ପ୍ରଥମପତ୍ନୀଙ୍କୁ ନିର୍ଯାତନା ଦେଇ ଦ୍ୱିତୀୟ ବିବାହ: ନ୍ୟାୟ ପାଇଁ ଘର ଆଗରେ ଧାରଣା

ପାରାଦୀପ,୯ା୩(ସ୍ବ.ପ୍ର.): ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ବାଲିଡିଆ ଗ୍ରାମରେ ସୋମବାର ଜଣେ ମହିଳା ନିଜର ହକ୍‌ ପାଇଁ ସ୍ବାମୀଙ୍କ ଘର ଆଗରେ ଧାରଣା ଦେଇଥିଲେ। ଅପରାହ୍ନରେ ପୋଲିସ ହସ୍ତକ୍ଷେପ କରି ସମ୍ପୃକ୍ତ ମହିଳାଙ୍କୁ ଥାନାକୁ ଡାକି ଆଲୋଚନା କରିଥିଲା। ଅନ୍ୟପକ୍ଷେ ସ୍ବାମୀ ଓ ତାଙ୍କ ପରିବାର ଲୋକେ ଘରେ ତାଲା ପକାଇ ଫେରାର ହୋଇଯାଇଛନ୍ତି। ସୂଚନା ଅନୁସାରେ ବାଲିଡିଆ ଗ୍ରାମର ନିରଞ୍ଜନ ରାଉତଙ୍କ ପୁଅ ଚନ୍ଦନଙ୍କ ସହ ସେହି ଥାନା ବଗଦିଆ ଗ୍ରାମର ସନ୍ତୋଷ ପ୍ରଧାନଙ୍କ ଝିଅ ମାନିନୀଙ୍କ ୨୦୧୬ ଜୁଲାଇ ୭ରେ ପ୍ରସ୍ତାବିତ ବିବାହ ହୋଇଥିଲା। ବିବାହର କିଛିଦିନ ପରେ ଅଧିକ ଯୌତୁକ ଦାବିରେ ସ୍ବାମୀ ଓ ତାଙ୍କ ପରିବାର ନିର୍ଯାତନା ଦେବାରୁ ମାନିନୀ ୨୦୧୭ ଫେବୃୟାରୀ ୭ରେ ବାପଘରକୁ ପଳାଇ ଯାଇଥିଲେ। ଏହି ଘଟଣାରେ ଯୌତୁକ ନିର୍ଯାତନା ମାମଲା କୋର୍ଟରେ ବିଚାରାଧୀନ ରହିଛି। ଏପରିସ୍ଥଳେ ଚନ୍ଦନ ୨ବର୍ଷ ହେଲା ଦ୍ୱିତୀୟ ବିବାହ କରି ଅଲଗା ଜାଗାରେ ରହୁଥିଲେ। ଏବେ ଦ୍ୱିତୀୟ ପତ୍ନୀଙ୍କର ଏକ ବର୍ଷକର ଶିଶୁକନ୍ୟା ଅଛି। ସୋମବାର ଦ୍ୱିତୀୟ ପତ୍ନୀ ଚନ୍ଦନଙ୍କ ଘରକୁ ଯାଇଥିବା ଖବର ପାଇ ପ୍ରଥମ ପତ୍ନୀ ମାନିନୀ ତାଙ୍କ ଘର ଆଗରେ ଧାରଣା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଳବୈଶାଖୀ ତାଣ୍ଡବରେ ଏକାଧିକ ଘର ଭାଙ୍ଗିଲା, ୩୬ ଘଣ୍ଟା ପରେ ବି ଅନ୍ଧାରରେ ସିମନବାଡ଼ି ଫିଡର

ଦାରିଙ୍ଗବାଡ଼ି,୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ଫିଡରର ୮ ପଞ୍ଚାୟତ ଦୀର୍ଘ ୩୬ ଘଣ୍ଟା ବିତିଲା ଅନ୍ଧାରରେ ରହିଛନ୍ତି। ଗୁରୁବାର ସକାଳୁ ବିଦ୍ୟୁତ ଅଚଳ…

‘ପଣ୍ଡିତ ରଘୁନାଥ ମୁର୍ମୁଙ୍କ ବ୍ୟାକରଣ, ଧର୍ମଶାସ୍ତ୍ର ଶିକ୍ଷାଦାନ ଅତୁଳନୀୟ’

ମହାକାଳପଡ଼ା,୧ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ଆଦିବାସୀ ଅଧ୍ୟୁଷିତ ଗାଁ ଲୁଣିମାଠିଆ ଆଦିବାସୀ ଖେଳପଡ଼ିଆଠାରେ ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୧ ବାର୍ଷିକ…

‘ମମତା ଯାହା କରିଛନ୍ତି ଏକଦମ୍‌ ଠିକ୍‌ କରିଛନ୍ତି’, କିଏ ଆଉ କାହିଁକି କହିଲେ ଏମିତି? ଜାଣନ୍ତୁ…

କୋଲକାତା,୧।୫: ଗତକାଲି ରାତିରେ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ‘ଷ୍ଟ୍ରଙ୍ଗ ରୁମ’ ପରିଦର୍ଶନ କରିବା ପରେ ରାଜନୈତିକ ଉତ୍ତେଜନା ବୃଦ୍ଧି ପାଇଥିଲା। ଗୁରୁବାର,…

ପଶ୍ଚିମବଙ୍ଗ ନିର୍ବାଚନ ଡ୍ୟୁଟିବେଳେ ଓଡ଼ିଆ ଯବାନଙ୍କ ଜୀବନ ଗଲା, ଆଜି ଗାଁରେ ମରଶରୀର ପହଞ୍ଚିବା ପରେ…

ଆନନ୍ଦପୁର,୧ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଅନ୍ତର୍ଗତ ପୁଟୁଝରି ଗାଁର ବିଏସ୍‌ଏଫ୍‌ ଯବାନ ଅଜୟ କୁମାର ସୋରେନ (୩୭) ପଶ୍ଚିମବଙ୍ଗ ବାଙ୍କୁଡ଼ାରେ ନିର୍ବାଚନ ଡ୍ୟୁଟି…

ବଂଶଧାରା ଉପରମୁଣ୍ଡରେ ଆନିକଟ ପାଇଁ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀଙ୍କୁ ସ୍ମାରକପତ୍ର, ନିର୍ଭର ପ୍ରତିଶ୍ରୁତି ଦେଇ…

ଗୁଣପୁର,୧ା୫(ସୁଜାତା ପାଢ଼ୀ): ବଂଶଧାରା ନଦୀ ଉପରମୁଣ୍ଡରେ ଆନିକଟ ନିର୍ମାଣ ପାଇଁ ବଂଶଧାରା ଅବବାହିକା ସୁରକ୍ଷା ସମିତି ତରଫରୁ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ରାୟଗଡ଼ାଗସ୍ତରେ ଥିବା କେନ୍ଦ୍ର ଗ୍ରାମୀଣ ଉନ୍ନୟନ…

ଆମେରିକା ସହିତ ଉତ୍ତେଜନା ମଧ୍ୟରେ ଇରାନରେ ବଡ଼ ଧରଣର ଫାଟ! ବୈଦେଶିକ ମନ୍ତ୍ରୀ ଆବାସ ଆରାକଚି ହରାଇବେ ପଦ

ତେହରାନ,୧।୫: ଆମେରିକା ସହିତ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନ ଭିତରେ ସବୁକିଛି ଠିକ ଠାକ ଚାଲିଛି କି ନାହିଁ? ଏହାକୁ ନେଇ ଏକ ରିପୋର୍ଟ ପ୍ରକାଶ ପାଇଛି,…

ସାମ୍ପ୍ରତିକ ପରିସ୍ଥିତିରେ ଶ୍ରମିକଙ୍କ ଅବସ୍ଥା ନେଇ ଆଲୋଚନା

ଦିଗପହଣ୍ଡି,୧ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଏବଂ ସିଆଇଟିୟୁ ଅନୁବନ୍ଧିତ ଖେମୁଣ୍ଡି ବିଶକର୍ମା ରାଜମିସ୍ତ୍ରୀ ଓ କାରିଗର…

ମନମୁଖୀ କରାଯାଉଛି କର୍ମଚାରୀ ଛଟେଇ: ଟିପିଡବ୍ଲ୍ୟୁଓଡିଏଲ ବିରୋଧରେ ବିକ୍ଷୋଭ

ଲୋଇସିଂହା,୧।୫(ସୁଶାନ୍ତ ବାରିକ):ଟିପିଡବ୍ଲ୍ୟୁଓଡିଏଲର ମନମୁଖୀ ଛଟେଇ ବିରୋଧରେ ୱେଷ୍ଟର୍ଣ୍ଣ ଓଡ଼ିଶା ବିଦ୍ୟୁତ ଶ୍ରମିକ ମହାସଂଘ ତରଫରୁ ଲୋଇସିଂହା ବିଦ୍ୟୁୁତ ସେକ୍ସନରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଶୁକ୍ରବାର ବିକ୍ଷୋଭ ପ୍ରଦର୍ଶନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri