Posted inଖେଳ

ପ୍ରଥମ ଦିନିକିଆରେ ଜିମ୍ବାଓ୍ବେକୁ ହରାଇଲା ଆୟର୍ଲାଣ୍ଡ

ବ୍ରେଡି (ଆୟର୍ଲାଣ୍ଡ), ୨।୭- ସୀମିତ ଓଭର ସିରିଜ ଖେଳିବା ଲାଗି ଆୟର୍ଲାଣ୍ଡ ଗସ୍ତରେ ଯାଇଥିବା ଜିମ୍ବାଓ୍ବେ କ୍ରିକେଟ୍‌ ଦଳ ପରାଜୟରୁ ଏହାର ଅଭିଯାନ ଆରମ୍ଭ କରିଛି। ଦୁଇ ଦେଶ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଘରୋଇ ଆୟର୍ଲାଣ୍ଡ ୪ ଉଇକେଟ୍‌ରେ ଜିମ୍ବାଓ୍ବେକୁ ହରାଇ ଦେଇଛି। ବିଜୟ ସହ ଆୟର୍ଲାଣ୍ଡ ୩ ମ୍ୟାଚ୍‌ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ଲାଭ କରିଛି। ସିରିଜର ୨ୟ ମ୍ୟାଚ୍‌ ଆସନ୍ତା ୪ରେ ଅନୁଷ୍ଠିତ ହେବ।
ମ୍ୟାଚ୍‌ରେ ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଜିମ୍ବାଓ୍ବେ କ୍ରେଗ୍‌ ଏର୍ଭିନଙ୍କ ଶତକ ବଳରେ ନିର୍ଦ୍ଧାରିତ ୫୦ ଓଭରରେ ୯ ଉଇକେଟ୍‌ ହରାଇ ୨୫୪ ରନ କରିଥିଲା। ଏର୍ଭିନ ସର୍ବାଧିକ ୧୦୫ (୧୧୭ ବଲ୍‌, ୧୩ ଚୌକା) ରନ୍‌ କରିଥିବାବେଳେ ର଼୍ୟାନ ବର୍ଲ (୪୯*) ଓ ସିନ୍‌ ଓ୍ବିଲିୟମ୍ସ (୨୮) ଉପଯୋଗୀ ବ୍ୟାଟିଂ କରିଥିଲେ। ଘରୋଇ ଦଳ ପକ୍ଷରୁ ମାର୍କ ଆଡାୟରଙ୍କୁ ୪ଟି ଉଇକେଟ୍‌ ଅକ୍ତିଆର ମିଳିଥିଲା। ଜବାବରେ ଆୟର୍ଲାଣ୍ଡ ଆଣ୍ଡ୍ରିଉ ବଲ୍‌ବିମି (୧୦୧ ରନ, ୧୧୨ ବଲ୍‌)ଙ୍କ ଦମ୍‌ଦାର ଶତକ ବଳରେ ୯ ବଲ୍‌ ପୂର୍ବରୁ ୬ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ଓପନର୍‌ ପଲ୍‌ ଷ୍ଟ୍ରିଲିଂ ୫୭ ରନ କରିଥିବାବେଳେ ଅଧିନାୟକ ଓ୍ବିଲିୟମ୍ସ ପୋଟରଫିଲ୍ଡ (୬) ଓ ବରିଷ୍ଠ ଖେଳାଳି କେଭିନ୍‌ ଓ’ବ୍ରାଇନ୍‌ (୫) ବିଫଳ ହୋଇଥିଲେ। ଭ୍ରମଣକାରୀ ଦଳ ପକ୍ଷରୁ ତେଣ୍ଡାଇ ଚତରା ୩ ଓ କାଏଲ୍‌ ଜାର୍ଭିସ ୨ ଉଇକେଟ୍‌ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

୧୦ଟି ୱିକେଟ ନେବା ସତ୍ତ୍ୱେ ମାନବ ସୁଥରଙ୍କୁ କାହିଁକି ମିଳିଲା ନାହିଁ ‘ପ୍ଲେୟାର ଅଫ ଦି ମ୍ୟାଚ’ ପୁରସ୍କାର? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୮: ଗାଲେରେ ଶ୍ରୀଲଙ୍କା ବିପକ୍ଷରେ ପ୍ରଥମ ଟେଷ୍ଟରେ ଭାରତୀୟ ସ୍ପିନ ଅଲରାଉଣ୍ଡର ମାନବ ସୁଥର ୧୦ ୱିକେଟ ନେଇଥିଲେ। ସେ ପ୍ରଥମ ଇନିଂସରେ ୪ ଜଣ ଏବଂ…

ହକି ବିଶ୍ୱକପ ମଇଦାନରେ ଭୟଙ୍କର ଦୁର୍ଘଟଣା, ଭାରତୀୟ ଖେଳାଳି ଲହୁଲୁହାଣ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ମହିଳା ହକି ଟିମ ମଙ୍ଗଳବାର ଏକ ଐତିହାସିକ ବିଜୟ ହାସଲ କରିଛି। ନେଦରଲାଣ୍ଡ୍ସର ଆମଷ୍ଟେଲଭନ୍‌ରେ ଖେଳାଯାଇଥିବା ମ୍ୟାଚରେ ଭାରତୀୟ ଟିମ ଦକ୍ଷିଣ ଆଫ୍ରିକାକୁ…

ଗାଲେ ଟେଷ୍ଟକୁ ୧୬୫ ରନରେ ଜିତିଲା ଭାରତ; ୧୦ ୱିକେଟ ନେଇ ଇତିହାସ ରଚିଲେ ମାନବ ସୁଥାର

ନୂଆଦିଲ୍ଲୀ,୧୯।୮: ଗାଲେ ଟେଷ୍ଟରେ ଭାରତ ଶ୍ରୀଲଙ୍କାକୁ ୧୬୫ ରନରେ ପରାସ୍ତ କରିଛି। ଚତୁର୍ଥ ଇନିଂସରେ ୩୭୨ ରନର ଟାର୍ଗେଟ ପିଛା କରି ଶ୍ରୀଲଙ୍କା କେବଳ ୨୦୬ ରନ…

Video: ଦୁଇ ପତ୍ନୀଙ୍କ କଳହ ମଧ୍ୟରେ ବେହୋସ ହେଲେ ଫୁଟବଲ ପ୍ରଶିକ୍ଷକ, ଚେତା ଫେରିବା ପରେ ପ୍ରଥମ ପତ୍ନୀଙ୍କ ସହ କଲେ ଏମିତି ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୯।୮: ପ୍ରାୟତଃ, ଦୁଇଜଣଙ୍କ ମଧ୍ୟରେ ବିବାଦର ମଧ୍ୟସ୍ଥତା କରିବାକୁ ଚେଷ୍ଟା କରୁଥିବା ବ୍ୟକ୍ତି କ୍ରସଫାୟାରରେ ଫସି ଯାଆନ୍ତି; କିନ୍ତୁ, ଯେତେବେଳେ ବିବାଦ ଜଣେ ପୁରୁଷଙ୍କ ଦୁଇ ସ୍ତ୍ରୀଙ୍କ…

କ୍ୟାମେରା ବୁଲିବା ମାତ୍ରେ ଖୋଲିଗଲା ଗମ୍ଭୀରଙ୍କ ‘ମାଷ୍ଟରପ୍ଲାନ’ର ରହସ୍ୟ! ଭାଇରାଲ ଭିଡିଓରେ ଦେଖାଗଲା…

ନୂଆଦିଲ୍ଲୀ, ୧୯।୮: ଗଲରେ ଲ୍ର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଭିଡିଓଟି…

ବିଶ୍ୱରେକର୍ଡ କଲେ ରିଷଭ ପନ୍ତ: ପ୍ରଥମ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ଭାବେ କଲେ ଏମିତି କାରନାମା

ଗାଲେ, ୧୯ା୮(ପିଟି):ଭାରତର ବିସ୍ଫୋରକ ଉଇକେଟ୍‌କିପର-ବ୍ୟାଟର ରିଷଭ ପନ୍ତ ପ୍ରଥମ ଭାରତୀୟ ଓ ବିଶ୍ୱର ଚତୁର୍ଥ ବ୍ୟାଟର ଭାବେ ଟେଷ୍ଟ କ୍ରିକେଟରେ ୧୦୦ ଛକା ପୂରଣ କରିଛନ୍ତି। ଶ୍ରୀଲଙ୍କା…

ମହିଳା ହକି ବିଶ୍ୱକପ୍‌ରେ ଭାରତର ବଡ଼ ବିଜୟ

ଆମଷ୍ଟେଲଭିନ୍‌,୧୮ା୮: ଓଡ଼ିଆ ଝିଅ ସୁନେଲିତା ଟପ୍ପୋଙ୍କ ଗୋଲ ବଳରେ ଚଳିତ ଏଫ୍‌ଆଇଏଚ୍‌ ମହିଳା ହକି ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ମ୍ୟାଚ୍‌ରେ ଭାରତ ୬-୧ ଗୋଲରେ ଦକ୍ଷିଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri