Posted inଖେଳ

ପ୍ରଥମ ଟେଷ୍ଟ: ଓ୍ବାଟଲିଂଙ୍କ ଅପରାଜିତ ଶତକ, ନ୍ୟୁଜିଲାଣ୍ଡ ଅଗ୍ରଣୀ

ମାଉଣ୍ଟ ମାଉନଗାନୁଇ,୨୩।୧୧(ଏଏଫପି): ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ଅଗ୍ରାଣୀ ହାସଲ କରିଛି। ଉଇକେଟକିପର ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂଙ୍କ ଅପରାଜିତ ଶତକ ଓ ଟେଲ ଏଣ୍ଡରଙ୍କ ଦମ୍‌ଦାର ବ୍ୟାଟିଂ ସହାୟତାରେ ନ୍ୟୁଜିଲାଣ୍ଡ ଇଂଲଣ୍ଡକୁ ନିରାଶ କରିଛି।
ଟସ୍‌ ଜିତି ଇଂଲଣ୍ଡ ପ୍ରଥମେ ବ୍ୟାଟିଂ କରି ୧୨୪ ଓଭରରେ ୩୫୩ ରନ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଶନିବାର ତୃତୀୟ ଦିବସ ଖେଳ ଶେଷ ସୁଦ୍ଧା ୧୪୧ ଓଭରରେ ୬ ଉଇକେଟ ହରାଇ ୩୯୪ ରନ ସଂଗ୍ରହ କରିଛି। ଫଳରେ ନ୍ୟୁଜିଲାଣ୍ଡ ୪ ଉଇକେଟ ହାତରେ ରଖି ୪୧ ରନର ମହତ୍ତ୍ୱପୂର୍ଣ୍ଣ ଅଗ୍ରଣୀ ହାସଲ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଓ୍ବାଟଲିଂ ୧୧୯ ରନର ଶତକୀୟ ପାଳି ଖେଳି ଓ ମିଚେଲ ସାଣ୍ଟନର ୩୧ ରନ କରି ଅପରାଜିତ ରହିଛନ୍ତି।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୧୪୪/୪ ରୁ ନ୍ୟୁଜିଲାଣ୍ଡ ଶନିବାର ଖେଳ ଆରମ୍ଭ କରିଥିଲା। ୩୪ ବର୍ଷୀୟ ଓଭରନାଇଟ ବ୍ୟାଟ୍ସମ୍ୟାନ ଓ୍ବାଟଲିଂ ୬ ରନରୁ ଖେଳ ଆରମ୍ଭ କରି ଶତକ ହାସଲ କରିଥିଲେ। ୨୯୮ଟି ବଲର ସମ୍ମୁଖୀନ ହୋଇ ଓ୍ବାଟଲିଂ ୧୫ଟି ଚୌକା ସହ ୧୧୯ ରନର ଶତକୀୟ ପାଳି ଖେଳି ଅପରାଜିତ ରହିଛନ୍ତି। ଏଥିସହିତ ସେ କ୍ୟାରିୟରର ଅଷ୍ଟମ ଟେଷ୍ଟ ଶତକ ଅର୍ଜନ କରିଛନ୍ତି। ସେହିପରି ୨୬ ରନରୁ ଖେଳ ଆରମ୍ଭ କରି ହେନେରୀ ନିକୋଲ୍ସ ୪୧ ରନ କରି ଜୋ ରୁଟ୍‌ଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇ ପ୍ୟାଭିଲିୟନ ଫେରିଥିଲେ। ତାଙ୍କ ପରେ କଲିନ ଡି ଗ୍ରାଣ୍ଡହୋମ ୬୫ ରନର ଅର୍ଦ୍ଧଶତକୀୟ ପାଳି ଖେଳି ବେନ୍‌ ଷ୍ଟୋକ୍ସଙ୍କ ବଲ୍‌ରେ ଡୋମ ସିବ୍‌ଲିଙ୍କୁ କ୍ୟାଚ୍‌ ଦେଇ ଆଉଟ ହୋଇଥିଲେ। ଷଷ୍ଠ ଉଇକେଟରେ ଗ୍ରାଣ୍ଡହୋମ ଓ ଓ୍ବାଟଲିଂ ୧୧୯ ରନର ଭାଗୀଦାରି ସ୍ଥାପନ କରିଥିଲେ। ଶୁକ୍ରବାର ଅଧିନାୟକ କେନ୍‌ ଓ୍ବିଲିୟମସନ ୫୧ ରନର ଅର୍ଦ୍ଧଶତକୀୟ ପାଳି ଖେଳିଥିଲେ। ରସ୍‌ ଟେଲର ୨୫, ଓପନର ଜିତ୍‌ ରାଭାଲ ୧୯ ରନ ସଂଗ୍ରହ କରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ସାମ କୁରାନ ଓ ଷ୍ଟୋକ୍ସ ୨ଟି ଲେଖାଏ, ଜ୍ୟାକ ଲିଚ୍‌ ଓ ରୁଟ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ପୂର୍ବରୁ ଇଂଲଣ୍ଡ ତରଫରୁ ପ୍ରଥମ ଇନିଂସରେ ଷ୍ଟୋକ୍ସ ସର୍ବାଧିକ ୯୧, ଜୋ ଡେନ୍‌ଲି ୭୪, ଓପନର ରୋରି ବନର୍‌ସ ୫୨, ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋସ ବଟଲର ୪୩ ରନ ସଂଗ୍ରହ କରିଥିଲେ। ବୋଲିଂରେ ନ୍ୟୁଜିଲାଣ୍ଡ ତରଫରୁ ଅଭିଜ୍ଞ ଦ୍ରୁତ ବୋଲର ଟିମ୍‌ ସୌଦି ସର୍ବାଧିକ ୪, ନିଲ ଓ୍ବାଗନର ୩, କଲିନ୍‌ ଡି ଗ୍ରାଣ୍ଡହୋମ ୨ ଓ ଟ୍ରେଣ୍ଟ ବୋଲ୍ଟ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ- ୧୨୪ ଓଭରରେ ୩୫୩ ଅଲଆଉଟ୍‌।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୧୪୧ ଓଭରରେ ୩୯୪/୬
(ଓ୍ବାଟଲିଂ- ୧୧୯*, ଗ୍ରାଣ୍ଡହୋମ-୬୫, ଓ୍ବିଲିୟମସନ- ୫୧, ନିକୋଲ୍ସ- ୪୧, ଟେଲର- ୨୫, ରାଭାଲ- ୧୯, ଷ୍ଟୋକ୍ସ- ୨/୩୭, କୁରାନ- ୨/୭୪, ରୁଟ୍‌- ୧/୩୧, ଲିଚ୍‌- ୧/୯୭ )।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଆରମ୍ଭ ହେଲା SIR କାର୍ଯ୍ୟକ୍ରମ, ତ୍ରୁଟିଶୂନ୍ୟ ଭୋଟର ତାଲିକା ପ୍ରସ୍ତୁତି ଲକ୍ଷ୍ୟରେ…

ବରଗଡ଼,୩୦ା୫(ପ୍ରେମାନନ୍ଦ ଖମାରୀ): ଭାରତୀୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶାନୁସାରେ ଓଡ଼ିଶାର ସମସ୍ତ ଯୋଗ୍ୟ ଭୋଟରଙ୍କ ନାମକୁ ଭୋଟର ତାଲିକାରେ ସାମିଲ କରିବା ଏବଂ ଅଯୋଗ୍ୟ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ…

କାଳବୈଶାଖୀରେ ଚଉମୁହାଣି ଫେରିଘାଟ ଦିଗହରା: ଚାଳକଙ୍କ ସାହସିକତା ଯୋଗୁ ଯାତ୍ରୀ…

ମହାକାଳପଡ଼ା,୩୦ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବରକନ୍ଧା ପଞ୍ଚାୟତ ସଂଲଗ୍ନ ମହାନଦୀ ଅପର ପାର୍ଶ୍ୱରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ଝଡ଼ ପଶ୍ଚିମ ଉତ୍ତର…

ପ୍ରଧାନମନ୍ତ୍ରୀଙ୍କ ପରାମର୍ଶକୁ ଜିଲା ପ୍ରଶାସନର ଗୁରୁତ୍ୱ, ବିଭିନ୍ନ ପ୍ରକଳ୍ପର କାର୍ଯ୍ୟ ତ୍ୱରାନ୍ବିତ କରିବା ନେଇ ବିଡିଓଙ୍କୁ…

ଦାରିଙ୍ଗବାଡ଼ି,୩୦ା୫(ଅରୁଣ ସାହୁ): ମଧ୍ୟପ୍ରାଚୀ ଯୁଦ୍ଧ ପାଇଁ ଦେଶରେ ପେଟ୍ରୋଲ, ଡିଜେଲ ଓ ରନ୍ଧନ ଗ୍ୟାସ ଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀର ଘୋର ଅଭାବ ଦେଖାଯାଇଛି। ଏହି ସଙ୍କଟ ଆଗକୁ…

SIRର ଲକ୍ଷ୍ୟ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତ: ପ୍ରତି ଘରକୁ ୩ ଥର ଯିବେ ବିଏଲଓ

ଭଞ୍ଜନଗର,୩୦।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ଏସଆଇଆର ଉପରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ ହୋଇଛି। ଏନେଇ ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରୁ ଶନିବାର ଏକ…

ରାଜପଥରୁ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ:ମାଡ଼ିବସିଲା ପୋଲିସ

ଧର୍ମଶାଳା,୩୦।୫(ଶିବ ପ୍ରସାଦ ମହାନ୍ତି):ଯାଜପୁର ଜିଲା ଧର୍ମଶାଳା ଥାନା ୧୬ ନମ୍ବର ଜାତୀୟ ରାଜପଥର ସାରୋଇ ନିକଟରେ ବନ୍ଧୁକ ଦେଖାଇ ଲୁଟ ଉଦ୍ୟମ କରୁଥିବାବେଳେ ଲୋକଙ୍କ ସହଯୋଗରେ ଲୁଟେରାକୁ…

‘ଅଦ୍ଭୁତ ସୂର୍ଯ୍ୟା’! ବୈଭବ ସୂର୍ଯ୍ୟବଂଶୀଙ୍କ ପ୍ରଶଂସାରେ ଶତମୁଖ ଅମିତାଭ ବଚ୍ଚନ; କହିଲେ- ଏହି ବୟସରେ ଆମେ…

ନୂଆଦିଲ୍ଲୀ,୩୦।୫: ଆଇପିଏଲର କ୍ୱାଲିଫାୟର୍‌-୨ରେ ଶୁକ୍ରବାର ରାଜସ୍ଥାନ ରୟାଲ୍ସ (RR) ଗୁଜରାଟ ଟାଇଟନ୍ସ (GT) ହାତରୁ ପରାଜୟର ସମ୍ମୁଖୀନ ହୋଇଛି। ଏହି ପରାଜୟ ସହ ଦଳ ଟୁର୍ନାମେଣ୍ଟରୁ ବାହାରି…

କକ୍ରୋଚ ଜନତା ପାର୍ଟିକୁ ନେଇ ଆସିଲା RSSର ପ୍ରଥମ ପ୍ରତିକ୍ରିୟା: ‘ଜେନ Z’ ଆଶାବାଦୀ..

ନାଗପୁର,୩୦।୫: ‘କକ୍ରୋଚ ଜନତା ପାର୍ଟି’ ସମ୍ପର୍କରେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (RSS)ର ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। ଭାରତୀୟ ଗଣତନ୍ତ୍ର ସମସ୍ତ ସ୍ବର ଏବଂ ଭାବନାକୁ ଗ୍ରହଣ…

ଖୋଲିବ ହର୍ମୁଜ ପ୍ରଣାଳୀର ତାଲା! ଦ୍ରୁତ ଗତିରେ ଚାଲିବ ଭାରତୀୟ ଜାହାଜ, ଖୁସିରେ ସର୍ବନିମ୍ନ ସ୍ତରକୁ ଖସିଲା…

ନୂଆଦିଲ୍ଲୀ,୩୦।୫: ଖୁସି ଖବର! ଇନ୍ଧନ ସଙ୍କଟ ଖୁବ ଶୀଘ୍ର ଶେଷ ହେବାକୁ ଯାଉଛି। ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିଚୁକ୍ତିର ସମ୍ଭାବନା ଦ୍ରୁତ ଗତିରେ ବୃଦ୍ଧି ପାଉଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri