ପ୍ରତିଶ୍ରୁତି ପୂରଣ କରିବାରେ ବିଫଳ ପ୍ରଶାସନ: ପୁଣି ପଦଯାତ୍ରାରେ ବାହାରିଲେ ଛାତ୍ରୀଛାତ୍ର

ବାରିପଦା ଅଫିସ,୨୬ା୧୧- ମୟୂରଭଞ୍ଜ ଜିଲା ବାରିପଦା ତକତପୁରସ୍ଥିତ ଉତ୍ତର ଓଡ଼ିିଶା ବିଶ୍ୱବିଦ୍ୟାଳୟରେ ଦୀର୍ଘ ଦିନ ହେବ ଛାତ୍ର ଅଶାନ୍ତି ଲାଗି ରହିଛି। ଏଠାରେ ସମନ୍ବିତ ବିଏଡ, ଏମଏଡ ପାଠ୍ୟକ୍ରମରେ ଅଧ୍ୟୟନ କରଥିବା ଛାତ୍ରୀଛାତ୍ରମାନଙ୍କୁ କେବଳ ଏମଏଡ ପାଠ୍ୟକ୍ରମ ଦ୍ୱିତୀୟ ପରୀକ୍ଷା ଦେବା ପାଇଁ ଅନୁମତି ମିଳୁଛି। ଫଳରେ ସେମାନେ ବିଏଡ ପାଠ୍ୟକ୍ରମ ସମ୍ବନ୍ଧୀୟ ଶିକ୍ଷକ ଯୋଗ୍ୟତା ପରୀକ୍ଷା ଯଥା ଓଟିଇଟି, ଓଏସଏସଟିଇଟି ଏବଂ ସିଟିଇଟିରୁ ବଞ୍ଚିତ ହେଉଛନ୍ତି। ଏନେଇ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ, ଜିଲା ପ୍ରଶାସନ, ଉଚ୍ଚ ଶିକ୍ଷା ବିଭାଗକୁ ଲିଖିତ ଭାବେ ଜଣାଇଥିଲେ ମଧ୍ୟ କିଛି ସୁଫଳ ପାଇପାରି ନ ଥିଲେ। ଏନେଇ ଛାତ୍ରନେତା ଦୁର୍ଯୋଧନ ବେହେରାଙ୍କ ନେତୃତ୍ୱରେ ଦ୍ୱିତୀୟ ଥର ପାଇଁ ଭୁବନେଶ୍ୱର ଅଭିମୁଖେ ମଙ୍ଗଳବାର ପଦଯାତ୍ରାରେ ବାହାରିଛନ୍ତି। ସନ୍ଧ୍ୟା ୫ଟା ସୁଦ୍ଧା ସେମାନେ ବେତନଟୀ ଥାନା ଅଧୀନ ରାଗଧାଠାରେ ପହଞ୍ଚି ଥିବା ବେଳେ ସନ୍ଧ୍ୟାରେ ସେମାନଙ୍କୁ ପଦଯାତ୍ରା କରିବାକୁ ପୋଲିସ ବାରଣ କରିଛି। ଫଳରେ ବୁଧବାର ସକାଳୁ ପୁନଃ ପଦଯାତ୍ରା ଆରମ୍ଭ ହେବ ବୋଲି ଛାତ୍ର ନେତା ବେହେରା କହିଛନ୍ତି। ଅନ୍ୟପକ୍ଷେ ଜିଲା ପ୍ରଶାସନ ପକ୍ଷରୁ କୌଣସି ଅଧିକାରୀ ସେମାନଙ୍କୁ ବୁଝାସୁଝା ପାଇଁ ଯାଇ ନାହାନ୍ତି। ପୂର୍ବରୁ ଦେଇଥିବା ପ୍ରତିଶ୍ରୁତି ପାଳନରେ ଜିଲା ପ୍ରଶାସନ ବିଫଳ ହୋଇଥିବାରୁ ସେମାନେ ଏହି ପଦଯାତ୍ରା କରୁଥିବା ଛାତ୍ରୀଛାତ୍ରମାନେ କହିଛନ୍ତି। ମଙ୍ଗଳବାର ଏହି ବିଶ୍ୱବିଦ୍ୟାଳୟରେ କୁଳାଧିପତି ତଥା ରାଜ୍ୟପାଳ ଗଣେଶୀ ଲାଲଙ୍କ କାର୍ଯ୍ୟକ୍ରମ ଥିବା ବେଳେ ଛାତ୍ରୀଛାତ୍ରମାନେ ପଦଯାତ୍ରାରେ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ସାରା ରାଜ୍ୟରେ ବର୍ଷା ବିତ୍ପାତ: ବଦଳିଗଲା ସ୍ମାର୍ଟସିଟି ଭୁବନେଶ୍ୱରର ଚିତ୍ର, ଜୀବନଯାତ୍ରା…

ଭୁବନେଶ୍ୱର,୬ା୭(ବନ୍ଦନା ସେଠୀ): ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ସାଧାରଣ ଜୀବନଯାତ୍ରାକୁ ଗୁରୁତର ପ୍ରଭାବିତ କରିଛି। ତିନିଦିନର ଲଗାଣ ବର୍ଷାରେ ବିଭିନ୍ନ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri