ପ୍ରତିଶ୍ରୁତିରେ ଦିନ ଗଡାଉଛନ୍ତି ଖଣି କର୍ତ୍ତୃପକ୍ଷ, ପ୍ରଶାସନ:ଖଣିବନ୍ଦ ଆନ୍ଦୋଳନରେ ଜରଡାବାସୀ

କଣିହାଁ, ୨୯ା୬ (ଡି.ଏନ.ଏ.)ବାରମ୍ବାର ଦାବି ଆନ୍ଦୋଳନ ସତ୍ତ୍ୱେ ପ୍ରଶାସନ ଏବଂ ଖଣି କର୍ତ୍ତୃପକ୍ଷ ସେମାନଙ୍କ ଅଧିକାରକୁ ଅଣଦେଖା କରୁଥିବା ଅଭିଯୋଗ କରିଛନ୍ତି କଣିହାଁ ବ୍ଲକ ଜରଡା ଗ୍ରାମବାସୀ। ପ୍ରତିବାଦରେ ସେମାନେ ଶୁକ୍ରବାର ଏମ୍‌ସିଏଲର କଣିହାଁ କୋଇଲା ଖଣି ବନ୍ଦ ଆନ୍ଦୋଳନ କରିଛନ୍ତି। ଏଥିଯୋଗୁ କଣିହାଁ ଖୋଲା ମୁହଁ ଖଣିରୁ ଖନନ, ଉତ୍ତୋଳନ, ପରିବହନ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି।
ଆନ୍ଦୋଳନକାରୀଙ୍କ ଅଭିଯୋଗ ମୁତାବକ, ୧୯୯୫ରୁ କୋଇଲା ଖଣି ପାଇଁ ଲୋକଙ୍କ ଜମି ଅଧିଗ୍ରହଣ କରାଯାଇଛି। ପରେ ଜମି ଓ ବାସହରାଙ୍କୁ ପଥରମୁଣ୍ଡା କିମ୍ବା ଟାକୁଆରେ ଥଇଥାନ ପାଇଁ ବାରମ୍ବାର ପ୍ରତିଶ୍ରୁତି ଦିଆଯାଉଥିଲେ ହେଁ ଏହା ପୂରଣ ହେଉନାହିଁ। ଫଳରେ ଖଣିଠାରୁ ମାତ୍ର ୩ ଶହ ମିଟର ଦୂରରେ ଜରପଡା ଗ୍ରାମବାସୀ ରହୁଥିବାରୁ ବହୁ ସମସ୍ୟା ଭୋଗୁଛନ୍ତି। ଖଣିରେ ବ୍ଲାଷ୍ଟିଂ ହେଉଥିବା ଯୋଗୁ ଅଞ୍ଚଳରେ ପ୍ରଦୂଷଣ ସମସ୍ୟା ବଢିବା ସହ ପାନୀୟ ଜଳ ଅଭାବ ଯୋଗୁ ଲୋକେ ହଇରାଣ ହେଉଛନ୍ତି। ଏଥିସହ ନିଯୁକ୍ତି କିମ୍ବା ପ୍ରତିଶ୍ରୁତି ଅନୁଯାୟୀ କ୍ଷତିପୂରଣ ରାଶି ମଧ୍ୟ ପ୍ରଦାନ କରାଯାଉନାହିଁ। ଏ ନେଇ ସରକାର ଓ ଖଣି କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଜଣାଯାଇଥିଲେ ମଧ୍ୟ କୌଣସି ସୁଫଳ ନ ମିଳିବାରୁ ଆନ୍ଦୋଳନ କରାଯାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି। କଣିହାଁ ତହସିଲଦାର ଅଂଶୁମାନ ଶତପଥୀ, ଆଇଆଇସି ପ୍ରଭାତ କୁମାର ତ୍ରିପାଠୀ ପ୍ରମୁଖ ଆନ୍ଦୋଳନକାରୀଙ୍କୁ ବୁଝାଶୁଝା କରିଥିଲେ ହେଁ କୌଣସି ସମାଧାନ ହୋଇପାରିନାହିଁ। ଖବର ଲେଖା ହେବା ସୁଦ୍ଧା ଆନ୍ଦୋଳନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ବିଦ୍ରୋହ ମଧ୍ୟରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବୟାନ, ‘୨୯ ଜୁଲାଇ ସମସ୍ତଙ୍କ ପାଇଁ….’

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳର ଶିକ୍ଷା ମନ୍ତ୍ରୀମାନଙ୍କ ଏକ ସମ୍ମିଳନୀରେ ବୁଧବାର ଦିନ ଉଦବୋଧନ ଦେଇଥିଲେ। ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି,…

ଟିମ୍‌ ଇଣ୍ଡିଆରେ ମିଳିଲାନି ସୁଯୋଗ, ଏବେ ଏହି ଟିମ୍‌ ପାଇଁ ଖେଳିବେ କୁଲଦୀପ ଯାଦବ 

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ ଦଳର ତାରକା ସ୍ପିନର କୁଲଦୀପ ଯାଦବଙ୍କୁ ନେଇ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଇଂଲଣ୍ଡ ବିପକ୍ଷ ସୀମିତ ଓଭର ସିରିଜରେ ଭାରତୀୟ…

ଲଗାଣ ବର୍ଷାରେ ଭୁଶୁଡ଼ିଲା ବାଞ୍ଛା ପୋଲ, ଯୋଗାଯୋଗ ବିଚ୍ଛିନ୍ନ

ହାଟଡିହୀ/ଛେନାପଦୀ,୨୨ା୭(ଶୁଭକାନ୍ତ ନାୟକ/ନିରାକାର ପରିଡା): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ପରିସ୍ଥିତି ସଙ୍ଗୀନ ହୋଇ ପଡିଛି । ଲୋକେ ଘରୁ ବାହାରିବା ମୁସ୍କିଲ ହୋଇପଡିଛି…

ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା…

୪ ମାସର ବକେୟା ଭତ୍ତା ଅପେକ୍ଷାରେ ହିତାଧିକାରୀ, ଅଭିଯୋଗ କରିବାରୁ….

ଗୁଡାରି,୨୨ା୭(ପ୍ରମୋଦ କୁମାର ପତି): ସାମାଜିକ ସୁରକ୍ଷା ଯୋଜନାରେ ଗୁଡାରି ବ୍ଲକର ବହୁ ହିତାଧିକାରୀ ଗତ ୪ ମାସ ହେବ ଭତ୍ତା ପାଇନଥିବା ଅଭିଯୋଗ କରିଛନ୍ତି । ଏ…

ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଘୋଷଣା, ଜେନେରିକ୍ ଔଷଧ ଉପରେ ଲାଗିବ ଏତିକି % ଶୁଳ୍କ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜେନେରିକ୍ ଔଷଧ ଆମଦାନୀ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି । ସେ କହିଛନ୍ତି ଯେ ଆଗାମୀ ଦୁଇ ବର୍ଷ ପାଇଁ…

୮ମ ଶ୍ରେଣୀ ଛାତ୍ରଙ୍କ ବେକରେ ଗୁଡାଇ ହୋଇଗଲା ଦୋଳି; ଅଚେତ ହୋଇ ତଳେ ପଡିଗଲେ ଛାତ୍ର, ତାପରେ…

ଦିଗପହଣ୍ଡି,୨୨ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରା ପଦର ପଞ୍ଚାୟତ ଭୁଡୁକି ଗ୍ରାମରେ ବୁଧବାର ସକାଳେ ଏକ ଅଭାବନୀୟ ଘଟଣା ଘଟିଛି । ୮ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri