ପ୍ରଥମ ଥର ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିଲା

କଟକ ଅଫିସ, ୧୬।୧୦:ନିକଟ ଅତୀତରେ ଓଡ଼ିଶା ହାଇକୋର୍ଟଙ୍କ ପୂର୍ଣ୍ଣ ଖଣ୍ଡପୀଠ ବସିବାର ନଜିର ନ ଥିବାବେଳେ ମଙ୍ଗଳବାର ପ୍ରଥମ ଥର ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ଏକ ମାମଲାର ଶୁଣାଣି କରିଛନ୍ତି। ଓକିଲ ସଂଘଗୁଡ଼ିକର ଆନ୍ଦୋଳନ ଯୋଗୁ ଅଦାଲତରେ ବିଚାର ପ୍ରକ୍ରିୟା ବିଳମ୍ବିତ ହେଉଥିବା ଦର୍ଶାଇ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ଅଦାଲତ ଅବମାନନା ମାମଲା ଦାଏର ହୋଇଥିଲା। ସୋମବାର ମୁଖ୍ୟ ବିଚାରପତି କେ.ଏସ୍‌. ଝାବେରିଙ୍କ ସହ ଅନ୍ୟ ୧୪ଜଣ ବିଚାରପତିଙ୍କୁ ନେଇ ଗଠିତ ପୂର୍ଣ୍ଣାଙ୍ଗ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିଲେ। ଉକ୍ତ ମାମଲାରେ ହାଇକୋର୍ଟ ବାର୍‌ ଆସୋସିଏଶନ ସମେତ ରାଜ୍ୟର ସମସ୍ତ ବାର୍‌ ଆସୋସିଏଶନକୁ ନୋଟିସ ଜାରି କରାଯାଇଛି। ନୋଟିସର ଜବାବ ଦାଖଲ ପରେ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୧ତାରିଖରେ ହେବ ବୋଲି ଖଣ୍ଡପୀଠ ନିଷ୍ପତ୍ତି ନେଇଛନ୍ତି। ଏହି ମାମଲାରେ ମୁଖ୍ୟ ଶାସନ ସଚିବ, ଆଇନ ସଚିବ ଓ ଗୃହ ସଚିବଙ୍କ ସମେତ ୧୩୬ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରାଯାଇଛି।
ସୂଚନାଯୋଗ୍ୟ, ବିଚାରପତି ନିଯୁକ୍ତି ପ୍ରକ୍ରିୟାରେ ହାଇକୋର୍ଟ ଓ ସୁପ୍ରିମକୋର୍ଟ କଲେଜିୟମ ନିଷ୍ପତ୍ତିକୁ ଓଡ଼ିଶା ହାଇକୋର୍ଟ ବାର୍‌ ଆସୋସିଏଶନ ବିରୋଧ କରିଛି। ଓଡ଼ିଶା ହାଇକୋର୍ଟରେ ୨ଜଣ ନୂଆ ବିଚାରପତିଙ୍କ ନିଯୁକ୍ତି ସୁପାରିସକୁ ନେଇ ସୋମବାର ବାର୍‌ ଆସୋସିଏଶନର ଏକ ବୈଠକ ବସି କୋର୍ଟ ବର୍ଜନ ଲାଗି ନିଷ୍ପତ୍ତି ନିଆଯାଇଥିଲା। ସେହି ଅନୁଯାୟୀ ମଙ୍ଗଳବାର ହାଇକୋର୍ଟର ଓକିଲମାନେ କୋର୍ଟ ବର୍ଜନ କରିଛନ୍ତି। ବୁଧବାର ଆସୋସିଏଶନର ଏକ ବୈଠକ ବସି ଏହି ନିଷ୍ପତ୍ତି ଉପରେ ପୁଣି ଆଲୋଚନା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାକୁ ପୁଣି ଫେରିଲା କୋଭିଡ୍‌: ଭୁବନେଶ୍ୱରରେ ଚିହ୍ନଟ ହେଲେ ଆକ୍ରାନ୍ତ, ଭୟରେ…

ଭୁବନେଶ୍ୱର, ୧୪।୮ ରାଜଧାନୀ ଭୁବନେଶ୍ୱରରେ ପୁଣି ଜଣେ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ବରମୁଣ୍ଡା ଅଞ୍ଚଳର ଜଣେ ୫୦ ବର୍ଷୀୟ ବ୍ୟକ୍ତି କୋଭିଡ୍‌ ସଂକ୍ରମିତ ହୋଇଥିବା…

ବିନୟତୋଷ ମିଶ୍ରଙ୍କୁ ମିଳିଲା ଓଡ଼ିଶାର ଅନ୍ତରୀଣ ଡିଜିପି ଦାୟିତ୍ୱ; ରଖିଲେ ଏଭଳି ପ୍ରତିକ୍ରିୟା…

ଭୁବନେଶ୍ୱର,୧୪।୮: ଓଡ଼ିଶାର ନୂତନ ଅନ୍ତରୀଣ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ବରିଷ୍ଠ ଆଇପିଏସ୍ ଅଧିକାରୀ ବିନୟତୋଷ ମିଶ୍ର। ବର୍ତ୍ତମାନ କ୍ରାଇମବ୍ରାଞ୍ଚ ଡିଜି ଭାବେ…

ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ମିଳିଲା ୱାର୍ଡରଙ୍କ ମୃତଦେହ, ଡ୍ୟୁଟିକୁ ନ ଯିବାରୁ ବଢ଼ିଲା …

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାହାସପୁର ଗ୍ରାମ ନିକଟ ଦିଗପହଣ୍ଡି ସବଜେଲ କ୍ୱାଟର୍ସରୁ ଶୁକ୍ରବାର ସନ୍ଧ୍ୟାରେ ଜଣେ ଜେଲ ୱାର୍ଡରଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ…

ସୂର୍ଯ୍ୟ-ଗୁରୁଙ୍କ ଯୋଗରେ ୫ ରାଶି ପାଇଁ ଭାରି ଭଲ; ପ୍ରଚୁର ଧନଲାଭକୁ ଅମାପ ସମ୍ପତ୍ତି ମିଳିବ…

ଦ୍ରିକ ପାଞ୍ଜି ଅନୁସାରେ, ୨୩ ଅଗଷ୍ଟ, ୨୦୨୬ ରେ ସୂର୍ଯ୍ୟ ଏବଂ ବୃହସ୍ପତି କେବଳ ୧୮° ଦୂରତାରେ ଅବସ୍ଥିତ ହେବେ। ଜ୍ୟୋତିଷ ଶାସ୍ତ୍ରରେ ଏହାକୁ ଅଷ୍ଟଦଶ ଯୋଗ…

ଚାମ୍ବରରେ ଧସେଇ ପଶି ଏମିତି କ’ଣ କହିଦେଲେ ଭାଜପା ନେତା, ଚେୟାରରେ ଚେତାଶୂନ୍ୟ ହୋଇ ପଡ଼ିଗଲେ ବିଡିଓ

ଡେରାବିଶ, ୧୪।୮ (ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ କାର୍ଯ୍ୟାଳୟରେ ଶୁକ୍ରବାର ଅପରାହ୍ନରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ବିଡିଓ ନମିତା ବାରିକ…

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri