Posted inଜାତୀୟ

ପ୍ରତିଭାଙ୍କୁ ମେକ୍ସିକୋର ସର୍ବୋଚ୍ଚ ସମ୍ମାନ

ପୁଣେ,୨ା୬(ଆଇଏଏନ୍‌ଏସ୍‌): ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଶନିବାର ମେକ୍ସିକୋର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଅର୍ଡନ୍‌ ମେକ୍ସିକାନା ଡେଲ୍‌ ଆଗୁଇଲା ଆଜ୍‌ଟେକା’ରେ ସମ୍ମାନିତ କରାଯାଇଛି। ବିଦେଶୀମାନଙ୍କୁ ମେକ୍ସିକୋ ସରକାର ଏହି ପୁରସ୍କାର ପ୍ରଦାନ କରିଥାନ୍ତି। ପୁଣେର ଏମ୍‌ସିସିଆଇଏ ଭବନରେ ଅନୁଷ୍ଠିତ ଏକ ସ୍ବତନ୍ତ୍ର ଉତ୍ସବରେ ଦେଶର ପ୍ରଥମ ମହିଳା ରାଷ୍ଟ୍ରପତି ପ୍ରତିଭାଙ୍କୁ ମେକ୍ସିକୋ ରାଷ୍ଟ୍ରଦୂତ ମେଲବା ପ୍ରିଆ ଏହି ସମ୍ମାନ ପ୍ରଦାନ କରିଥିଲେ। ଏଭଳି ପୁରସ୍କାର ପାଇବାରେ ପ୍ରତିଭା ହେଉଛନ୍ତି ଦେଶର ଦ୍ୱିତୀୟ ରାଷ୍ଟ୍ରପତି। ଏହା ପୂର୍ବରୁ ଦିବଂଗତ ରାଷ୍ଟ୍ରପତି ଏସ୍‌. ରାଧାକ୍ରିଷ୍ଣନଙ୍କୁ ମେକ୍ସିକୋର ସର୍ବୋଚ୍ଚ ବେସାମରିକ ସମ୍ମାନ ପ୍ରଦାନ କରାଯାଇଥିଲା। ଏହାବ୍ୟତୀତ ନୋବେଲ ବିଜେତା ଅମର୍ତ୍ତ୍ୟ ସେନ୍‌, ଖ୍ୟାତନାମା ଚିିତ୍ରକର ସତୀଶ ଗୁଜରାଲ, ଶିଳ୍ପପତି ରଘୁପତି ସିଂଘାଣିଆ ପ୍ରମୁଖ ଏହି ପୁରସ୍କାର ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

ବହୁ ପ୍ରତୀକ୍ଷାର ଅନ୍ତ: ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଖୋଲିଲା ଶାଳପଡ଼ା ଓଭରବ୍ରିଜ୍‌

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଦୀର୍ଘଦିନର ପ୍ରତୀକ୍ଷା ପରେ ଶେଷରେ ଶାଳପଡ଼ା ଓଭରବ୍ରିଜ ଶୁକ୍ରବାର ସାଧାରଣ ଲୋକଙ୍କ ପାଇଁ ଖୋଲାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଆସନ୍ତା ୧୨ ତାରିଖର ଗସ୍ତକୁ ଦୃଷ୍ଟିରେ…

ମୋନାଲିସା ନାବାଳିକା: ଜେଲ୍‌ ଯିବେ ସ୍ବାମୀ ଫରମାନ! ହେଲା ବଡ଼ ଖୁଲାସା

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରଦେଶ ଏବଂ କେରଳ ରାଜ୍ୟ ସହିତ ଜଡିତ ଏକ ହାଇ-ପ୍ରୋଫାଇଲ ମାମଲାରେ ‘ଭାଇରାଲ ଗର୍ଲ’ ଭାବରେ ପରିଚିତ ମୋନାଲିସା ଭୋଁସଲେଙ୍କ ବିଷୟରେ ଏକ ବଡ଼ ଖୁଲାସା…

ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ସୁରକ୍ଷା କଡ଼ାକଡ଼ି: ଡଗ ସ୍କ୍ବାଡ ସହ ବୁଲୁଛି ପୋଲିସ

ସମ୍ବଲପୁର,୧୦।୪(ପ୍ରମୋଦ ବହିଦାର): ସମ୍ବଲପୁରରେ ଅନୁଷ୍ଠିତ ହେବାକୁ ଥିବା ହନୁମାନ ଜୟନ୍ତୀ ସହ ବାଇକ ରାଲି ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସହରର ଶାନ୍ତିଶୃଙ୍ଖଳା…

ମନ୍ଦିରରୁ ଚୋରି କରୁଥିଲେ ଚୋର, ହଠାତ୍‌ ଶୁଭିଲା ଠାକୁରାଣୀଙ୍କ ପାଉଁଜି ଶବ୍ଦ, ଭୟରେ ଥରିଥରି ଏମିତି କହିଲେ…

ଭଦ୍ରକ,୧୦ା୪(ସନାତନ ରାଉତ):  ଭଦ୍ରକର ଅଧିଷ୍ଠାତ୍ରୀ ଦେବୀ ଭଦ୍ରକାଳୀ ମନ୍ଦିରର ହୁଣ୍ଡିରେ ଥିବା ଟଙ୍କା ରବିବାର ରାତିରେ ଚୋରି ହୋଇଥିଲା। ଏହି ଚୋରିରେ ସମ୍ପୃକ୍ତ ୨ଜଣ ଯୁବକଙ୍କୁ ଭଦ୍ରକ…

ପ୍ରେମରେ ପ୍ରତାରଣା ପାଇବା ପରେ ଟାଓ୍ବାର ଉପରକୁ ଚଢିଗଲେ ଯୁବକ, ତା’ପରେ ଘଟିଲା…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): ପ୍ରେମରେ ପ୍ରତାରଣା ପାଇବା ପରେ ଯୁବକ ୩୩ କେଭି ଟାୱାରରେ ଚଢି ଜୀବନ ହାରିବା ପାଇଁ ଚେଷ୍ଟା କରୁଥିବାବେଳେ ପୋଲିସ ପହଞ୍ଚି…

ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ

ନୂଆଦିଲ୍ଲୀ,୧୦।୪:  ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri