କାର୍ଡ ବ୍ୟାଙ୍କ କର୍ମଚାରୀଙ୍କ ଧାରଣା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶା ରାଜ୍ୟ ସମବାୟ କୃଷି ଓ ଗ୍ରାମ୍ୟ ଉନ୍ନୟନ ବ୍ୟାଙ୍କର କର୍ମଚାରୀମାନେ ପ୍ରାୟ ଆଠ ବର୍ଷ ହେବ ଦରମା ପାଇ ନାହାନ୍ତି। ଏମାନେ ଦୀର୍ଘ ବର୍ଷ ଧରି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟ କରିଆସୁଥିଲେ ମଧ୍ୟ ସରକାର ସେମାନଙ୍କ ଦରମା ରୋକି ଦେଇଥିବା ଅଭିଯୋଗ ହୋଇଛି। ଏ ନେଇ ମଙ୍ଗଳବାରଠାରୁ ଓଡ଼ିଶା କାର୍ଡ ବ୍ୟାଙ୍କ କର୍ମଚାରୀ ସଂଘ ବିଭାଗୀୟ ମୁଖ୍ୟ କାର୍ଯ୍ୟାଳୟରେ ଥିବା ସମବାୟ ସମିତି ନିବନ୍ଧକଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ସୂଚନାଯୋଗ୍ୟ, ଏହି ବ୍ୟାଙ୍କଗୁଡିକୁ ନାବାର୍ଡ ଆର୍ଥତ୍କ ଯୋଗାଉଥିବାବେଳେ ୨୦୦୩ ପରଠାରୁ ନେଣଦେଣ ଏକରକମ ବନ୍ଦ କରିଦେଇଥିଲା। ଯାହାଫଳରେ ବ୍ୟାଙ୍କଗୁଡିକ ଧୀରେ ଧୀରେ ଦେବାଳିଆ ହୋଇ ପଡିଥିଲା। ପରେ ଏହି ସଂସ୍ଥାଗୁଡିକୁ ସକ୍ରିୟ କରିବା ଲାଗି କାର୍ଡ ବ୍ୟାଙ୍କ ପରିଷଦ ଗଠନ ହୋଇଥିଲା। ହେଲେ ପରିଷଦ ଗଠନ ହେବାର ୪ ବର୍ଷ ବିତିଗଲାଣି କିନ୍ତୁ ଗୋଟିଏ ବି ବ୍ୟାଙ୍କ ସଚଳକ୍ଷମ ହୋଇନି ବୋଲି ସଂଘ ଅଭିଯୋଗ କରିଛି। ଏଭଳି ଅବସ୍ଥାରେ ବ୍ୟାଙ୍କ ଦେବାଳିଆ ହୋଇଥିବାବେଳେ ସରକାର ଆଠ ବର୍ଷ ହେବ କର୍ମଚାରୀମାନଙ୍କୁ ବି ଦରମା ଦେଉ ନାହାନ୍ତି। କେତେକ କର୍ମଚାରୀଙ୍କୁ ପୂର୍ବରୁ ଦରମା ମିଳି ଆସୁଥିଲେ ବି ଗତ ଦୁଇ ବର୍ଷ ହେବ ଅବୈତନିକ ଭାବେ ଖଟୁଛନ୍ତି। ଏନେଇ ସଂଘ ବାରମ୍ବାର ବିଭାଗୀୟ ସଚିବଙ୍କୁ ଗୁହାରି କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳିନି। ଏବେ ସମୂହ ସ୍ବେଚ୍ଛାକୃତ ଅବସର ନେବା ଲାଗି ସଂଘ ନିଷ୍ପତ୍ତି ନେଇଛି। ମଙ୍ଗଳବାର ନିବନ୍ଧକଙ୍କ ସହ ସଂଘର ଆଲୋଚନା ବେଳେ ନିବନ୍ଧକ କହିଛନ୍ତି ଯେ, ଏହା ତାଙ୍କ ପରିସର ଭୁକ୍ତ ନୁହେଁ। ସମୂହ ଅବସର ଲାଗି ମନ୍ତ୍ରୀ ଓ ସଚିବ ସ୍ତରୀୟ ବୈଠକର ଆବଶ୍ୟକତା ଅଛି। ଏ ବିଷୟରେ ନିବନ୍ଧକ ବିଭାଗକୁ ଚିଠି ଲେଖି ଜଣାଇଛନ୍ତି। ବିଭାଗ ପକ୍ଷରୁ ବୈଠକ ପାଇଁ ସୂଚନା ଆସିଲେ ସଂଘକୁ ଜଣାଇବେ।


Enter your email to get our daily news in your inbox.

All Right Reserved By Dharitri.Com

ସୌମ୍ୟ ହତ୍ୟା ମାମଲା: ଝାରପଡ଼ା ଜେଲ୍‌ରେ ୨୦ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଭୁବନେଶ୍ୱର, ୭।୭: ବହୁଚର୍ଚ୍ଚିତ ସୌମ୍ୟ ହତ୍ୟା ମାମଲାର ତଦନ୍ତକୁ ଆହୁରି ଜୋରଦାର କରିଛି କ୍ରାଇମବ୍ରାଞ୍ଚ। ଏହି କ୍ରମରେ କ୍ରାଇମବ୍ରାଞ୍ଚର ଦୁଇଜଣିଆ ଟିମ୍‌ ଆଜି ଭୁବନେଶ୍ୱର ଝାରପଡ଼ା ସ୍ପେସିଆଲ୍‌…

ଗୁଜରାଟ ସିରିଏଲ ବିସ୍ଫୋରଣ ମାମଲାରେ ବଡ଼ ରାୟ: ୩୮ଙ୍କୁ ଫାଶୀ, ୧୧ଙ୍କୁ ଆଜୀବନ କାରାଦଣ୍ଡ

ଅହମଦାବାଦ,୭।୭: ୨୦୦୮ ଅହମଦାବାଦ ସିରିଏଲ ବିସ୍ଫୋରଣ ମାମଲା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ, ଗୁଜରାଟ ହାଇକୋର୍ଟ ନିମ୍ନ ଅଦାଲତର ନିଷ୍ପତ୍ତିକୁ ବଜାୟ ରଖିଛନ୍ତି। ହାଇକୋର୍ଟ ୩୮ ଜଣ…

ବୋର୍ଡ଼ା ଅଞ୍ଚଳରେ ଚାଞ୍ଚଲ୍ୟ: ଘରେ ଶୋଇଥିବା ବେଳେ କଳାକାନା ବୁଲାଇଲେ ଚୋର, ଲକ୍ଷାଧିକ ଟଙ୍କା ସହ ସୁନା-ରୁପା ଅଳଙ୍କାର ଲୁଟ୍‌

ଭବାନୀପାଟଣା,୭।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ବୋର୍ଡ଼ା ଫାଣ୍ଡି ଅନ୍ତର୍ଗତ କରଲାପିଠା ଗ୍ରାମରେ ଏକ ବଡ଼ଧରଣର ଚୋରି ଘଟଣା ସାମ୍ନାକୁ ଆସିଛି। ସୋମବାର ବିଳମ୍ବିତ ରାତି ପ୍ରାୟ…

୧୦୮ ଆମ୍ବୁଲାନ୍ସ ଭିତରେ ଜନ୍ମ ହେଲା ଶିଶୁ କନ୍ୟା: ଫାର୍ମାସିଷ୍ଟଙ୍କ ମହାନତାକୁ ପ୍ରଶଂସା

ଗୁଣପୁର,୭।୭(ସୁଜାତା ପାଢ଼ୀ): ମାନବତା ଏବେ ବି ବଞ୍ଚିଛି । ରାୟଗଡା ଜିଲା ପଦ୍ମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୧୦୮ ଆମ୍ବୁଲାନ୍ସର ଫାର୍ମାସିଷ୍ଟ ଯୁଗଳ କିଶୋର ଶବର ମହାନତା ଦେଖାଇ…

Video: ବୈଭବ ସୂର୍ଯ୍ୟବଂଶୀ ଆହତ; ଯନ୍ତ୍ରଣାରେ ଛଟପଟ ହେଉଥିଲେ ବି ଧ୍ୟାନ ଦେଲେ ନାହିଁ କୋଚ; ତାଙ୍କ ଖେଳିବା ଉପରେ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୭।୭: ବୈଭବ ସୂର୍ଯ୍ୟବଂଶୀ ଶୀଘ୍ର ପ୍ରଶଂସକଙ୍କ ପ୍ରିୟ ହୋଇଗଲେ। ସମସ୍ତେ ତାଙ୍କ ଡେବ୍ୟୁକୁ ଅପେକ୍ଷା କରିଥିଲେ, ଯାହା ଏବେ ହୋଇଛି, ଏବଂ ସେ ତାଙ୍କର ଦ୍ୱିତୀୟ ଅନ୍ତର୍ଜାତୀୟ…

ମୋଦିଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ: ଖୁସିରେ ଗଦ୍‌ଗଦ୍‌ ହୋଇ କହିଲେ…

ଜାକର୍ତ୍ତା,୭।୭: ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିଛି। ଇଣ୍ଡୋନେସିଆର ରାଷ୍ଟ୍ରପତି ପ୍ରବୋ ସବିଆଣ୍ଟୋ ଘୋଷଣା କରିଛନ୍ତି, ଇଣ୍ଡୋନେସିଆ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନ ‘Bintang…

ବୈତରଣୀରେ ବଢ଼ୁଛି ବନ୍ୟା, ଧସୁଛି ନଦୀବନ୍ଧ: ରାସ୍ତା ବିଚ୍ଛିନ୍ନ ହେବାର ଆଶଙ୍କା

ଧାମନଗର,୭।୭ (କାଳନ୍ଦି ବେହେରା): ଭଦ୍ରକ ଜିଲାରେ ଲଘୁଚାପ ଜନିତ ଲଗାଣ ବର୍ଷା ପ୍ରଭାବରେ ଗତ ପାଞ୍ଚ ଦିନ ଧରି ବୈତରଣୀ ନଦୀର ଉପରମୁଣ୍ଡ ଓ ତଳମୁଣ୍ଡରେ ଜଳସ୍ତର…

ଟ୍ରମ୍ପଙ୍କୁ ପ୍ରକୃତରେ କେଉଁ ପ୍ରକାରର ସାହାଯ୍ୟ ମାଗୁଛନ୍ତି ଜେଲନସ୍କି? ଜାଣନ୍ତୁ ଏହା ପଛର ବଡ଼ କାରଣ

କ୍ୱିଭ,୭।୭: ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଆମେରିକାକୁ ବାୟୁ ପ୍ରତିରକ୍ଷା ପାଇଁ ସମର୍ଥନ ବୃଦ୍ଧି କରିବାକୁ ଅନୁରୋଧ କରିଛନ୍ତି। ସେ ଆମେରିକାକୁ ଦେଶୀୟ ସ୍ତରରେ ପାଟ୍ରିଅଟ କ୍ଷେପଣାସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri