ପ୍ରଥମ ବର୍ଷ ଯୁକ୍ତ ୨ ପରୀକ୍ଷା କଡ଼ାକଡ଼ି ପ୍ରସଙ୍ଗ: ବିରୋଧ ପରେ ମନ୍ତ୍ରୀ କହିଲେ ‘ବିଚାର କରାଯିବ’

ଭୁବନେଶ୍ୱର,୨୧।୧(ବ୍ୟୁରୋ): ଯୁକ୍ତ ୨ ପ୍ରଥମବର୍ଷ ପରୀକ୍ଷା କଡ଼ାକଡ଼ି କରାଯିବାକୁ ଛାତ୍ରୀଛାତ୍ରମାନେ ବିରୋଧ କରିବା ପରେ ସରକାର ନରମିଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ଆଶ୍ୱାସନା ଦେଇ କହିଛନ୍ତି, ପିଲାମାନଙ୍କୁ ଫେଲ କରିବା ସରକାରଙ୍କ ଉଦ୍ଦେଶ୍ୟ ନୁହେଁ। ଯଦି ପିଲା ଭାବୁଛନ୍ତି ସେମାନେ ପ୍ରସ୍ତୁତ ନୁହଁନ୍ତି ସେ ନେଇ ବିଚାର କରାଯିବ। ଏ ବର୍ଷ ପାସ୍‌ଫେଲ ବ୍ୟବସ୍ଥା ଲାଗୁ ନ କରାଯିବା ନେଇ ସରକାର ବିଚାର କରିବେ ବୋଲି ସେ କହିଛନ୍ତି।

ପ୍ରକାଶଯୋଗ୍ୟ, ପୂର୍ବରୁ ଯୁକ୍ତ ୨ ପ୍ରଥମବର୍ଷ ପିଲାମାନେ ନାମକୁ ମାତ୍ର ପରୀକ୍ଷା ଦେଉଥିବା ବେଳେ ଚଳିତ ବର୍ଷଠାରୁ ପାସ୍‌ଫେଲ ବ୍ୟବସ୍ଥା କରାଯିବା ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିଲା। ଯଦି ପ୍ରଥମ ବର୍ଷ ପରୀକ୍ଷାରେ କୌଣସି ପିଲା ଫେଲ ହୁଅନ୍ତି ତେବେ ସେମାନଙ୍କ ପାଇଁ ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ଭଳି ଆଉଥରେ ପରୀକ୍ଷା କରାଯିବ ବୋଲି କୁହାଯାଇଥିଲା। ଦ୍ୱାଦଶ ଶ୍ରେଣୀକୁ ଯିବା ଲାଗି ଛାତ୍ରୀଛାତ୍ରଙ୍କୁ ଅତି କମ୍‌ରେ ୩୩% ମାର୍କ ରଖିବା ବାଧ୍ୟତାମୂଳକ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସଫଳତାର ରାଜ ଖୋଲିଲେ କୋଚ, ଆପଣବି ଜାଣିଲେ…

ନୂଆଦିଲ୍ଲୀ,୧୪।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ତାଙ୍କ ବିସ୍ଫୋରକ ବ୍ୟାଟିଂରେ ସମସ୍ତଙ୍କୁ ମୋହିତ କରିଛନ୍ତି। କ୍ରିକେଟ ପ୍ରଶଂସକ ଏବଂ ପୂର୍ବତନ କ୍ରିକେଟରମାନେ ସମସ୍ତେ ତାଙ୍କ ବିସ୍ଫୋରକ ବ୍ୟାଟିଂ…

ବଜ୍ରପାତରେ ୪ ନାବାଳକ ଆହତ, ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଲାଞ୍ଜିଗଡ଼,୧୪ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଦୁର୍ଗମ ଆଦିବାସୀ ଅଧ୍ୟୁଷିତ ତ୍ରିଲୋଚନପୁର ପଞ୍ଚାୟତ ଅନ୍ତର୍ଗତ କୁନାକାଡୁ ଗ୍ରାମର ୪ ଜଣ ନାବାଳକ ବଜ୍ରପାତରେ ଆହତ…

ଗଞ୍ଜାମରୁ ସୋମନାଥ ମନ୍ଦିର ଯାତ୍ରା: ଶୁଭାରମ୍ଭ କଲେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୪।୬ (ଦିଲ୍ଲୀପ ସାମଲ): ‘ସୋମନାଥ ସ୍ୱାଭିମାନ ଯାତ୍ରା’ ଅଭିଯାନରେ ଗଞ୍ଜାମ ଜିଲାର ୫୨ ଜଣ ତୀର୍ଥଯାତ୍ରୀ ଶନିବାର ଛତ୍ରପୁର ନୂଆ ବସ୍‌ଷ୍ଟାଣ୍ଡରୁ ଗୁଜରାଟସ୍ଥିତ ପବିତ୍ର ସୋମନାଥ…

ଇତିହାସ ରଚିଲେ ଶୁବମନ ଗିଲ, ଓ୍ବାନ ଡେ କ୍ରିକେଟରେ ଏତିକି ରନ୍‌ କରି ପଛରେ ପକାଇଲେ…

ନୂଆଦିଲ୍ଲୀ,୧୪।୬: ଧର୍ମଶାଳାରେ ଖେଳାଯାଇଥିବା ଆଫଗାନିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ରେ ଭାରତର ଏକଦିବସୀୟ ଅଧିନାୟକ ଶୁବମନ ଗିଲ ଏକ ବଡ଼ ରେକର୍ଡ ସ୍ଥାପନ କରିଛନ୍ତି। ବର୍ଷା ପ୍ରଭାବିତ…

Video: ଟିମ ଇଣ୍ଡିଆର ଡ୍ରେସିଂ ରୁମ କ୍ରିକେଟ: ବର୍ଷା ମଧ୍ୟରେ ଖେଳାଳିମାନେ ଏମିତି କଲେ ଟାଇମ ପାସ, ଏବେ ଭିଡ଼ିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୧୪।୬: ଶନିବାର ଭାରତୀୟ କ୍ରିକେଟ ଦଳ ଆଫଗାନିସ୍ତାନକୁ ପରାସ୍ତ କରି ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ୧-୦ରେ ଆଗୁଆ ହୋଇଛି। ତଥାପି, ପ୍ରତି ଇନିଂସରେ ମ୍ୟାଚ…

ସହରାଞ୍ଚଳରେ ଭଡାରେ ରହୁଥିବା ଲୋକଙ୍କ ପାଇଁ ଖୁସିଖବର: ନଗର ଉନ୍ନୟନ ମନ୍ତ୍ରୀ କହିଲେ …..

ଭୁବନେଶ୍ୱର,୧୪।୬ ଜୁନ: ରାଜ୍ୟର ସହରାଞ୍ଚଳରେ ବାସସ୍ଥାନ ସମସ୍ୟା ଦୂର କରିବା ଏବଂ ଭଡ଼ାଟିଆଙ୍କୁ ସୁଲଭ ମୂଲ୍ୟରେ ଘର ଯୋଗାଇ ଦେବା ଲକ୍ଷ୍ୟରେ ରାଜ୍ୟ ସରକାର ନୂଆ ରେଣ୍ଟାଲ…

ଫ୍ରାନ୍ସରେ ବଡ଼ କଥା କହିଦେଲେ ପ୍ରଧାନମନ୍ତ୍ରୀ, ‘ଆଜି ଭାରତ ପରିବର୍ତ୍ତନର…’

ନୂଆଦିଲ୍ଲୀ,୧୪।୬:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ମିଳିତ ଭାବରେ ଫ୍ରାନ୍ସର ନିସ୍‌ରେ ‘ଇଣ୍ଡିଆ ଇନୋଭେଟ୍ସ’ କାର୍ଯ୍ୟକ୍ରମର ଉଦଘାଟନ କରିଥିଲେ । ଭାରତ,…

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri