ପ୍ରଦୂଷଣମୁକ୍ତ ଦୀପାବଳି ପାଇଁ ସଚେତନତା

ବ୍ରହ୍ମପୁର ଅଫିସ୍‌,୨୭ । ୧୦-ଦୀପାବଳି ଉତ୍ସବ ଅବସରରେ ବାଣି ଫୁଟାଉଥିବା ଯୋଗୁ ପ୍ରଦୁଷଣ ହୋଇଥାଏ। ଏହା କେବଳ ମଣିଷ ନୁହଁ, ପଶୁ ପକ୍ଷୀଙ୍କୁ ମଧ୍ୟ ପ୍ରଭାବିତ କରିଥାଏ। ଏଣୁ ପ୍ରଦୂଷଣମୁକ୍ତ ଦୀପାବଳି ପାଇଁ ଶନିବାର ବ୍ରହ୍ମପୁରରେ ବିଭିନ୍ନ ସଂଗଠନ ପକ୍ଷରୁ ସଚେତନତା ପଦଯାତ୍ରା ଆୟୋଜିତ ହୋଇଥିଲା। ସ୍ବେଚ୍ଛାସେବୀ ସଂଗଠନ ଆଞ୍ଚଳିକ ବିକାଶ ପରିଷଦ ଆହ୍ବାନରେ ବିଭିନ୍ନ ସଂଗଠନ କର୍ମକର୍ତ୍ତାମାନେ ଏଥିରେ ଭାଗ ନେଇଥିଲେ। ବ୍ରହ୍ମପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରୁ ଆରମ୍ଭ ହୋଇ ସହରରେ ଲୋକମାନଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିଥିଲା। ପ୍ରତିବର୍ଷ ଦୀପାବଳିରେ ବିଭିନ୍ନ ଉଚ୍ଚଶବ୍ଦକାରୀ ଏବଂ ପ୍ରଦୁଷଣକାରୀ ବାଣ ଫୁଟାଇବା ଦ୍ୱାରା ଅକାଳରେ ପଶୁ ପକ୍ଷୀଙ୍କ ଜୀବନ ଚାଲିଯାଉଛି। ମଣିଷମାନେ ମଧ୍ୟ ଶ୍ୱାସ ଜନିତ ରୋଗରେ ପୀଡ଼ିତ ହେଉଛନ୍ତି। ଏଣୁ ବାଣ ନ ଫୁଟାଇବା ପାଇଁ ଆହ୍ବାନ ଦିଆଯାଇଥିଲା। ସହର ପରିକ୍ରମା କରିବା ଅବସରରେ ବିଭିନ୍ନ ସ୍ଲୋଗାନ୍‌ ଦିଆଯାଇଥିଲା। କାର୍ଯ୍ୟକ୍ରମରେ ପରିଷଦ ସଭାପତି ସାଗର କୁମାର ପାତ୍ର, ସମ୍ପାଦକ ବିଜେନ୍ଦ୍ର ମାଝି, ଆର୍ଯ୍ୟଭଟ୍ଟ ଫାଉଣ୍ଡେଶନ ମୁଖ୍ୟ ସୁଧୀର ରାଉତ, ସବୁଜ ବାହିନୀ ସଭାପତି ଶିବରାମ ପାଣିଗ୍ରାହୀ, ସମ୍ପାଦକ ଏମ୍‌.ଦଲୀପ କୁମାର, ମହାତ୍ମା ହେଲ୍‌ପିଂ କ୍ଲବର ଏମ୍‌.ଭେଙ୍କଟ ରାମାଣା, ସମାଜିକକର୍ମୀ ସବିତା ସାହୁକାର, ସଞ୍ଜୟ ପାତ୍ର, ଧର୍ମରାଜ ପାତ୍ର ଓ ବନମାଳୀ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭାଇ ସହ ସାଙ୍ଗ ହୋଇ ଭଉଣୀଙ୍କୁ କଲେ ପ୍ରେମ: ମା’ ଶୋଇଥିବା ବେଳେ ଯୁବତୀଙ୍କୁ ଡାକିନେଇ…

ଦିଗପହଣ୍ଡି,୧୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଅଧୀନ ଏକ ଗାଁରୁ ଜଣେ ୨୧ ବର୍ଷୀୟା ଯୁବତୀ ଆକସ୍ମିକ ଭାବେ ଘରୁ ନିଖୋଜ ହୋଇଯାଇଥିବା ଅଭିଯୋଗ…

ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସ୍ମିତାରାଣୀଙ୍କ କୃତିତ୍ୱ

ବଲାଙ୍ଗୀର,୧୭ା୪(ସୁନିଲ କୁମାର ମହାନ୍ତି): ସିବିଏସ୍‌ଇ ମାଟ୍ରିକ ପରୀକ୍ଷାରେ ସେମଫୋର୍ଡ ଫ୍ୟୁଚରିଷ୍ଟିକ ବିଦ୍ୟାଳୟର ଛାତ୍ରୀଛାତ୍ର ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସ୍ମିତାରାଣୀ ସାହୁ ୯୭.୨ ପ୍ରତିଶତ ସହ ସ୍କୁଲ…

ଜୀବିତ ବ୍ୟକ୍ତିଙ୍କୁ ମୃତ ଦର୍ଶାଉଛି ଆଧାରକାର୍ଡ ତଥ୍ୟ, ସଂଶୋଧନ ପାଇଁ ୪ ମାସ ହେଲା ଦୌଡୁଛନ୍ତି ଡାକସେବକ

ଦିଗପହଣ୍ଡି,୧୭ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର କେ.ରକି ଦୋରା(୨୪) ଯୁକ୍ତ ୩ (ସ୍ନାତକ) ପାସ କରିବା ପରେ ଗତ ୨୦୨୩ରୁ ଦିଗପହଣ୍ଡି…

ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ…

ଟଙ୍କା ଆଦାୟକୁ ନେଇ ଫାଇନାନ୍ସ କର୍ମଚାରୀଙ୍କୁ ହତ୍ୟା, ଆସିଲା କୋର୍ଟଙ୍କ ବଡ଼ ରାୟ, ଅଭିଯୁକ୍ତଙ୍କୁ…

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ନୟାକୋଟ ଥାନା ଅଞ୍ଚଳରେ ୨୦୨୫ରେ ଫାଇନାନ୍ସ ଟଙ୍କା ଆଦାୟକୁ ନେଇ ଘଟିଥିବା ବହୁଚର୍ଚ୍ଚିତ ହତ୍ୟାକାଣ୍ଡ ଘଟଣାର ଶୁକ୍ରବାର ରାୟ ପ୍ରକାଶ…

ଦଶମ ସିବିଏସଇ ପରୀକ୍ଷା ଫଳ: ଜିଲା ପାଇଁ ଗୌରବ ଆଣିଲେ ଅଂଶୁମାନ

ଛତ୍ରପୁର,୧୭।୪(ଦିଲ୍ଲୀପ ସାମଲ): ଦଶମ ଶ୍ରେଣୀ ସିବିଏସଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ସୋରଡ଼ା  ଓଡିଶା ଆଦର୍ଶ ବିଦ୍ୟାଳୟ ଛାତ୍ର ଅଂଶୁମାନ ପଣ୍ଡା ଜିଲା ପାଇଁ ଗୌରବ…

ଯାତ୍ରା ପୂର୍ବରୁ ସେକ୍ସ ରାକେଟ୍‌ ଉପରେ ଭଞ୍ଜନଗର ପୋଲିସର ଚଢ଼ାଉ, ଏସବୁ ଆପତ୍ତିଜନକ ଜିନିଷ ମିଳିବା ପରେ…

ଭଞ୍ଜନଗର,୧୭ା୪(ବାବୁଲା ପ୍ରଧାନ): ଆଉ କିଛି ଦିନ ପରେ ଅର୍ଥାତ୍‌ ଏପ୍ରିଲ ୨୬ରୁ ଗଞ୍ଜାମ ଜିଲା ଭଞ୍ଜନଗରର ପ୍ରସିଦ୍ଧ ଐତିହାସିକ ଠାକୁରାଣୀ ଯାତ୍ରା ଆରମ୍ଭ ହେବ। ଯାତ୍ରାକୁ ଶାନ୍ତିଶୃଙ୍ଖଳାର…

ନୂଆପଡ଼ାରେ ଆରମ୍ଭ ହେଲା ଗୃହ ଗଣନା

ନୂଆପଡ଼ା,୧୭ା୪ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ସ୍ବଗଣନା ପ୍ରକ୍ରିୟା ସମାପ୍ତି ପରେ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହ ତାଲିକା ଓ ଗୃହ ଗଣନା ଗୁରୁବାର ଆରମ୍ଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri