହିଲେ ଆଗକୁ ଆହୁରି…

ସମ୍ବଲପୁର,୧୮ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ଜାରି ପ୍ରବଳ ଗ୍ରୀଷ୍ମ ପ୍ରବାହ ଏବଂ ଗୁଳୁଗୁଳିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କ ସୁରକ୍ଷା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri