ପ୍ରଥମ ଦିନରେ ୨ ଲକ୍ଷ ଟଙ୍କାର ଜରିମାନା ଚାଲାଣ

ବ୍ରହ୍ମପୁର ଅଫିସ ,୨ା୩: ବ୍ରହ୍ମପୁର ସହରରେ ରବିବାରରୁ ଯାନବାହନ ଯାଞ୍ଚ କଡାକଡି କରାଯାଇଛି। ସହରର ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ ଟ୍ରାଫିକ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ରାତି ୧୦ଟା ସୁଦ୍ଧା ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ୨ ଲକ୍ଷ ଟଙ୍କା ଜରିମାନା ଦେବାକୁ ଧାର୍ଯ୍ୟ କରାଯାଇଛି। ସଂଶୋଧିତ ମୋଟରଯାନ ଆଇନ ଅନୁସାରେ ପୋଲିସ ଆଇନ ଉଲ୍ଲଂଘନକାରୀଙ୍କୁ ଠାବ କରି ଜରିମାନା ଧାର୍ଯ୍ୟ କରିଛି। ସହରର ବିଭିନ୍ନ ଛକରେ ଲାଗିଥିବା ଆଇଟିଏମ୍‌ଏସ୍‌ (ଇଣ୍ଟିଗ୍ରେଟେଡ୍‌ ଟ୍ରାଫିକ୍‌ ମ୍ୟାନେଜମେଣ୍ଟ ସିଷ୍ଟମ) ମାଧ୍ୟମରେ ନିୟମ ଉଲ୍ଲଂଘନକାରୀଙ୍କୁ ଠାବ କରାଯାଇଛି। ଗୋଟିଏ ଦିନରେ ବିଭିନ୍ନ ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଖକୁ ୨ ଲକ୍ଷ ଟଙ୍କାର ଇ- ଚାଲାଣ ପଠାଯାଇଛି। ସେହିପରି ୩ ଜଣ ନିଶାସକ୍ତ ଗାଡି ଚାଳକଙ୍କୁ ଜରିମାନା ଧାର୍ଯ୍ୟ କରାଯାଇଥିବା ବେଳେ ସିଟ୍‌ବେଲ୍ଟ ବାନ୍ଧି ନ ଥିବା ୬ ଜଣ, ନୋ ପାର୍କିଂ ପାଇଁ ୬, ଟ୍ରିପଲ ରାଇଡିଂ ପାଇଁ ୫ ଜଣଙ୍କ ଉପରେ ଜରିମାନା ଧାର୍ଯ୍ୟ କରାଯାଇଛି। ୨୦୧୯ ସେପ୍ଟେମ୍ବରରୁ ୨୦୨୦ ମାର୍ଚ୍ଚ ପହିଲା ମଧ୍ୟରେ ବିଭିନ୍ନ ଟ୍ରାଫିକ ଉଲ୍ଲଂଘନକାରୀଙ୍କୁ କୋଟିଏ ଟଙ୍କାର ଜରିମାନା ଧାର୍ଯ୍ୟ କରାଯାଇଛି ବୋଲି ଟ୍ରାଫିକ ଡ଼ିଏସ୍‌ପି ସାର୍ଥକ ରାୟ ସୂଚନା ଦେଇଛନ୍ତି। ସେହିପରି ଆଗାମୀ ଦିନରେ ମଧ୍ୟ ଏଭଳି ଧରପଗଡ ଜାରି ରହିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ସରକାରୀ ନିୟମକୁ ଫୁ’: କେବୁଲ ବିଛାପାଇଁ ଚାଲିଛି ରାସ୍ତାଖୋଳା, ଯାତାୟାତରେ ବାଧା

ତୁମୁଡିବନ୍ଧ,୧୦।୪(ଦୀପକ କୁମାର ପରାସେଠ): ବିଏସଏନଏଲ କେବୁଲ ବିଛା ପାଇଁ ରାସ୍ତା ଖୋଳାଯିବା ଫଳରେ ଯାତାୟାତରେ ବାଧା। ଜାଣିନାହାନ୍ତି ବିଭାଗୀୟ ଅଧିକାରୀ। ଗ୍ରାମବାସୀଙ୍କ ବିରୋଧ। ଧମକ ଦେଉଛି ଠିକାଦାର।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ: ଶିଶୁ-ମାତୃ ମୃତ୍ୟୁ ହାର ହ୍ରାସ ଲକ୍ଷ୍ୟ

କେସିଙ୍ଗା ,୧୦।୪(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧ୍ୟକ୍ଷ ରବୀନ୍ଦ୍ର ଖଟୁଆଙ୍କ ନେତୃତ୍ୱରେ ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନ ପାଳିତ ହୋଇ ଯାଇଥିଲା।…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri