Posted inଖେଳ

ପ୍ରଥମଥର ଲାଗି ଇଂଲଣ୍ଡ କେନ୍ଦ୍ରୀୟ ଚୁକ୍ତି ତାଲିକାରେ ଆର୍ଚର

ଲଣ୍ଡନ, ୨୦।୯ (ଏଏଫ୍‌ପି)- ଗତ ଆଇସିସି ବିଶ୍ୱକପ୍‌ ଓ ଆଶେସ ସିରିଜରେ ପ୍ରଭାବୀ ପ୍ରଦର୍ଶନ କରିଥିବା ଯୁବ ଦ୍ରୁତ ବୋଲର ଜୋଫ୍ରା ଆର୍ଚର ପ୍ରଥମଥର ଲାଗି ଇଂଲଣ୍ଡ କେନ୍ଦ୍ରୀୟ ଖେଳାଳି ଚୁକ୍ତି ତାଲିକାରେ ସ୍ଥାନ ପାଇଛନ୍ତି। ଇଂଲଣ୍ଡ ଆଣ୍ଡ୍‌ ଓ୍ବେଲ୍ସ କ୍ରିକେଟ୍‌ ବୋର୍ଡ (ଇସିବି) ପକ୍ଷରୁ ପ୍ରକାଶିତ ଉଭୟ ଟେଷ୍ଟ ଓ ଦିନିକିଆ କେନ୍ଦ୍ରୀୟ ଖେଳାଳି ତାଲିକାରେ ଆର୍ଚରଙ୍କୁ ସ୍ଥାନ ମିଳିଛି। ୨୪ ବର୍ଷୀୟ ଆର୍ଚର ବିଶ୍ୱକପ୍‌ରେ ଇଂଲଣ୍ଡର ସର୍ବାଧିକ ଉଇକେଟ୍‌ ହାସଲକାରୀ ବୋଲର ରହିଥିଲେ। ସେ ମୋଟ୍‌ ୨୨ ଉଇକେଟ୍‌ ନେଇ ଇଂଲଣ୍ଡକୁ ପ୍ରଥମ ବିଶ୍ୱକପ୍‌ ଟ୍ରଫି ଜିତାଇବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ବାର୍ବାଡସ ଜନ୍ମିତ ୨୪ ବର୍ଷୀୟ ଆର୍ଚର ଚଳିତ ବର୍ଷ ପ୍ରାରମ୍ଭରେ ଇଂଲଣ୍ଡ ପକ୍ଷରୁ ଖେଳିବାକୁ ଯୋଗ୍ୟତା ହାସଲ କରିଥିଲେ। ଆର୍ଚରଙ୍କ ସମେତ ୧୦ଜଣ ଖେଳାଳି ୨୦୧୯/୨୦ ସିଜନ ଲାଗି କେନ୍ଦ୍ରୀୟ ଟେଷ୍ଟ ଚୁକ୍ତିରେ ରହିଛନ୍ତି। ଦୁଇ ସ୍ପିନର ମୋଇନ ଅଲି ଓ ଆଡିଲ ରଶିଦ ସେମାନଙ୍କ ଟେଷ୍ଟ ଚୁକ୍ତି ହରାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରୁ ଘରକୁ ଫେରୁଥିଲେ, ଜାତୀୟ ପାରା ଆଥ୍‌ଲେଟଙ୍କୁ ହତ୍ୟା,:ରକ୍ତ ଜୁଡ଼ୁବୁଡ଼ୁ…

ଗାଜିଆବାଦ, ୩୦।୫: ଉତ୍ତର ପ୍ରଦେଶର ଗାଜିଆବାଦ ଅଞ୍ଚଳରୁ ଏକ ଅଭାବନୀୟ ତଥା ଦୁଃଖଦ ଖବର ସାମ୍ନାକୁ ଆସିଛି। ଜାତୀୟ ସ୍ତରର ପାରା ଖେଳାଳୀ ଚିରାଗ ତ୍ୟାଗୀଙ୍କୁ ନିର୍ମମ…

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

ଆଫଗାନ ଶରଣାର୍ଥୀଙ୍କୁ ନେଇଯାଉଥିବା ଟ୍ରକ୍‌ ଦୁର୍ଘଟଣା, ଆଉ ତା’ପରେ…

କାବୁଲ,୩୦ା୫: ପାକିସ୍ତାନରୁ ଆଫଗାନ୍‌ ଶରଶାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ଟ୍ରକ୍‌ ଶନିବାର ପୂର୍ବ ଆଫଗାନିସ୍ତାନର ଜାତୀୟ ରାଜପଥରେ ଓଲଟିପଡ଼ି ଦୁର୍ଘଟଣଗ୍ରସ୍ତ ହୋଇଛି। ଫଳରେ ୨୨ଜଣଙ୍କ ମୃତ୍ୟୁ ଘଟିବା…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଫାଇନାଲରେ ପହଞ୍ଚିଲେ ସାତ୍ତ୍ୱିକ-ଚିରାଗ ଯୋଡ଼ି

ସିଙ୍ଗାପୁର,୩୦ା୫: ଭାରତର ତାରକା ଯୋଡ଼ି ସାତ୍ତ୍ୱିକସାଇରାଜ ରାଙ୍କିରେଡ୍ଡୀ ଓ ଚିରାଗ ଶେଟ୍ଟି ସିଙ୍ଗାପୁର ଓପନ ସୁପର ୭୫୦ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ଶନିବାର ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri