ପ୍ରଦୂଷଣରେ କଲବଲ ଜୀବନ:କ୍ରଶର ବନ୍ଦ ଦାବି କଲେ ଛାତ୍ରୀଛାତ୍ର

ଢେଙ୍କାନାଳ ଅଫିସ, ୧୦।୧୨

ଢେଙ୍କାନାଳ ସହର ଉପକଣ୍ଠ ଯତନନଗର ଅଞ୍ଚଳରେ ଥିବା କ୍ରଶର ୟୁନିଟ୍‌ ବନ୍ଦ ଦାବିରେ ସୋମବାର ମଧୁସୂଦନ ଆବାସିକ ଉଚ୍ଚ ବିଦ୍ୟାଳୟ ଛାତ୍ରୀଛାତ୍ର, ଅଭିଭାବକ ଏବଂ ଜନସାଧାରଣ ରାସ୍ତାକୁ ଓହ୍ଲାଇଛନ୍ତି।
ଅଞ୍ଚଳବାସୀଙ୍କ କହିବା କଥା, ଉକ୍ତ କ୍ରଶର ୟୁନିଟ୍‌ଟି ମଧୁସୂଦନ ଆବାସିକ ଉଚ୍ଚବିଦ୍ୟାଳୟ ନିକଟରେ ରହିଛି। ଏହାଯୋଗୁ ପ୍ରବଳମାତ୍ରାରେ ପଥର ଗୁଣ୍ଡ ଉଡୁଛି। ଏହାର ପ୍ରଭାବ ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ଉପରେ ପଡୁଛି। ପିଲାମାନେ ସ୍କୁଲକୁ ଆସିବାକୁ ଅମଙ୍ଗ ହେଉଛନ୍ତି। ଧୂଳି ଉଠିବା ଯୋଗୁ କୂଅ, ପୋଖରୀ ପାଣି ପ୍ରଦୂଷିତ ହେଉଛି। ଚାଷ ଜମି ନଷ୍ଟ ହେଉଛି। ଅଞ୍ଚଳବାସୀ ସଂକ୍ରାମକ ରୋଗର ଶିକାର ହେଉଛନ୍ତି। କ୍ରଶର ୟୁନିଟରେ ବିସ୍ଫୋରଣ ଯୋଗୁଁ ଲୋକଙ୍କ ଘର କାନ୍ଥ, ଛାତ ଫାଟି ଅଁା କରିଛି। ପଥର ଚାଲାଣ ପାଇଁ ଶତାଧିକ ଭାରିଯାନ ଚଳାଚଳ କରୁଥିବାରୁ ସିମିଳିଆ ମୁଖ୍ୟ ରାସ୍ତା ମରଣଯନ୍ତା ପାଲଟିଛି। ଏହାକୁ ତୁରନ୍ତ ବନ୍ଦ କରିବାକୁ ସ୍କୁଲର ଛାତ୍ରୀଛାତ୍ର, ଅବିଭାବକଙ୍କ ସମେତ ନିକଟ ଗ୍ରାମର ବାସିନ୍ଦା ପ୍ଲାକାର୍ଡ ଧରି କିଛି ସମୟ ପାଇଁ ରାସ୍ତାରୋକୋ କରିଥିଲେ। ଅଞ୍ଚଳବାସୀ, ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟକୁ ନଜର ରଖି ଏଥିପ୍ରତି ତ୍ୱରିତ ପଦକ୍ଷେପ ନେବାକୁ ସେମାନେ ଦାବି କରିଛନ୍ତି। ଏହା ନ ହେଲେ ପୁଞ୍ଜୀଭୂତ ଅସନ୍ତୋଷ ଜନଆନ୍ଦୋଳନର ରୂପ ନେବ ଏବଂ ଏଥିପାଇଁ ପ୍ରଶାସନ ଦାୟୀ ରହିବ ବୋଲି ସେମାନେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଷେକ ବାନାର୍ଜୀଙ୍କ ଘରେ ବେଙ୍ଗଲ ପୋଲିସର ଚଢାଉ, ଚିନ୍ତାରେ ମମତା!

କୋଲକାତା,୧୩।୬: ଶନିବାର ସକାଳେ ସାଲବୋନି ପୋଲିସ ଷ୍ଟେଶନର କର୍ମଚାରୀ ଏବଂ କୋଲକାତା ପୋଲିସର ଏକ ବଡ଼ ଦଳ ତୃଣମୂଳ କଂଗ୍ରେସ ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ…

ପାକିସ୍ତାନକୁ ରାଜନାଥଙ୍କ ଖୋଲ ଚେତାବନୀ

ନୂଆଦିଲ୍ଲୀ,୧୩।୬: ପାକିସ୍ତାନକୁ କଡ଼ା ବାର୍ତ୍ତା ଦେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କହିଛନ୍ତି ଯେ ସିନ୍ଧୁ ନଦୀର ଜଳ ଆତଙ୍କବାଦର ପୃଷ୍ଠପୋଷକଙ୍କ ପାଖରେ ପହଞ୍ଚିବାକୁ ଦିଆଯିବ ନାହିଁ।…

ମିଥ୍ୟା ସମ୍ପତ୍ତି ତଥ୍ୟ ଦେଲେ ବାବୁଙ୍କୁ ମିଳିବ ଦଣ୍ଡ: ବେତନ ବଦଳରେ ଲାଗୁ ହେବ…

ଭୁବନେଶ୍ୱର,୧୩।୬(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ କର୍ମଚାରୀ ନିଜ ସମ୍ପତ୍ତି ବିବରଣୀ ଦେବାରେ ବିଳମ୍ବ କରୁଥିବାରୁ ଏହାକୁ ନେଇ ଶୁକ୍ରବାର ରାଜ୍ୟ କ୍ୟାବିନେଟ୍‌ ଏକ ଗୁରୁତ୍ୱପୂର୍ଣ୍ଣ…

ଭୟଙ୍କର ଦୁର୍ଘଟଣା: ଲ୍ୟାଣ୍ଡିଂ ସମୟରେ ଭାରତୀୟ ବାୟୁସେନାର AN-32 ବିମାନ କ୍ରାସ

ଗୁଆହାଟି,୧୩।୬: ଶନିବାର ଆସାମର ଜୋରହାଟରେ ଥିବା ଭାରତୀୟ ବାୟୁସେନା (IAF) ବାୟୁସେନାର ବାୟୁସେନା ଘାଟିରେ ଏକ ବଡ଼ ଦୁର୍ଘଟଣା ଘଟିଛି। ବାୟୁସେନାର ଏକ AN-32 ପରିବହନ ବିମାନ…

ପୋଲିସ DG ପଦବୀ ପାଇଁ ୩୩ ବରିଷ୍ଠ IPS ମନୋନୀତ: ଓଡ଼ିଶା କ୍ୟାଡରର୍‌ ୨ ଜଣଙ୍କୁ ମିଳିଲା…

ଭୁବନେଶ୍ୱର,୧୩।୬: ପୋଲିସ DG ପଦବୀ ପାଇଁ ଦେଶରୁ ମୋଟ ୩୩ ଜଣ ବରିଷ୍ଠ IPS ମନୋନୀତ ହୋଇଛନ୍ତି। କ୍ୟାବିନେଟ୍‌ ନିଯୁକ୍ତି କମିଟି ପକ୍ଷରୁ ଏହାକୁ ମଞ୍ଜୁରୀ ମିଳିଛି।…

ପୋଲିସ କର୍ମଚାରୀ ମାଡ଼ ମାରିବା ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସରପଞ୍ଚ ଚାମେଲୀ, ବିଧାୟକଙ୍କୁ ନେଇ କହିଲେ…

କେନ୍ଦ୍ରାପଡ଼ା, ୧୩ା୬ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ତିଖିରି ପଞ୍ଚାୟତର ମହିଳା ସରପଞ୍ଚ ଚାମେଲୀ ଓଝା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଏକ ଚିଠି…

ଆମେରିକାକୁ ଧୋଇଲେ ଜୟଶଙ୍କର: କଡ଼ା ଟାର୍ଗେଟ୍‌ କରି କହିଲେ…

ନୂଆଦିଲ୍ଲୀ,୧୩।୬:ଓମାନ ଉପକୂଳ ନିକଟରେ ଏକ ବାଣିଜି୍ୟକ ଜାହାଜ ଉପରେ ଆମେରିକା ନୌସେନାର କାର୍ଯ୍ୟାନୁଷ୍ଠାନରେ ୩ ଜଣ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଭାରତ ଆମେରିକା ନିକଟରେ କଡ଼ା…

ହର୍ମୁଜରେ ଭାରତୀୟ ଜାହାଜ ଉପରେ ହୋଇଛି ଆକ୍ରମଣ: ଟ୍ରମ୍ପଙ୍କ ଦାବିକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲା ଇରାନ

ଓ୍ବାଶିଂଟନ୍‌,୧୩।୬:ହର୍ମୁଜ ପ୍ରଣାଳୀ ନିକଟରେ ଏକ ଭାରତୀୟ ଜାହାଜ ଉପରେ ଆକ୍ରମଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦାବି ଉପରେ ଇରାନ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri