ପ୍ରତିଶ୍ରୁତି ରଖୁନାହାନ୍ତି କର୍ତ୍ତୃପକ୍ଷ: ଆଲୁମିନିୟମ ପ୍ରକଳ୍ପ କାର୍ଯ୍ୟ ବନ୍ଦ କଲେ ଗ୍ରାମବାସୀ

ବଅଁରପାଳ, ୨୯।୫ (ଡି.ଏନ୍‌.ଏ.)- ବଅଁରପାଳ ବ୍ଲକ ଲଙ୍ଗୁଳିଆବେଡ଼ା ଗ୍ରାମ ପାଖରେ ନିର୍ମାଣାଧୀନ ଆଲୁମିନିୟମ ପାର୍କ ପ୍ରକଳ୍ପ କାର୍ଯ୍ୟକୁ ବନ୍ଦ କରିଛନ୍ତି ଗ୍ରାମବାସୀ। ମଙ୍ଗଳବାର ସକାଳୁ ଗ୍ରାମର ଶତାଧିକ ଲୋକ ପ୍ରକଳ୍ପ ସ୍ଥାନରେ ପହଞ୍ଚତ୍ ଗ୍ରାମ ସୀମା ଚିହ୍ନଟ କରିବା ସହିତ ସୀମା ମଧ୍ୟରେ ରହିଥିବା କାର୍ଯ୍ୟ ବନ୍ଦ କରାଇଥିଲେ। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ କାର୍ଯ୍ୟ ହୋଇପାରିବ ନାହିଁ ବୋଲି ସେମାନେ ଅଡ଼ି ବସିଥିଲେ।
ଗ୍ରାମବାସୀ ଅଭିଯୋଗ କରିଛନ୍ତି ଯେ, ଆଲୁମିନିୟମ ପ୍ରକଳ୍ପ ପାଇଁ ନାଲ୍‌କୋ ଇଡିଙ୍କ ପକ୍ଷରୁ ଲଙ୍ଗୁଳିଆବେଡ଼ା ଗ୍ରାମରେ ଜମି ଅଧିଗ୍ରହଣ କରାଯାଇଛି। ଏଥିରେ ବହୁ ଗୋଚର ଜମି ମଧ୍ୟ ରହିଛି। ଏହାକୁ ଗ୍ରାମବାସୀ ରାସ୍ତା, ଖେଳ ପଡ଼ିଆ ଆଦି କାର୍ଯ୍ୟରେ ଲଗାଉଥିଲେ। ଏହି ଜମି ବଦଳରେ ଅନ୍ୟତ୍ର ଜମି ଦେବାକୁ ଦୀର୍ଘ ୨ ବର୍ଷ ହେଲା ଦାବି କରି ଆସୁଛନ୍ତି। ବହୁବାର ଇଡ୍‌କୋ, ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ ମଧ୍ୟ କରିଛନ୍ତି। ପ୍ରଶାସନ ପକ୍ଷରୁ ପ୍ରତିଶ୍ରୁତି ଦିଆଯାଇଥିଲେ ମଧ୍ୟ ତାହା କାର୍ଯ୍ୟକାରୀ କରାଯାଉ ନାହିଁ। ତଥାପି ପ୍ରକଳ୍ପ କାର୍ଯ୍ୟ କରାଯାଉଛି। ଏହି ଖବର ଜାଣିବା ପରେ ଗ୍ରାମବାସୀଙ୍କ ମଧ୍ୟରେ ଉତ୍ତେଜନା ଦେଖା ଦେଇଥିଲା। ଗ୍ରାମରେ ସଭା କରାଯାଇ ଏଭଳି କାର୍ଯ୍ୟକୁ ନିନ୍ଦା କରାଯିବା ସହ କାର୍ଯ୍ୟ ବନ୍ଦ ରଖାଯାଇଛି। ଗ୍ରାମ ସଭାପତି ଅକ୍ଷୟ କୁମାର ବିଶୋଇଙ୍କ ନେତୃତ୍ୱରେ ଗ୍ରାମର ନରେଶ ଦେହୁରୀ, ଶରତ ଚନ୍ଦ୍ର ବିଶ୍ୱାଳ, ଅଜୟ ପ୍ରଧାନ, ଗିରିଶ ବିଶ୍ୱାଳ, ସୁଦର୍ଶନ ପ୍ରଧାନ, ପ୍ରକାଶ ଚନ୍ଦ୍ର ବିଶ୍ୱାଳ, ବ୍ରଜବନ୍ଧୁ ସାହୁ ପ୍ରମୁଖ ଆନ୍ଦୋଳନ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟା ସନ୍ତାନ ପ୍ରସବ କଲେ ନାବାଳିକା, ଧରାପଡ଼ିଲେ ଅଭିଯୁକ୍ତ

ଛେଣ୍ଡିପଦା,୧୮।୬(ଅଜିତ ଧଳ): ଅନୁଗୋଳ ଜିଲା ଜରପଡା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜିଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ୧୬ ବର୍ଷୀୟା ଆଦିବାସୀ ନାବାଳିକା…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଭିଜିଲାନ୍ସ ଜାଲରେ ମହିଳା ASI, ଲାଞ୍ଚ ନେଉଥିବା ବେଳେ ପଡ଼ିଲେ ଧରା

ଅନୁଗୋଳ, ୧୩।୬: ଅନୁଗୋଳ ଜିଲାର ଜରପଡ଼ା ଥାନାରେ କାର୍ଯ୍ୟରତ ମହିଳା ASI ସୀତା ନାୟକ ୮,୦୦୦ ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସୂଚନା…

ବ୍ରାହ୍ମଣୀରେ ଭାସିଗଲେ ୩ ସାଙ୍ଗ

ତାଳଚେର,୮।୬; ଅନୁଗୋଳ ଜିଲା ତାଳଚେର ବ୍ରାହ୍ମଣୀ ନଦୀରେ ସୋମବାର ଏକ ଅଘଟଣ ଘଟିଛି। ୩ଜଣ ସାଙ୍ଗ ଗାଧୋଇବା ବେଳେ ଭାସିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କୁ ମୃତ ଅବସ୍ଥାରେ…

ବିଲକୁ ଯାଇଥିଲେ ୨ ଭାଇ, ହଠାତ୍‌ ମାରିଲା ଘଡ଼ଘଡ଼ି: ଆଉ ତା’ପରେ…

ବଇଣ୍ଡା, ୨।୬(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋର ନଗର ବ୍ଲକ ହଣ୍ଡପା ଥାନା ପାପସରା ଗ୍ରାମର ଜଟିଆ ରୁଗୁଡ଼ି ନିକଟରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ…

ବିଳମ୍ବିତ ରାତିରେ ବାଇକ ସହ ଜିଅନ୍ତା ଜଳିଗଲେ ଯୁବକ, କାରଣ ଜାଣିଲେ….

ପାଲଲହଡ଼ା,୨୯।୫(ଦିବ୍ୟଜ୍ୟୋତି ଦାଶ): ସକାଳୁ ସକାଳୁ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି ।  ବାଇକ ଦୁର୍ଘଟଣାରେ ଚାଳକ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେହିପରି ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଖମାର…

ନାତୁଣୀକୁ ବଞ୍ଚାଇବାକୁ ଯାଇ ଚାଲିଗଲା ଜେଜେଙ୍କ ଜୀବନ

ଅନୁଗୋଳ,୧୨।୫: ଅନୁଗୋଳ ଜିଲା ଆଠମଲ୍ଳିକ ବ୍ଲକ ପାଇକ ସାହିରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ନାତୁଣୀଙ୍କୁ ବଞ୍ଚାଇବାକୁ ଯାଇ ବିଦ୍ୟୁତ୍‌ ଆଘାତରେ ଜେଜେଙ୍କ ମୃତ୍ୟୁ ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri