Posted inଖେଳ

ପ୍ରଥମ ଭାରତୀୟ ପଙ୍ଘାଲ

ଇକାଟେରିନବର୍ଗ(ରୁଷିଆ),୨୦।୯(ପିଟି): ଏସିଆନ ଚାମ୍ପିୟନ ଅମିତ ପଙ୍ଘାଲ (୫୨ କେଜି) ଶୁକ୍ରବାର ପ୍ରଥମ ଭାରତୀୟ ବକ୍ସର ଭାବେ ବିଶ୍ୱ ପୁରୁଷ ବକ୍ସିଂ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିଛନ୍ତି। ସେମିଫାଇନାଲ କାଜାଖସ୍ତାନର ସାକେନ ବିବୋସିନୋଭଙ୍କୁ ହରାଇ ଦେଇଛନ୍ତି। ଦ୍ୱିତୀୟ ସିଡ୍‌ ପଙ୍ଘାଲ ୩-୨ ବ୍ୟବଧାନରେ ମ୍ୟାଚ୍‌କୁ ଜିତି ନେଇଛନ୍ତି। ସେ ଫାଇନାଲରେ ଉଜବେକିସ୍ତାନର ଶାଖୋବିଦିନ ଜୋଇରୋଭଙ୍କୁ ଭେଟିବେ। ଅନ୍ୟ ଏକ ସେମିଫାଇନାଲରେ ଜୋଇରୋଭ ଫ୍ରାନ୍ସର ବିଲାଲ ବେନ୍ନାମାଙ୍କୁ ପରାସ୍ତ କରିଥିଲେ। ପଙ୍ଘାଲଙ୍କ ଅଭିଯାନ ୨୦୧୭ରୁ ଏସିଆନ୍‌ ଚାମ୍ପିୟନଶିପରୁ ଆରମ୍ଭ ହୋଇଛି। ସେହିବର୍ଷ ବିଶ୍ୱ ଚାମ୍ପିୟନଶିପ୍‌ରେ ପଦାର୍ପଣ କରି ସେ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ଏହାପରେ ସମ୍ମାନଜନକ ଷ୍ଟ୍ରାଣ୍ଡଜା ସ୍ମାରକୀ ଟୁର୍ନାମେଣ୍ଟ (ବୁଲଗେରିଆ) ଓ ପରେ ୨୦୧୮ ଏସିଆନ୍‌ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିଥିଲେ। ଅଲିମ୍ପିକ୍ସ ବକ୍ସିଂ ଇଭେଣ୍ଟର ବିଭିନ୍ନ ଓଜନ ବର୍ଗରୁ ୪୯ କେଜି ବର୍ଗ ବାଦ୍‌ ପଡ଼ିବା ପରେ ସେ ୫୨ କେଜି ବର୍ଗରେ ପ୍ରତିଦ୍ୱନ୍ଦ୍ୱିତା ଆରମ୍ଭ କରିଥିଲେ। ଚଳିତବର୍ଷ ସେ ନୂଆ ଓଜନ ବର୍ଗରେ ଏସିଆନ ଚାମ୍ପିୟନଶିପ୍‌ ସ୍ବର୍ଣ୍ଣ ପଦକ ଜିତି ସାରିଛନ୍ତି। ଉଲ୍ଲେଖଥାଉ କି, ବିଶ୍ୱ ଚାମ୍ପିୟନଶିପ୍‌ର କୌଣସି ସଂସ୍କରଣରେ ଭାରତ ଗୋଟିଏ ବ୍ରୋଞ୍ଜ ପଦକରୁ ଅଧିକ ଜିତି ପାରିନାହିଁ। ଫାଇନାଲରେ ପଙ୍ଘାଲ ଓ ସେମିଫାଇନାଲରେ ମନୀଷ କୌଶିକ (୬୩ କେଜି) ପ୍ରବେଶ କରି ଇତିହାସ ରଚିଛନ୍ତି। ଏଥିପୂର୍ବରୁ ବିଜେନ୍ଦର ସିଂ (୨୦୦୯), ବିକାଶ କ୍ରିଷ୍ଣନ (୨୦୧୧), ଶିବା ଥପ୍ପା (୨୦୧୫) ଓ ଗୌରବ ବିଧୁରି (୨୦୧୭) ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର...

୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି

ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍‌ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି...

ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ

ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ...

୧୭ ଶୁଟରଙ୍କ ପଦାର୍ପଣ

ପ୍ୟାରିସ୍‌,୨୭।୭: ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ ଆରମ୍ଭ ହୋଇସାରିଥିବା ବେଳେ ଶନିବାର ଭାରତୀୟ ଶୁଟିଂ ଦଳ ଏହାର ଅଭିଯାନ ଆରମ୍ଭ କରିବ। ଭାରତ ଅଲିମ୍ପିକ୍ସରେ ସମୁଦାୟ ୩୫ଟି...

ଭବିଷ୍ୟତରେ ଟିମ୍‌ ଇଣ୍ଡିଆର ୩ ଫର୍ମାଟର ଅଧିନାୟକ ହେବେ ଗିଲ! ଟି୨୦- ଦିନିକିଆ ପରେ ଏବେ…

ନୂଆଦିଲ୍ଲୀ,୨୬।୭: ଭାରତୀୟ କ୍ରିକେଟ ଟିମ୍‌ର ୨୪ ବର୍ଷୀୟ ଓପନର ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲଙ୍କୁ ନିକଟରେ ଶ୍ରୀଲଙ୍କା ଗସ୍ତ ଲାଗି ଦିନିକିଆ ଏବଂ ଟି୨୦ରେ ଭାରତର ଉପଅଧିନାୟକ...

ବାଂଲାଦେଶକୁ ହରାଇ ଫାଇନାଲରେ ଭାରତ

ଦାମ୍ବୁଲା,୨୬ା୭: ବାଂଲାଦେଶକୁ ୧୦ ଉଇକେଟରେ ପରାସ୍ତ କରି ଗତଥରର ଚାମ୍ପିୟନ ଭାରତ ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟର ଫାଇନାଲରେ ପ୍ରବେଶ କରିଛି। ପ୍ରଥମେ...

‘କ୍ରିକେଟ କେବଳ ଏକ ଖେଳ, ଜୀବନ ନୁହେଁ…’ ଅଧିନାୟକ ହେବା ପରେ…

ନୂଆଦିଲ୍ଲୀ,୨୬।୭:ଶ୍ରୀଲଙ୍କା ବିପକ୍ଷରେ ଭାରତୀୟ କ୍ରିକେଟ ଟିମ୍‌ ପ୍ରଥମ ମ୍ୟାଚ୍‌ ଜୁଲାଇ ୨୭,୨୦୨୪ରୁ ଖେଳିବ। ମ୍ୟାଚ୍‌ ପୂର୍ବରୁ ଭାରତୀୟ ଟି୨୦ ଟିମ୍‌ର ନବନିଯୁକ୍ତ ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

କ୍ୟାପ୍ଟେନ୍‌ଙ୍କ ଆଗରେ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ହେଲେ ନମ଼୍ବର ୧

ନୂଆଦିଲ୍ଲୀ, ୨୬।୦୭: ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ରେ ଟି-୨୦ ଅନ୍ତର୍ଜାତୀୟ ଫର୍ମାଟ୍‌ରେ ସବୁଠାରୁ ଅଧିକ ରନ୍‌ କରିଥିବା ଖେଳାଳି ଭାବେ ବ୍ୟଟ୍ସମ୍ୟାନ୍‌ ହରମନ୍‌ପ୍ରୀତ କୌରଙ୍କ ନାମରେ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri