Posted inଖେଳ

ପ୍ରଥମ ଟେଷ୍ଟ: ନ୍ୟୁଜିଲାଣ୍ଡ ସ୍ଥିତି ଦୃଢ଼; ଓ୍ବାଟଲିଂଙ୍କ ଦ୍ୱିଶତକ, ସାଣ୍ଟନରଙ୍କ ଶତକ

ମାଉଣ୍ଟ ମାଉନଗାନୁଇ, ୨୫।୧୧(ଏଏଫ୍‌ପି)- ସ୍ଥାନୀୟ ବେ ଓଭାଲ ଗ୍ରାଉଣ୍ଡରେ ଚାଲିଥିବା ଇଂଲଣ୍ଡ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ଘରୋଇ ନ୍ୟୁଜିଲାଣ୍ଡ ଦମ୍‌ଦାର ପ୍ରଦର୍ଶନ କରି ତା’ର ସ୍ଥିତ ଦୃଢ଼ କରିଛି। ଅନ୍ୟପଟେ ମ୍ୟାଚ୍‌ ବଞ୍ଚାଇବା ପାଇଁ ଇଂଲଣ୍ଡ ସଂଘର୍ଷ ଜାରି ରଖିଛି। ଉଇକେଟ କିପର ବିଜେ ଓ୍ବାଟଲିଂ ୨୦୫ ରନର ଦ୍ୱିଶତକ ଓ ମିଚେଲ ସାଣ୍ଟନର ୧୨୬ ରନର ଶତକ ହାସଲ କରି ନ୍ୟୁଜିଲାଣ୍ଡ ପାଇଁ ବିଜୟ ସମ୍ଭାବନା ସୃଷ୍ଟି କରିଛନ୍ତି।
ଟସ୍‌ ଜିତି ଇଂଲଣ୍ଡ ପ୍ରଥମ ଇନିଂସରେ ୧୨୪ ଓଭରରେ ୩୫୩ ରନ କରି ଅଲଆଉଟ ହୋଇଥିଲା। ଜବାବରେ ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ଓ୍ବାଟିଲିଂ ଓ ସାଣ୍ଟନରଙ୍କ ଦମ୍‌ଦାର ବ୍ୟାଟିଂ ବଳରେ ୨୦୧ ଓଭରରେ ୯ ଉଇକେଟ ହରାଇ ୬୧୫ ରନ କରି ଇନିଂସ ଘୋଷଣା କରିଥିଲା। ଫଳରେ ନ୍ୟୁଜିଲାଣ୍ଡ ୨୬୨ ରନର ବୃହତ୍‌ ଅଗ୍ରଣୀ ହାସଲ କରିଥିଲା। ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ରବିବାର ଚତୁର୍ଥ ଦିବସ ଖେଳ ଶେଷ ସୁଦ୍ଧା ୨୭.୪ ଓଭରରେ ୩ ଉଇକେଟ ହରାଇ ୫୫ ରନ ସଂଗ୍ରହ କରିଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଇଂଲଣ୍ଡ ୭ ଉଇକେଟ ହାତରେ ରଖି ୨୦୭ ରନ ପଛରେ ପଡି ବ୍ୟାକ୍‌ ଫୁଟ୍‌କୁ ଚାଲିଯାଇଛି। ଷ୍ଟମ୍ପ ଅପସାରଣ ବେଳକୁ ଜୋ ଡେନ୍‌ଲି ୭ ରନ କରି ଅପରାଜିତ ରହିଛନ୍ତି। ଇଂଲଣ୍ଡ ତରଫରୁ ରୋରି ବନର୍‌ସ ୩୧, ଡୋମ ସିବ୍‌ଲି ୧୨ରନ କରି ଆଉଟ ହୋଇଥିବାବେଳେ ଜ୍ୟାକ୍‌ ଲିଚ୍‌ ଖାତା ଖୋଲିବା ପୂର୍ବରୁ ଆଉଟ ହୋଇଥିଲେ। ୩ଟି ଯାକ ଉଇକେଟ ହାସଲ କରିଛନ୍ତି ବାମହାତୀ ସ୍ପିନର ମିଚେଲ ସାଣ୍ଟନର।
ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୩୯୪/୬ରୁ ଖେଳ ଆରମ୍ଭ କରିଥିଲା ନ୍ୟୁଜିଲାଣ୍ଡ। ଓଭରନାଇଟ୍‌ ବ୍ୟାଟ୍ସମ୍ୟାନ ଓ୍ବାଟଲିଂ ୧୧୯ ରନରୁ ଖେଳ ଆରମ୍ଭ କରି ଦ୍ୱିଶତକ ଅର୍ଜନ କରିଥିଲେ। ସେହିପରି ୩୧ ରନରୁ ଖେଳ ଆରମ୍ଭ କରି ସାଣ୍ଟନର ଶତକ ହାସଲ କରିଥିଲେ। ୪୭୩ ଟି ବଲର ସମ୍ମୁଖୀନ ହୋଇ ଓ୍ବାଟଲିଂ ୨୪ଟି ଚୌକା ଓ ଗୋଟିଏ ଛକା ସହ ୨୦୫ ରନର ଦ୍ୱିଶତକୀୟ ପାଳି ଖେଳି ଆଉଟ ହୋଇଥିଲେ। ସେହିପରି ସାଣ୍ଟନର ୨୬୯ଟି ବଲର ସମ୍ମୁଖୀନ ହୋଇ ୧୧ ଚୌକା ୫ ଛକା ସହ ୧୨୬ ରନ କରି ଆଉଟ ହୋଇଥିଲେ। ଟିମ୍‌ ସୌଦି ୯ ରନ କରି ଆଉଟ ହୋଇଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ସାମ କୁରାନ, ଜ୍ୟାକ ଲିଚ୍‌ ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, ଜୋଫ୍ରା ଆର୍ଚର ଓ ଜୋ ରୁଟ୍‌ ଗୋଟିଏ ଲେଖାଏ ଉଇକେଟ ହାସଲ କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଇଂଲଣ୍ଡ ପ୍ରଥମ ଇନିଂସ-୧୨୪ ଓଭରରେ ୩୫୩ ଅଲଆଉଟ।
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୨୦୧ ଓଭରରେ ୬୧୫/୯ ଇନିଂସ ଘୋଷଣା
(ଓ୍ବାଟଲିଂ- ୨୦୫, ସାଣ୍ଟନର- ୧୨୬, ଗ୍ରାଣ୍ଡହୋମ- ୬୫, ଓ୍ବିଲିୟମସନ- ୫୧, କୁରାନ- ୩/୧୧୯, ଲିଚ୍‌- ୨/୧ ୫୩, ଷ୍ଟୋକ୍ସ- ୨/୭୪)।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୨୭. ୪ ଓଭରରେ ୫୫/୩
(ବନର୍‌ସ- ୩୧, ସିବ୍‌ଲି- ୧୨, ସାଣ୍ଟନର- ୩/୬)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

ସୁପର-୮ରେ ୩ ମ୍ୟାଚ୍‌ ଖେଳିବ ଭାରତ: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୮।୨: ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ ତା’ର ଶେଷ ଲିଗ ମ୍ୟାଚ ଖେଳିବ। ଭାରତୀୟ ଦଳ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ଅପରାଜିତ ରହିଛି। ଟିମ ଇଣ୍ଡିଆ ସୁପର ୮…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri