ପ୍ରତି ପଞ୍ଚାୟତରେ ସ୍ମାର୍ଟ ଅଙ୍ଗନଓ୍ବାଡି : ମନ୍ତ୍ରୀ

କାମାକ୍ଷାନଗର, ୧୭।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ପଞ୍ଚାୟତ ସମିତିର ୭ମ ବୈଠକ ରବିବାର ଔଷଧୀୟ ଅରଣ୍ୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷା ସୁଫଳା ପଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ ମୁଖ୍ୟଅତିଥି ଭାବେ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ ଯୋଗଦେଇ କହିଲେ, ଅଞ୍ଚଳର ବିକାଶ ପାଇଁ ସମନ୍ବୟ ଲୋଡ଼ା। ଜନପ୍ରତିନିଧି ଏବଂ ବିଭାଗୀୟ ଅଧିକାରୀମାନେ ସମନ୍ବୟ ରଖି କାମକଲେ ସହଜରେ ଲକ୍ଷ୍ୟ ପୂରଣ ହୋଇପାରିବ। ଶିଶୁଙ୍କ ଶିକ୍ଷା ଏବଂ ସାମଗ୍ରିକ ବିକାଶ ଉପରେ ଆଲୋଚନା କରି ମନ୍ତ୍ରୀ କହିଲେ, ପ୍ରତି ପଞ୍ଚାୟତର ଗୋଟିଏ ଅଙ୍ଗନଓ୍ବାଡି କେନ୍ଦ୍ରକୁ ସ୍ମାର୍ଟ କରାଯିବ। ଏଠାରେ ଶିଶୁଙ୍କ ପଢ଼ିବା, ଖେଳିବା ଲାଗି ସ୍ବତନ୍ତ୍ର ସୁବିଧା ସୁଯୋଗ ଉପଲବ୍ଧ ହେବ। ଏଥିପାଇଁ ମନ୍ତ୍ରୀଙ୍କ ହାତପାଣ୍ଠିରୁ ପ୍ରତି କେନ୍ଦ୍ରକୁ ୨୫ହଜାର ଟଙ୍କା ଅନୁଦାନ ଦିଆଯିବ ବୋଲି ମୁଖ୍ୟଅତିଥି ସୂଚନା ଦେଇଛନ୍ତି।
ବ୍ଲକ ଅଧୀନ ବିଭିନ୍ନ ସ୍ବାସ୍ଥ୍ୟକେନ୍ଦ୍ରରେ ଡାକ୍ତରମାନେ ରୋଗୀଙ୍କ ସମସ୍ୟା ପ୍ରତି ଧ୍ୟାନ ନ ଦେଇ ଅନ୍ୟତ୍ର ରେଫର କରିଦେଉଛନ୍ତି। ଏପରି ଅଭିଯୋଗ ଆଣି ସଭ୍ୟମାନେ କ୍ଷୋଭବ୍ୟକ୍ତ କରିଥିଲେ। ସେହିପରି କୃଷି ବିଭାଗ ପକ୍ଷରୁ ଚାଷୀଙ୍କୁ ବିହନ, ଆବଶ୍ୟକ ଜ୍ଞାନକୌଶଳ ଦିଆଯାଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଥିଲା। ଏଥିପ୍ରତି ବିଭାଗୀୟ ଅଧିକାରୀ ଧ୍ୟାନ ଦେବାକୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ବୈଠକରେ ଶିକ୍ଷା, ସ୍ବାସ୍ଥ୍ୟ, କୃଷି, ପାନୀୟ ଜଳ ଯୋଗାଣ, ବିଦ୍ୟୁତ୍‌, ଶିଶୁ ବିକାଶ, କୃଷି ସମ୍ପର୍କରେ ଆଲୋଚନା ହୋଇଥିଲା। ବିଡିଓ ବିକାଶ କୁମାର ମହାନ୍ତି ବ୍ଲକକୁ ରାଜ୍ୟରେ ଏକ ନମ୍ବରରେ ପରିଣତ କରିବା ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଥିଲେ। ପଞ୍ଚାୟତ ସମ୍ପ୍ରସାରଣ ଅଧିକାରୀ ଶରତ ଚନ୍ଦ୍ର ମହାନ୍ତି ସ୍ବାଗତ ଭାଷଣ ଦେଇଥିଲେ। ପରଜଙ୍ଗ ବିଧାୟକଙ୍କ ପ୍ରତିନିଧି ଭ୍ରମର ସାସ୍‌ମଲ, ଜିଲା ପରିଷଦ ସଭ୍ୟ ପ୍ରେମାନନ୍ଦ ସାହୁ, ସରପଞ୍ଚ ଲଲିତ ସାହୁ, ଶିଶିର କୁମାର ବେହେରା, ସମିତି ସଭ୍ୟ ମିହିର ପ୍ରସାଦ ମହାପାତ୍ର, ଦୀପକ ମାହୁନ୍ତଙ୍କ ସମେତ ବିଭିନ୍ନ ପଞ୍ଚାୟତର ନିର୍ବାଚିତ ପ୍ରତିନିଧି ଉପସ୍ଥିତ ଥିଲେ। ଉପାଧ୍ୟକ୍ଷ ରଶ୍ମିରଞ୍ଜନ ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆବର୍ଷରେ ଅଘଟଣ: ଦ୍ରୁତଗତିରେ ଆସି ମହିଳାଙ୍କୁ ଧକ୍କା ଦେଲା କାର୍‌, ୧୦ ମିଟର ଦୂରରେ ଯାଇ…

ଲାଞ୍ଜିଗଡ଼,୧ା୧(ରମେଶ ଚନ୍ଦ୍ର ନାୟକ): ବର୍ଷ ଆରମ୍ଭରୁ ଏକ ଦୁଃଖଦ ଘଟଣା ଘଟିଛି। କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅନ୍ତର୍ଗତ ଆଶ୍ରମପଡ଼ା ନିକଟରେ ଏକ ଅଜଣା ଗାଡ଼ି...

ଚିକିତ୍ସା ପାଇଁ ସହାୟତାର ହାତ ବଢ଼ାଇଲେ ଯୁବ ସମିତି ସଭ୍ୟ, ନିଜ ଦରମାରୁ ଦେଇଦେଲେ ଟଙ୍କା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର ବୋରିଗାଁ ଗ୍ରାମର ଗାଣ୍ଡୁ ଗୌଡ଼ ଦୀର୍ଘ ଦିନ ହେବ ଅଜଣା ରୋଗରେ ପୀଡିତ ଅଛନ୍ତି...

ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ମିଡିୟୁବାନ୍ଦା ଜଳପ୍ରପାତ: VIDEO ଦେଖିଲେ ଲାଖି ଯିବ ଲାଖି

ଦାରିଙ୍ଗବାଡି,୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଅନେକ ଜଳ ପ୍ରପାତ ରହିଛି। ସେଥିମଧ୍ୟରେ ଅନ୍ୟତମ ଜଳପ୍ରପାତ ହେଉଛି ମିଡିୟୁାନ୍ଦା ଜଳପ୍ରପାତ, ଯାହାକି ପର୍ଯ୍ୟଟକଙ୍କ ପାଇଁ ମୁଖ୍ୟ...

ଲିଟିଲ ମିସ ଗ୍ଲୋବାଲ ଇଣ୍ଟରନ୍ୟାଶନାଲ ବିଜେତାଙ୍କୁ ଭବ୍ୟ ସାଗତ: ଡିଜେ ବଜାଇ ପାଛୋଟି ନେଲେ..

ଲୋଇସିଂହା,୧।୧(ସୁଶାନ୍ତ ବାରିକ):ମହାରାଷ୍ଟ୍ରର ସାଙ୍ଗଲୀ ସହରରେ ଗ୍ଲୋବାଲ ମଡେଲ ଇଣ୍ଡିଆ ତରଫରୁ ଆୟୋଜିତ ଲିଟିଲ ମିସ ଇଣ୍ଡିଆ ଜାତୀୟ ମଡେଲିଂ ପ୍ରତିଯୋଗିତାରେ ବଲାଙ୍ଗୀର ଜିଲା ଲୋଇସିଂହା ଥାନା...

ବିଧାୟକଙ୍କ ହୋଡିଂରେ ନାହିଁ ଟାଣୁଆ ନେତା ରାମଚନ୍ଦ୍ର ପଣ୍ଡାଙ୍କ ଫଟୋ, ସହରରେ ଚର୍ଚ୍ଚା

ଗଞ୍ଜାମ,୧।୧(ବିଦ୍ୟାଧର ସାହୁ ): ଆଜି ହେଉଛି ବର୍ଷର ପ୍ରଥମ ଦିବସ ତଥା ନୂଆବର୍ଷ। ଏହି ଦିନକୁ ଗାଁଠୁ ସହର ସବୁଠି ଧୂମଧାମର ପାଳନ କରୁଛନ୍ତି ସମସ୍ତେ।...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧(କୈଳାଶ ଚନ୍ଦ୍ର ପଟନାୟକ ): ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ଫଳରେ ମଝି ଚିଲିକାରେ ୫୦ ଯାତ୍ରୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri