Posted inଖେଳ

ପ୍ରଥମ ଟେଷ୍ଟ: ଶ୍ରୀଲଙ୍କା ସ୍ଥିତି ଦୃଢ଼

ଗାଲେ,୧୮।୮(ପି.ଟି.)- ସ୍ଥାନୀୟ ଗାଲେ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଶ୍ରୀଲଙ୍କା ଓ ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ପ୍ରଥମ ଟେଷ୍ଟ ମ୍ୟାଚ ରୋମାଞ୍ଚକ ମୋଡରେ ପହଞ୍ଚିଛି। ତେବେ ଶ୍ରୀଲଙ୍କା ଦମ୍‌ଦାର ବ୍ୟାଟିଂ କରି ସୁବିଧାଜନକ ସ୍ଥିତିରେ ପହଞ୍ଚିଛି। ଟସ୍‌ ଜିତି ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସରେ ୨୪୯ ରନ କରି ଅଲଆଉଟ ହୋଇଥିଲା। ଜବାବରେ ଶ୍ରୀଲଙ୍କା ପ୍ରଥମ ଇନିଂସ ଆରମ୍ଭ କରି ୯୩.୨ ଓଭରରେ ୨୬୭ ରନ କରି ଅଲଆଉଟ ହେବା ସହ ୧୮ ରନର ଅଗ୍ରଣୀ ହାସଲ କରିଥିଲା। ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶନିବାର ଚତୁର୍ଥ ଦିନରେ ୧୦୬ ଓଭରରେ ୨୮୫ ରନ କରି ଅଲଆଉଟ ହୋଇଥିଲା। ଫଳରେ ଶ୍ରୀଲଙ୍କା ସମ୍ମୁଖୀରେ ୨୬୮ ରନର ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା।
ଜବାବରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଶ୍ରୀଲଙ୍କା ଚତୁର୍ଥ ଦିନ ଖେଳ ଶେଷ ସୁଦ୍ଧା ୫୦ ଓଭରରେ କୌଣସି ଉଇକେଟ ନ ହରାଇ ୧୩୩ ରନ କରି ବିଜୟର ନିକଟତର ହୋଇଛି। ମ୍ୟାଚ୍‌ ଆଉ ଗୋଟିଏ ଦିନ ବାକିଥିବା ବେଳେ ଶ୍ରୀଲଙ୍କା ଏବେ ବିଜୟ ପାଇଁ ୧୦ ଉଇକେଟ ହାତରେ ରଖି ୧୩୫ ରନ ଆବଶ୍ୟକ କରୁଛି। ଦୁଇ ଓପନର ଦିମୁଥ କରୁଣାରତ୍ନେ ଓ ଲାହିରୁ ଥିରିମାନେ ଦମ୍‌ଦାର ବ୍ୟାଟିଂ ପ୍ରଦର୍ଶନ କରିଛନ୍ତି। ଷ୍ଟମ୍ପ ଅପସାରଣ ବେଳକୁ କରୁଣାରତ୍ନେ ୭୧ ଓ ଥିରିମାନେ ୫୭ ରନ କରି ଅପରାଜିତ ରହିଛନ୍ତି। ଓପନିଂ ଯୋଡିରେ ଏହି ଦୁଇ ବ୍ୟାଟ୍ସମ୍ୟାନ ନ୍ୟୁଜିଲାଣ୍ଡ ବୋଲରଙ୍କ ସଫଳ ମୁକାବିଲା କରି ୧୩୩ ରନ ସଂଗ୍ରହ କରିଛନ୍ତି।
ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୯୫/୭ରୁ ନ୍ୟୁଜିଲାଣ୍ଡ ଖେଳ ଆରମ୍ଭ କରି ଅଲଆଉଟ୍‌ ହୋଇଥିଲା। ଓଭରନାଇଟ ବ୍ୟାଟ୍ସମ୍ୟାନ ବିଜେ ଓ୍ବାଟଲିଂ ୬୩ରୁ ଖେଳ ଆରମ୍ଭ କରି ୭୭ ରନ କରି ଆଉଟ ହୋଇଥିବା ବେଳେ ଓ୍ବିଲିୟମ ସମରଭିଲେ ୫ ରନରୁ ଖେଳ ଆରମ୍ଭ କରି ୪୦ ରନ କରି ଶେଷପର୍ଯ୍ୟନ୍ତ ଅପରାଜିତ ରହିଥିଲେ। ସେହିପରି ଟ୍ରେଣ୍ଟ ବୋଲ୍ଟ ୨୬ ଓ ଅଜାଜ ପଟେଲ ୧୪ ରନ କରି ପ୍ୟାଭିଲିୟନ ଫେରିଥିଲେ। ଅଷ୍ଟମ ଉଇକେଟ ଯୋଡିରେ ଓ୍ବାଟଲିଂ ଓ ସମରଭିଲେ ୪୬ ରନ ସଂଗ୍ରହ କରିଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ବାମହାତୀ ଅର୍ଥୋଡକ୍ସ ବୋଲର ଲାସିଥ ଏମ୍ବୁଲଡେନିୟା ସର୍ବାଧିକ ୪, ଧନଞ୍ଜୟ ଡିସିଲଭା ୩, ଲାହିରୁ କୁମାରା ୨ ଓ ଅକିଲ ଦନଞ୍ଜୟ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ନ୍ୟୁଜିଲାଣ୍ଡ ପ୍ରଥମ ଇନିଂସ- ୨୪୯ ଅଲଆଉଟ।
ଶ୍ରୀଲଙ୍କା ପ୍ରଥମ ଇନିଂସ- ୨୬୭ ଅଲଆଉଟ।
ନ୍ୟୁଜିଲାଣ୍ଡ ଦ୍ୱିତୀୟ ଇନିଂସ- ୧୦୬ ଓଭରରେ ୨୮୫ ଅଲଆଉଟ
(ଓ୍ବାଟଲିଂ- ୭୭, ଲଥାମ- ୪୫, ସମରଭିଲେ- ୪୦*, ଏମ୍ବୁଲଡେନିୟା- ୪/୯୯, ଡିସିଲଭା- ୩/୨୫, ଲାହିରୁ- ୨/୩୧ )।
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ- ୫୦ ଓଭରରେ ୧୩୩/୦


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ଛକା ମାରିଲେ ମୁକୁଲ: ଖୁସିରେ ଡେଇଁଲେ ମାଲିକ, ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟସ ପାଇଁ ଖେଳୁଥିବା ମୁକୁଲ ଚୌଧୁରୀ KKR ବିପକ୍ଷରେ ଏମିତି ଏକ ଛକା ମାରିଥିଲେ, ଯାହା ଅତ୍ୟନ୍ତ କଷ୍ଟକର କୃତିତ୍ୱ ବୋଲି…

ପର୍ପଲ-ଅରେଞ୍ଜ୍‌ କ୍ୟାପ୍‌ ରେସ୍‌ରେ ଅଛନ୍ତି ଏହି ଖେଳାଳି: IPL ୨୦୨୬ର ୧୫ ମ୍ୟାଚ୍‌ ପରେ…

ନୂଆଦିଲ୍ଲୀ,୧୦।୪: କୋଲକାତାର ଇଡେନ ଗାର୍ଡେନରେ କୋଲକାତା ନାଇଟ ରାଇଡର୍ସ (KKR) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ (LSG) ମଧ୍ୟରେ IPL ୨୦୨୬ର ୧୫ତମ ମ୍ୟାଚ ଖେଳାଯାଇଥିଲା। ଏହି…

IPL ମଧ୍ୟରେ ଦୁଃଖଦ ଖବର: ପରଲୋକରେ ପୂର୍ବତନ ଭାରତୀୟ କ୍ରିକେଟର

ନୂଆଦିଲ୍ଲୀ,୧୦।୪: ପୂର୍ବତନ ଭାରତୀୟ କ୍ରିକେଟର ଚିଙ୍ଗଲପୁତ ଦୋରାଇକାନୁ ଗୋପୀନାଥ (ସିଡି ଗୋପୀନାଥ)ଙ୍କର ୯୬ ବର୍ଷ ବୟସରେ ପରଲୋକ ଘଟିଛି। ସେ ୧୯୫୨ରେ ଇଂଲଣ୍ଡ ବିପକ୍ଷରେ ଭାରତର ପ୍ରଥମ…

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

ଅମ୍ପାୟରଙ୍କ ଗୋଟିଏ ଆଙ୍ଗୁଠି, ଭାଙ୍ଗିଗଲା ଦିଲ୍ଲୀର ସ୍ବପ୍ନ! ଖଳନାୟକ ପାଲଟିଛି କ୍ରିକେଟର ‘ଡେଡ ବଲ’ ନିୟମ

ନୂଆଦିଲ୍ଲୀ,୯।୪: କ୍ରିକେଟ ଅନିଶ୍ଚିତତାର ଖେଳ ଭାବରେ ଜଣାଶୁଣା, କିନ୍ତୁ ଯେତେବେଳେ ଅମ୍ପାୟାର ନିଷ୍ପତ୍ତିରୁ ଅନିଶ୍ଚିତତା ସୃଷ୍ଟି ହୁଏ, ଖେଳର ରୋମାଞ୍ଚ ବିବାଦରେ ପରିଣତ ହୁଏ। ଗତକାଲି ରାତିରେ…

ଗୁଜରାଟର ରୋମାଞ୍ଚକର ବିଜୟ ପରେ ବି ଶୁବମନଙ୍କୁ ଏତେ ଟଙ୍କା ଜରିମାନା କଲା BCCI, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୪: ବୁଧବାର ଏକ ରୋମାଞ୍ଚକର ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୧ ରନରେ ପରାସ୍ତ କରିଛି। ଶୁବମନ ଗିଲ୍‌ଙ୍କ ସମେତ ତିନି ଜଣ ଗୁଜରାଟ ବ୍ୟାଟ୍ସମ୍ୟାନ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri