Posted inଖେଳ

ପ୍ରଥମ ଟେଷ୍ଟ: ଓ୍ବାଟଲିଂଙ୍କ ଅପରାଜିତ ଶତକ, ନ୍ୟୁଜିଲାଣ୍ଡ ଅଗ୍ରଣୀ

ମାଉଣ୍ଟ ମାଉନଗାନୁଇ,୨୩।୧୧(ଏଏଫପି): ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଅଗ୍ରାଣୀ ହାସଲ କରିଛି। ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂଙ୍କ ଅପରାଜିତ ଶତକ ଓ ଟେଲ ଏଣ୍ଡରଙ୍କ ଦମ୍‌ଦାର ବ୍ୟାଟିଂ ସହାୟତାରେ ନ୍ୟୁଜିଲାଣ୍ଡ ଇଂଲଣ୍ଡକୁ ନିରାଶ କରିଛି।
ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୧୨୪ ଓଭରରେ ୩୫୩ ରନ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଶନିବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୪୧ ଓଭରରେ ୬ ଉଇକେଟ ହରାଇ ୩୯୪ ରନ ସଂଗ୍ରହ କରିଛି। ଫଳରେ ନ୍ୟୁଜିଲାଣ୍ଡ ୪ ଉଇକେଟ ହାତରେ ରଖି ୪୧ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଓ୍ବାଟଲିଂ ୧୧୯ ରନର ଶତକୀୟ ପାଳି ଖେଳି ଓ ମିଚେଲ ସାଣ୍ଟନର ୩୧ ରନ କରି ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୪୪/୪ ରୁ ନ୍ୟୁଜିଲାଣ୍ଡ ଶନିବାର ଖେଳ ଆରମ୍ଭ କରିଥିଲା। ୩୪ ବର୍ଷୀୟ ଓଭରନାଇଟ ବ୍ୟାଟ୍ସମ୍ୟାନ ଓ୍ବାଟଲିଂ ୬ ରନରୁ ଖେଳ ଆରମ୍ଭ କରି ଶତକ ହାସଲ କରିଥିଲେ। ୨୯୮ଟି ବଲର ସମ୍ମୁଖୀନ ହୋଇ ଓ୍ବାଟଲିଂ ୧୫ଟି ଚୌକା ସହ ୧୧୯ ରନର ଶତକୀୟ ପାଳି ଖେଳି ଅପରାଜିତ ରହିଛନ୍ତି। ଏଥିସହିତ ସେ କ୍ୟାରିୟରର ଅଷ୍ଟମ ଟେଷ୍ଟ ଶତକ ଅର୍ଜନ କରିଛନ୍ତି। ସେହିପରି ୨୬ ରନରୁ ଖେଳ ଆରମ୍ଭ କରି ହେନେରୀ ନିକୋଲ୍ସ ୪୧ ରନ କରି ଜୋ ରୁଟ୍‌ଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଥିଲେ। ତାଙ୍କ ପରେ କଲିନ ଡି ଗ୍ରାଣ୍ଡହୋମ ୬୫ ରନର ଅର୍ଦ୍ଧଶତକୀୟ ପାଳି ଖେଳି ବେନ୍‌ ଷ୍ଟୋକ୍ସଙ୍କ ବଲ୍‌ରେ ଡୋମ ସିବ୍‌ଲିଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଷଷ୍ଠ ଉଇକେଟରେ ଗ୍ରାଣ୍ଡହୋମ ଓ ଓ୍ବାଟଲିଂ ୧୧୯ ରନର ଭାଗୀଦାରି ସ୍ଥାପନ କରିଥିଲେ। ଶୁକ୍ରବାର ଅଧିନାୟକ କେନ୍‌ ଓ୍ବିଲିୟମସନ ୫୧ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ରସ୍‌ ଟେଲର ୨୫, ଓପନର ଜିତ୍‌ ରାଭାଲ ୧୯ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ସାମ କୁରାନ ଓ ଷ୍ଟୋକ୍ସ ୨ଟି ଲେଖାଏ, ଜ୍ୟାକ ଲିଚ୍‌ ଓ ରୁଟ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପୂର୍ବରୁ ଇଂଲଣ୍ଡ ତରଫରୁ ପ୍ରଥମ ଇନିଂସରେ ଷ୍ଟୋକ୍ସ ସର୍ବାଧିକ ୯୧, ଜୋ ଡେନ୍‌ଲି ୭୪, ଓପନର ରୋରି ବନର୍‌ସ ୫୨, ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋସ ବଟଲର ୪୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଅଭିଜ୍ଞ ଦ୍ରୁତ ବୋଲର ଟିମ୍‌ ସୌଦି ସର୍ବାଧିକ ୪, ନିଲ ଓ୍ବାଗନର ୩, କଲିନ୍‌ ଡି ଗ୍ରାଣ୍ଡହୋମ ୨ ଓ ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୧୨୪ ଓଭରରେ ୩୫୩ ଅଲଆଉଟ୍‌।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୧୪୧ ଓଭରରେ ୩୯୪/୬
(ଓ୍ବାଟଲିଂ- ୧୧୯*, ଗ୍ରାଣ୍ଡହୋମ-୬୫, ଓ୍ବିଲିୟମସନ- ୫୧, ନିକୋଲ୍ସ- ୪୧, ଟେଲର- ୨୫, ରାଭାଲ- ୧୯, ଷ୍ଟୋକ୍ସ- ୨/୩୭, କୁରାନ- ୨/୭୪, ରୁଟ୍‌- ୧/୩୧, ଲିଚ୍‌- ୧/୯୭ )।


Enter your email to get our daily news in your inbox.

All Right Reserved By Dharitri.Com

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

ନୂଆବର୍ଷ ପୂର୍ବରୁ ବଡ଼ ଧରଣର ଭୂକମ୍ପ ଝଟକା, ଭୟରେ…

ନୂଆଦିଲ୍ଲୀ,୩୧।୧୨: ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଜାପାନରେ ବଡ଼ ଧରଣର ଭୂକମ୍ପ ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ତୀବ୍ରତା ୬ ରେକର୍ଡ କରାଯାଇଛି ।...

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ରାସନ୍ କାର୍ଡ E-KYC ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଏତିକି ଦିନ ବଢ଼ିଲା ଅବଧି

ଭୁବନେଶ୍ବର,,୩୧/୧୨: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ବଡ଼ ଖବର । ଆହୁରି ୨ ମାସ ବଢିଲା ରାସନ୍ କାର୍ଡ E-KYC ଅବଧି । ଆଜି  E-KYC ଅବଧି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri