ପ୍ରତିଭା ଦୀପ୍ତ ପଠାଣି ସାମନ୍ତଙ୍କ ପାଇଁ ସାରାଦେଶ ଗର୍ବିତ: ଖଣ୍ଡପଡ଼ାରେ ପଠାଣି ସାମନ୍ତଙ୍କ ୧୮୫ ତମ ଜୟନ୍ତୀ

ଖଣ୍ଡପଡା,୨୫।୧୨(ସ୍ବ.ପ୍ର.)-ପଠାଣି ସାମନ୍ତ ଏମାଟିର ପ୍ରଚଣ୍ଡ ପ୍ରତିଭା। ଏହି ପ୍ରତିଭା ଦିପ୍ତ ବିଶ୍ୱବିଖ୍ୟାତ୍‌ ଜ୍ୟୋର୍ତିବିଦ୍‌ ପଠାଣିସାମନ୍ତଙ୍କ ପାଇଁ ସାରା ଦେଶ ଗର୍ବିତ ା ତାଙ୍କୁ ଅନୁସରଣ କରିବା ହିଁ ହେବ ତାଙ୍କ ପାଇଁ ଶ୍ରେଷ୍ଠ ଶ୍ରଦ୍ଧାଞ୍ଜଳି ବୋଲି ଖଣ୍ଡପଡାର ପୂର୍ବତନ ବିଧାୟକ ତଥା ଇଲେକ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ଓଡିଶାର ଉପଦେଷ୍ଟା ଅନୁଭବ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି। ମଙ୍ଗଳବାର ଅପରାହ୍ନରେ ଖଣ୍ଡପଡା ସହରାଞ୍ଚଳସ୍ଥିତ ସାମନ୍ତ ଚନ୍ଦ୍ର ଶେଖର ସ୍ମୃତି ମନ୍ଦିର ଓ ପାଠାଗାର ପରିସରରେ ଆୟୋଜିତ ପଠାଣି ସାମନ୍ତଙ୍କ ୧୮୫ତମ ଜୟନ୍ତୀ ପାଳନ ଅବସରରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ପଟ୍ଟନାୟକ ଉପରୋକ୍ତ ମନ୍ତବ୍ୟ ପ୍ରଦାନ କରିବା ସହ ସାମନ୍ତଙ୍କ ଯୋଗୁଁ ଖଣ୍ଡପଡା ମାଟି ଆଜି ଧନ୍ୟ ହୋଇଛି ବୋଲି କହିଥିଲେ। ଅନୁଷ୍ଠାନର ସଭାପତି ରନତ୍ାକର ରଥଙ୍କ ପୌରୋହିତ୍ୟରେ ଆୟୋଜିତ ସଭାକୁ ପ୍ରାକ୍ତନ ଏମପି ତଥା ଚଳଚିତ୍ର ଅଭିନେତା ସିଦ୍ଧାନ୍ତ ମହାପାତ୍ର ଉଦ୍‌ଘାଟନ କରିଥିଲେ। ଏଥିରେ ମୁଖ୍ୟବକ୍ତା ରୁପେ ଗବେଷକ ଡ. ଗଣେଶ୍ୱର ସ୍ବାଇଁ ଯୋଗଦେଇ ପଠାଣି ସାମନ୍ତଙ୍କ ପାଣ୍ଡିତ୍ୟର ଭୂୟସି ପ୍ରଶଂସା କରିଥିଲେ ା ସମ୍ମାନୀତ ଅତିଥି ଭାବେ ଓଡିଆ ମିଡିଆ ପ୍ରାଇଭେଟ ଲିମିଟେଡର ନିର୍ଦ୍ଦେଶକ ଶୁଭ୍ରାଂଶୁ ପଣ୍ଡା, ଡ.ସୁଧିରା ପଣ୍ଡା ପ୍ରମୁଖ ଯୋଗଦେଇ ଏହି ମହାନ୍‌ ବ୍ୟକ୍ତିଙ୍କ ପ୍ରତିଭା ଆମକୁ ସାରା ବିଶ୍ୱ ଦରବାରରେ ପରିଚୟ ଦେଇଥିବାରୁ ତାଙ୍କ ସ୍ମୃତି ଚାରଣରେ ଆମେ ଏହି ମାଟିର ବିକାଶ ପାଇଁ ଉଦ୍ୟମ ଜାରି ରଖିବାକୁ ଆହ୍ବାନ ଦେଇଥିଲେ ା କାର୍ଯ୍ୟକ୍ରମକୁ ଅଭିନେତ୍ରୀ ମଧୁମିତା ମହାନ୍ତି ସଂଯୋଜନା କରିଥିଲେ। ମହିଳା ମହାବିଦ୍ୟାଳୟର ଛାତ୍ରୀମାନେ ପୁଷ୍ପଗୁଚ୍ଛ ଓ ଉତ୍ତରୀୟ ମାଧ୍ୟମରେ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରିଥିଲେ ା ଅନୁଷ୍ଠାନର ସମ୍ପାଦକ ବିନାୟକ ସାହୁ ସମ୍ପାଦକୀୟ ବିବରଣୀ ପାଠ କରିଥିଲେ। ବ୍ୟଙ୍ଗକବି ଗିରିଶ ରଞ୍ଜନ ହାସ୍ୟ ଅଭିନୟ ପରିବେଷଣ କରିଥିଲେ ା ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ଖଣ୍ଡପଡା ଅଞ୍ଚଳର ପ୍ରତିଭା ସମ୍ପନ୍ନ ବ୍ୟକ୍ତି ବିଶେଷଙ୍କୁ ଅନୁଷ୍ଠାନ ପକ୍ଷରୁ ମୁଖ୍ୟ ଅତିଥି ଉପଢୌକନ ଓ ମାନପତ୍ର ପ୍ରଦାନକରି ସମ୍ବର୍ଦ୍ଧିତ କରିଥିଲେ।ଏହି ଅବସରରେ ଭୁବନେଶ୍ୱର ବିନାୟକ ମ୍ୟୁଜିକ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ା ପ୍ରାତଃ ସମୟରେ ସାମନ୍ତଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରାଯାଇଥିଲା ା କାର୍ଯ୍ୟକାରୀ ସଭାପତି ବିନାୟକ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ ା ସେହିପରି ଖଣ୍ଡପଡା ସହରର ସାମନ୍ତ ଛକରେ ପଠାଣି ସାମନ୍ତଙ୍କ ଜୟନ୍ତୀ ପାଳନ ଅବସରରେ ଦିନ ତମାମ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

ଅଧିକାରୀଙ୍କ ପାଇଁ ୱାଟରପ୍ରୁଫ୍ ଟେଣ୍ଟ: ଖୋଲା ଆକାଶ ତଳେ ଛାତ୍ରୀଛାତ୍ର

ଜମନକିରା, ୧୬।୮ (ରବୀନ୍ଦ୍ର ପ୍ରସାଦ ଦାନୀ): ଗୋଟିଏ ପଟେ ଜୀବନ-ମରଣ ସହ ସଂଗ୍ରାମ କରୁଥିବା ଅସହାୟ ରୋଗୀ, ଅନ୍ୟପଟେ କାଦୁଅ ପଚପଚ ଡାକ୍ତରଖାନା ପରିସରରେ ସ୍ୱାଧୀନତା ଦିବସ…

‘ପଣ୍ଡିତ ଉତ୍କଳମଣି ପ୍ରତ୍ୟେକ ବ୍ୟକ୍ତିବିଶେଷଙ୍କ ହୃଦୟରେ ମଣି ହୋଇ ରହିଛନ୍ତି’

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଚୈତନ୍ୟପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପ୍ରତିମୂର୍ତ୍ତି…

ସ୍ୱାଧୀନତା ଦିବସ ପରେଡ୍‌ରେ ବାଧକ ସାଜିଲା ଲଘୁଚାପ ବର୍ଷା

ଗୁଣପୁର, ୧୫।୮ (ସୁଜାତା ପାଢ଼ୀ): ଶନିବାର ସ୍ୱାଧୀନତା ଦିବସ ଅବସରରେ ଗୁଣପୁରରେ ବିଭିନ୍ନ ସ୍କୁଲ ଓ କଲେଜର ଛାତ୍ରୀଛାତ୍ର ପରେଡ୍‌ରେ ଭାଗ ନେବାକୁ ଉତ୍ସାହର ସହ ଅପେକ୍ଷା…

ବ୍ୟବସାୟୀ ଅପହରଣ ଘଟଣାର ପର୍ଦ୍ଦାଫାଶ: ସାମ୍ନାକୁ ଆସିଲା ବଡ଼ କାରଣ: ‘ହନୁମାନ ପଇସା’ କାରବାରରୁ…

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ‘ହନୁମାନ ପଇସା’ କାରବାରକୁ କେନ୍ଦ୍ର କରି ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ଅପହରଣ କରାଯାଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ…

ଦବିଲା ୫୩ ନମ୍ବର ଜାତୀୟ ରାଜପଥ: ଓଲଟିଲା ୩ ଟ୍ରକ୍‌, ନିମ୍ନମାନର ନିର୍ମାଣ ନେଇ…

ମହାକାଳପଡ଼ା, ୧୬/୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ୍‌ ଅଧୀନ ନୀଳାଚଳ ଛକ ନିକଟରେ ୫୩ ନମ୍ବର ଜାତୀୟ ରାଜପଥର ପାର୍ଶ୍ୱ ରାସ୍ତା ଭୁଶୁଡ଼ି…

ଭଦ୍ରକରେ ପୁଣି ବନ୍ୟା: ବିପଦ ସଙ୍କେତ ଟପିଲା ବୈତରଣୀ, ସଙ୍କେତ ଛୁଇଁବ ସାଳନ୍ଦୀ

ଭଦ୍ରକ, ୧୬/୮ (ସନାତନ ରାଉତ): ଭଦ୍ରକ ଜିଲାକୁ ବନ୍ୟାରେ ପ୍ରଭାବିତ କରୁଥିବା ଦୁଇ ପ୍ରମୁଖ ନଦୀ ବୈତରଣୀ ଓ ସାଳନ୍ଦୀରେ ରବିବାର ପୁଣି ବନ୍ୟା ପରିସ୍ଥିତି ସୃଷ୍ଟି…

ରାଷ୍ଟ୍ରପତି କଲେ ଅନୁମୋଦନ: କଳାହାଣ୍ଡି ପୁଅ ପାଇବେ ବୀରତ୍ବ ସେନାପଦକ

ଭବାନୀପାଟଣା,୧୬।୮(ଉତ୍ତମ କୁମାର ଦାଶ): ସ୍ୱାଧୀନତା ଦିବସ ପୂର୍ବ ସଂନ୍ଧ୍ୟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରତିରକ୍ଷା ବାହିନୀ ଏବଂ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀର କର୍ମଚାରୀମାନଙ୍କୁ ୧୩ ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri