ପ୍ରତୀକ୍ଷା ପିନ୍ଧିଲେ ଗ୍ଲୋରିକୁଇନ ମୁକୁଟ

ପୁରୀ ଅଫିସ, ୧୩ା୧:ଦୀର୍ଘ ୭ଦିନ ପ୍ରତୀକ୍ଷାର ଅନ୍ତ ଘଟିଲା। ସମସ୍ତ ପ୍ରତିଯୋଗୀଙ୍କୁ ପଛରେ ପକାଇ ଶେଷରେ ବାଜି ମାରିନେଲେ ପ୍ରତୀକ୍ଷା। ରାଉରକେଲା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ଆୟେଶାକାଂକ୍ଷା ନିଜର ଆତ୍ମବିଶ୍ୱାସ, ଦକ୍ଷତା, ଅଭିନୟ, ବୁଦ୍ଧିମତାରେ ଜୁରି ଓ ଦର୍ଶକଙ୍କ ହୃଦୟ ଜିତି ପିନ୍ଧିଛନ୍ତି ୨୦୨୦ ଗ୍ଲୋରିକୁଇନ ମୁକୁଟ। ସେହିପରି ହାଇଟେକ୍‌ ମେଡିକାଲ କଲେଜର ଆଦ୍ୟାଶା ଆଦିଶକ୍ତି ସାହୁ ପ୍ରଥମ ରନର୍ସଅପ୍‌ ଏବଂ ରାଉରକେଲା ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ଶିବାନୀ ଭାଗଲ ଦ୍ୱିତୀୟ ରନର୍ସଅପ୍‌ ହୋଇଛନ୍ତି। ଶୀତୁଆ ସନ୍ଧ୍ୟାରେ ପୁରୀ ବେଳାଭୂମି ଖୋଲାମଞ୍ଚରେ ଗ୍ଲୋରିକୁଇନ ମୁକୁଟ ପିନ୍ଧିବାବେଳେ ବେଶ୍‌ ଭାବବିହ୍ବଳ ହୋଇପଡ଼ିିଥିଲେ ପ୍ରତୀକ୍ଷା। ଯୁବକମାନଙ୍କ ମଧ୍ୟରେ ଅନୁଷ୍ଠିତ ଗ୍ଲୋରି ଟ୍ୟାଲେଣ୍ଟ ପ୍ରତିଯୋଗିତାରେ ବ୍ରହ୍ମପୁର ଖଲ୍ଲିିକୋଟ କଲେଜର କିଶୋର ନାୟକ ପ୍ରଥମ, ତାମିଲନାଡୁ ଆଲାଗାପା ବିଶ୍ୱବିଦ୍ୟାଳୟର ଏମ୍‌. ଗଣେଶ ଦ୍ୱିତୀୟ ଏବଂ ପୁରୀ ଏସ୍‌ସିଏସ୍‌ କଲେଜର ପ୍ରଦୀପ କୁମାର ପାଣିଗ୍ରାହୀ ତୃତୀୟ ସ୍ଥାନ ହାସଲ କରି ପୁରସ୍କୃତ ହୋଇଛନ୍ତି। ଏତଦ୍‌ବ୍ୟତୀତ ଅନ୍ୟାନ୍ୟ ପ୍ରତିଯୋଗିତାର କୃତୀ ପ୍ରତିଯୋଗୀଙ୍କୁ ମଧ୍ୟ ଅତିଥିମାନେ ପୁରସ୍କୃତ କରିଛନ୍ତି।
ଶ୍ରୀକ୍ଷେତ୍ରର ଅଗ୍ରଣୀ ଯୁବ ସାଂସ୍କୃତିକ ଅନୁଷ୍ଠାନ ଜାତୀୟ ଯୁବ ସମନ୍ବିତ କେନ୍ଦ୍ର ଆନୁକୂଲ୍ୟରେ ଗତ ୬ରୁ ୧୨ତାରିଖ ପର୍ଯ୍ୟନ୍ତ ୭ଦିନ ଧରି ଅନୁଷ୍ଠିତ ହୋଇଯାଇଛି ଗ୍ଲୋରିଫେଷ୍ଟ ରୋପ୍ୟ ଜୟନ୍ତୀ ଉତ୍ସବ। ଶରଧାବାଲି ମୁକ୍ତାକାଶ ମଞ୍ଚରେ ଉଦ୍‌ଘାଟନୀ ପର୍ବ ପରେ ତିନିଦିନ ଧରି ପୌର ସଦନରେ ୨୫ଟି ପ୍ରତିଯୋଗିତା ହୋଇଥିଲା। ଶେଷ ୩ଦିନ ବେଳାଭୂମି ମଞ୍ଚରେ ଏହି ଜାତୀୟସ୍ତରୀୟ ଆନ୍ତଃ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ସାଂସ୍କୃତିକ ମହୋତ୍ସବ ସମ୍ପନ୍ନ ହୋଇଛି। ରାଜ୍ୟ ଓ ରାଜ୍ୟ ବାହାରର ପ୍ରାୟ ୬୫୦ ଛାତ୍ରୀଛାତ୍ର ବିଭିନ୍ନ ପ୍ରତିଯୋଗିତାରେ ସେମାନଙ୍କ ପ୍ରତିଭା ଦେଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri