ପ୍ରତିଶ୍ରୁତି କଥାରେ ଅଟକିଛି: ୨୩ ଦିନ ପରେ ବି ଖୋଲିଲାନି ଶିଶୁ ୱାର୍ଡ

ଚମ୍ପୁଆ, ୨୫ା୪(ଡି.ଏନ.ଏ.)-୨୦୧୦ ମସିହାରେ ନିର୍ମିତ ଚମ୍ପୁଆ ଉପଖଣ୍ଡ ଚିକିତ୍ସାଳୟ ସ୍ବାସ୍ଥ୍ୟ ସେବା ପ୍ରଦାନରେ ପ୍ରମୁଖ ଭୂମିକା ନିଭାଉଥିବା ବେଳେ ଚିକିତ୍ସା ନଥିବା ଦେଖିବାକୁ ମଳୁଛି। ପୂର୍ବରୁ ଏହି ପ୍ରମୁଖ ସେବା ପାଇଁ ଗଣମାଧ୍ୟମରେ  ବାରମ୍ବାର ପ୍ରକାଶ ପରେ ଦାୟିତ୍ୱରେ ଥିବା ଚିକିତ୍ସା ଅଧିକାରୀ କର୍ଣ୍ଣରାମ ମହାନ୍ତ ଏହି ୱାର୍ଡକୁ ଏପ୍ରିଲ ୧ ତାରିଖରେ ଆନୁଷ୍ଠାନିକ ଭାବେ ଖୋଲାଯିବ ବୋଲି ପ୍ରକାଶ କରିଥିଲେ। କଥା କେବଳ କଥାରେ ରହିଗଲା ହେଲେ ଆଜି ପର୍ଯ୍ୟନ୍ତ ଖୋଲାଯାଇ ପାରିଲା ନାହଁି।

ସୂଚନା ଯୋଗ୍ୟ କି ୪ବର୍ଷରୁ ଊର୍ଦ୍ଧ୍ୱ ହେବ ଲକ୍ଷ ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ଏହି ଶିଶୁ ୱାର୍ଡ ନିର୍ମାଣ କରାଯାଇଥିଲା। ସ୍ବତନ୍ତ୍ର ୱାର୍ଡ କାର୍ଯ୍ୟକ୍ଷମ ହୋଇ ନଥିବାରୁ ଶିଶୁ ମାନଙ୍କୁ ସାଧାରଣ ରୋଗୀଙ୍କ ସହ ରଖାଯାଇ ଚିକିତ୍ସା କରାଯାଉଛି। ଫଳରେ ସଂକ୍ରମଣର ସମ୍ଭାବନା ଅଧିକ ରହୁଛି। ଏହି ଚିକିତ୍ସାଳୟକୁ ସୁନ୍ଦରଗଡ, କେନ୍ଦୁଝର ମୟୁରଭଞ୍ଜ ଓ ଝାଡଖଣ୍ଡ ରାଜ୍ୟରୁ ଶହଶହ ରୋଗୀ ଚିକିତ୍ସା ପାଇଁ ଆସୁଛନ୍ତି। ମାତ୍ର ଶିଶୁ ୱାର୍ଡ ଅଭାବରୁ ରୋଗୀମାନେ କେନ୍ଦୁଝର ଚିକିତ୍ସାଳୟକୁ ପଳାଉଛନ୍ତି। ଶିଶୁ ୱାର୍ଡ ଖୋଲିବା ନେଇ ଶିଶୁ ଡାକ୍ତର ସୁନାରାମ ମୁର୍ମୁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ, ଶିଶୁ ୱାର୍ଡର ପରିଚାଳନା ପାଇଁ ଆବଶ୍ୟକ ଷ୍ଟାଫ୍‌, ଅକ୍ସିଜେନ, ସାଲାଇନ ଓ ଆନୁଷଙ୍ଗିକ ବ୍ୟବସ୍ଥା ପାଇଁ ଭାରପ୍ରାପ୍ତ ଏସ୍‌ଡିଏମ୍‌ଓଙ୍କୁ ଲିଖିତ ଆକାରରେ ସୂଚନା ଦିଆଯାଇଥିଲେ ମଧ୍ୟ ତାର ବ୍ୟବସ୍ଥା ହୋଇ ନଥିବାରୁ ରୋଗୀ ରଖି ଚିକିତ୍ସା କରିବା ସମ୍ଭବ ହୋଇପାରୁ ନାହିଁ। ଅନ୍ୟପକ୍ଷରେ ଭାରପ୍ରାପ୍ତ ଚିକତ୍ସା ଅଧିକାରୀ ମହାନ୍ତ ସଂପୃକ୍ତ ଡାକ୍ତରଙ୍କ ସହ ଆଲୋଚନା କରି ତୁରନ୍ତ ଶିଶୁ ୱାର୍ଡଟିକୁ କାର୍ଯ୍ୟକ୍ଷମ କରାଯିବ ବୋଲି ପୂର୍ବଭଳି ପୁଣି ପ୍ରତିଶ୍ରୁତି ପ୍ରଦାନ କରିଛନ୍ତି। ତୁରନ୍ତ ଏହା କାର୍ଯ୍ୟକ୍ଷମ କରିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ, ଏକକାଳୀନ ୫ଟି ସ୍ଥାନରେ ଚଢ଼ାଉ

ସୁନ୍ଦରଗଡ଼, ବାଲେଶ୍ବର ୨୨/୧୨(ଜୟ ନାରାୟଣ ମେଣ୍ଡୁଳି/ବାଞ୍ଛାନିଧି ଦେ): ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ଆଜି ପୁଣି ସକାଳୁ ସକାଳୁ ଭିଜିଲାନ୍ସ ରେଡ୍ କରିଛି...

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri