ପ୍ରଥମଦିନରେ ୫ଟି ରେକର୍ଡ ଭାଙ୍ଗିଲା ସଲମାନଙ୍କ ଫିଲ୍ମ ‘ଭାରତ’

ସୁପରଷ୍ଟାର ସଲମାନ ଖାନଙ୍କ ବହୁପ୍ରତିକ୍ଷୀତ ଫିଲ୍ମ ‘ଭାରତ’ ଇଦ ଅବସରରେ ରିଲିଜ ହୋଇଯାଇଛି। ପ୍ରଥମଦିନରେ ଫିଲ୍ମ ୪୨.୩୦କୋଟି ଟଙ୍କା ରୋଜଗାର କରି ବକ୍ସଅଫିସ୍‌ ରେକର୍ଡ ଭାଙ୍ଗିଛି। ସାଉଥ କୋରିୟାନ ବ୍ଳକବଷ୍ଟର ଫିଲ୍ମର ହିନ୍ଦୀ ରିମେକ ‘ଭାରତ’ ଫିଲ୍ମରେ ସଲମାନଙ୍କ ସହ କ୍ୟାଟ୍ରିନା କୈଫ ଲିଡ ରୋଲରେ ଅଛନ୍ତିା ଏହି ଫିଲ୍ମରେ ଦିଶା ପାଟନୀଙ୍କୁ ବି ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ଦେଖିବାକୁ ମିଳିଛି। ଅଲ୍ଲୀ ଅବାସଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମରେ ସଲମାନଙ୍କୁ ସମ୍ପୂର୍ଣ୍ଣ ନୁଆ ଲୁକରେ ଦେଖିବାକୁ ପାଇଛନ୍ତି ଦର୍ଶକ। ଫିଲ୍ମରେ ସଲମାନଙ୍କ ସହ, କ୍ୟାଟ୍ରିନା, ଜାକି ଶ୍ରଫ, ଦିଶା ପାଟାନୀ, ନୋରା ଫତେହି, ସୁନୀଲ ଗ୍ରୋଭର ଅଭିନୟ କରିଛନ୍ତି। ଜାଣନ୍ତୁ ‘ଭାରତ’ର ୫ଟି ରେକର୍ଡ

ସଲମାନ ଏବଂ କ୍ୟାଟ୍ରିନାଙ୍କ ଅଭିନୀତ ଫିଲ୍ମ ‘ଭାରତ’ ପୂର୍ବ ରେକର୍ଡକୁ ଭାଙ୍ଗିଛି। ପୂର୍ବରୁ ଦୁହିଁଙ୍କ ଅଭିନୀତ ‘ଟାଇଗର ଜିନ୍ଦା ହୈ’ ପ୍ରଥମଦିନରେ ୩୪ କୋଟି ଆୟ କରିଥିଲା।

ସେହିପରି ଇଦରେ ଏଯାବତ୍‌ ରିଲିଜ୍‌ ହୋଇଥିବା ସଲମାନଙ୍କ ଫିଲ୍ମଗୁଡିକ ପ୍ରଥମଦିନ ଆୟରେ ‘ଭାରତ’ ସର୍ବାଗ୍ରେ ରହିଛି। ପୂର୍ବରୁ ସୁଲତାନ ୩୬.୩୭ କୋଟି ଟଙ୍କା ରୋଜଗାର କରିଥିଲା।

ସଲମାନଙ୍କ କ୍ୟାରିୟରର ପ୍ରଥମ ଫିଲ୍ମ ଭାବେ ‘ଭାରତ’ ପ୍ରଥମ ଦିନରେ ୪୨.୩୦କୋଟି ଆୟ କରିଛି। ପୂର୍ବରୁ ପ୍ରେମ ରତନ ଧନ ପାୟୋ ପ୍ରଥମ ଦିନରେ ୪୦.୩୬କୋଟି ଟଙ୍କା ଆୟ କରିଥିଲା।

‘ଭାରତ’ ୨୦୧୯ରେ ପ୍ରଥମ ବଲିଉଡ ଫିଲ୍ମ ଭାବେ ପ୍ରଥମ ଦିନରେ ୪୨.୩୦କୋଟି ଟଙ୍କା ଆୟ କରିଛି। ଏହିବର୍ଷ ରିଲିଜ୍‌ ହୋଇଥିବା କଳଙ୍କ ପ୍ରଥମ ଦିନରେ ୨୧.୬୦ କୋଟି ଟଙ୍କା ରୋଜଗାର କରିଥିଲା।

‘ଭାରତ’ ୭୦ଟି ଦେଶର ୧୩୦୦ ସିନେମା ଘରେ ରିଲିଜ୍‌ କରାଯାଇଥିବାବେଳେ ଭାରତରେ ୪୭୦୦ ସିନେମା ଘରେ ରିଲିଜ୍‌ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri