Posted inଜାତୀୟ

ପ୍ରଦୂଷଣର ସମାଧାନ ନୁହେଁ ଯୁଗ୍ମ-ଅଯୁଗ୍ମ ସୂତ୍ର; ସୁପ୍ରିମକୋର୍ଟ: ୪ ରାଜ୍ୟ ମୁଖ୍ୟ ସଚିବଙ୍କୁ ସମନ

ନୂଆଦିଲ୍ଲୀ,୧୬ା୧୧(ପି.ଟି.): ଦିଲ୍ଲୀ- ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ହ୍ରାସ କରିବା ଦିଗରେ କ’ଣ ପଦକ୍ଷେପ ନିଆଯାଇଛି, ଜଣାଇବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ପଞ୍ଜାବ, ହରିୟାଣା, ଉତ୍ତରପ୍ରଦେଶ ଓ ଦିଲ୍ଲୀର ମୁଖ୍ୟ ସଚିବମାନଙ୍କୁ ସମନ କରିଛନ୍ତି। ପ୍ରଦୂଷଣ ରୋକିବାକୁ ହେଲେ ପ୍ରଭାବଶାଳୀ ପଦକ୍ଷେପ ଜରୁରୀ। ଦିଲ୍ଲୀର ୧୩ଟି ପ୍ରଦୂଷଣ ମୁଖ୍ୟସ୍ଥଳକୁ ପରିଷ୍କାର କରିବାକୁ ହେବ ବୋଲି ଜଷ୍ଟିସ୍‌ ଅରୁଣ ମିଶ୍ର ଏବଂ ଦୀପକ ଗୁପ୍ତାଙ୍କୁ ନେଇ ଗଠିତ ଖଣ୍ଡପୀଠ କହିଛନ୍ତି। ଦିଲ୍ଲୀ ସରକାର ଗାଡ଼ି ଚାଳନା ହ୍ରାସ କରିବାକୁ ଯାଇ ଯୁଗ୍ମ-ଅଯୁଗ୍ମ ସୂତ୍ର ଲାଗୁ କରିଥିଲାବେଳେ ସେଥିରୁ ଦୁଇ ଓ ତିନି ଚକିଆ ଯାନକୁ ବାଦ୍‌ ଦେଇଥିବାରୁ ଏହା ଉପରେ ସର୍ବୋଚ୍ଚ ଅଦାଲତ ପ୍ରଶ୍ନ ଉଠାଇଛନ୍ତି। ଏହି ନିୟମ ଲାଗୁ କରିବା ସତ୍ତ୍ୱେ ଦିଲ୍ଲୀର ପ୍ରଦୂଷଣ ମାତ୍ରା ବଢ଼ୁଥିବାରୁ ଏହା ସମାଧାନର ସୂତ୍ର ନୁହେଁ ବୋଲି ଖଣ୍ଡପୀଠ କହିଛନ୍ତି। ନଡ଼ା ପୋଡି ହ୍ରାସ ପାଇବା ସତ୍ତ୍ୱେ ଦିଲ୍ଲୀରେ ପ୍ରଦୂଷଣ ସ୍ତର ଅଧିକ ଖରାପ ହେଉଥିବାରୁ ଅଦାଲତ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଯୁଗ୍ମ-ଅଯୁଗ୍ମ ସୂତ୍ର ଲାଗୁ ହେବାଦ୍ୱାରା ପ୍ରଦୂଷଣ ହ୍ରାସ ପାଇଛି। ନଡ଼ା ପୋଡି ଯୋଗୁ ପ୍ରଦୂଷଣ ବଢ଼ୁଥିବା ଦିଲ୍ଲୀ ସରକାର ସର୍ବୋଚ୍ଚ ଅଦାଲତଙ୍କୁ କହିଥିଲେ।
‘ମିଳିତ ଉଦ୍ୟମ ଲୋଡ଼ା’
ଦିଲ୍ଲୀ ବାୟୁ ଦିନକୁ ଦିନ ଅଧିକ ଖରାପ ହେଉଥିବାରୁ ଏହାକୁ ରୋକିବା ଦିଗରେ ସବୁ ସଂସ୍ଥାର ମିଳିତ ଉଦ୍ୟମ ଆବଶ୍ୟକ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକର କହିଛନ୍ତି। କ୍ରମାଗତ ୪ ଦିନ ହେଲା ଦିଲ୍ଲୀ ବାୟୁର ମାନ ଅତ୍ୟନ୍ତ ଗୁରୁତର ବର୍ଗରେ ରହିଛି। ବିଷାକ୍ତ ସ୍ମୋଗ୍‌ର ବହଳ ଆସ୍ତରଣ ମହାନଗରୀକୁ ଆଚ୍ଛାଦିତ କରି ରଖିଛି। ଏପରି ସ୍ଥଳେ ସଂସ୍ଥାଗୁଡିକ ପରସ୍ପରକୁ ଦୋଷ ନ ଦେଇ ଏକାଠି କାମ କରିବା ଆବଶ୍ୟକ ବୋଲି ପରିବେଶ ମନ୍ତ୍ରୀ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାରା ବିଶ୍ୱକୁ ଆଶ୍ୱସ୍ତି, ଶେଷ ହେଲା ଯୁଦ୍ଧ! ଫ୍ରାନ୍ସର ଭର୍ସେଲ୍ସ ପ୍ୟାଲେସରେ ଶାନ୍ତି ଚୁକ୍ତି ସ୍ବାକ୍ଷର କଲେ ଟ୍ରମ୍ପ

ପ୍ୟାରିସ,୧୬।୮: ଫରାସୀ ରାଜଧାନୀ ପ୍ୟାରିସରୁ ପ୍ରାୟ 20 କିଲୋମିଟର ଦକ୍ଷିଣ-ପଶ୍ଚିମରେ ଅବସ୍ଥିତ, ଭର୍ସେଲ୍ସ ପ୍ରାସାଦ ଯୁଦ୍ଧ ପରେ ଶାନ୍ତି ଚୁକ୍ତିନାମା ପାଇଁ ଏକ ସ୍ଥାନ ଭାବରେ ବିଶ୍ୱବ୍ୟାପୀ…

ଛାତ୍ରଛାତ୍ରୀଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର: କଟକ ଜିଲାରେ କାଲିଠୁ ସକାଳୁଆ ସ୍କୁଲ

କଟକ,୧୮ା୬(କାର୍ତ୍ତିକ ସାହୁ): ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି କଟକ ଜିଲାରେ ସମସ୍ତ ପ୍ରକାର ସ୍କୁଲକୁ ଜୁନ୍‌ ୧୯ ତାରିଖରୁ ୨୫ ତାରିଖ ଯାଏ ଚାଲିବାକୁ ନିର୍ଦ୍ଦେଶାନାମା ଜାରି କରାଯାଇଛି।…

ପ୍ରଶାସନିକସ୍ତରରେ ବଡ଼ ଅଦଳବଦଳ: ଦୁଇ ବରିଷ୍ଠ IAS ଅଧିକାରୀଙ୍କୁ ମିଳିଲା ନୂଆ ଦାୟିତ୍ୱ

ଭୁବନେଶ୍ୱର,୧୮।୬: ରାଜ୍ୟ ପ୍ରଶାସନିକ ସ୍ତରରେ ଏକ ଗୁରୁତ୍ୱପୂର୍ଣ୍ଣ ଅଦଳବଦଳ କରାଯାଇଛି। ସରକାରଙ୍କ ପକ୍ଷରୁ ଦୁଇ ଜଣ ବରିଷ୍ଠ ଆଇଏଏସ (IAS) ଅଧିକାରୀଙ୍କୁ ନୂଆ ତଥା ଅତିରିକ୍ତ ଦାୟିତ୍ୱ…

ଭାଜପା ସହ ବଡ଼ ଗେମ ଖେଳିଦେଲେ ଡିକେ ଶିବକୁମାର! କ୍ରସ-ଭୋଟିଂ କରି ୫ ଆସନ ହାସଲ କଲେ

ବେଙ୍ଗାଲୁରୁ,୧୮।୬: ଡି.କେ. ଶିବକୁମାର କର୍ନାଟକର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ନିର୍ବାଚନୀ ପ୍ରତିଯୋଗିତାରେ, ଗୁରୁବାର (ଜୁନ ୧୮, ୨୦୨୬) ଶାସକ କଂଗ୍ରେସ ଦଳ ସାତଟି ବିଧାନସଭା ପରିଷଦ…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ବରିଷ୍ଠ IPS ଦୟାଲ ଗଙ୍ଗଓ୍ବାର ସସ୍‌ପେଣ୍ଡ

ଭୁବନେଶ୍ୱର,୧୮।୬: ବହୁ ଚର୍ଚ୍ଚିତ ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ରାଜ୍ୟ ପୋଲିସ ବିଭାଗ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରିଷ୍ଠ ଆଇପିଏସ (IPS) ଅଧିକାରୀ ଦୟାଲ ଗଙ୍ଗୱାରଙ୍କୁ…

NEET ମାମଲାରେ ଟେଲିଗ୍ରାମ ବନାମ ସରକାର: ସରକାର ହ୍ବାଟସଆପ-ଫେସବୁକକୁ ଛାଡି କେବଳ ଟେଲିଗ୍ରାମକୁ କାହିଁକି ବ୍ୟାନ କଲେ? ଜଣାପଡିଲା କାରଣ

ନୂଆଦିଲ୍ଲୀ,୧୮।୬: NEET ପେପର୍‌ ଲିକ ମାମଲା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି, ଭାରତ ସରକାର ବୁଧବାର ଟେଲିଗ୍ରାମ ଉପରେ ଅସ୍ଥାୟୀ ପ୍ରତିବନ୍ଧକ ଲଗାଇଛନ୍ତି। ଜୁନ ୨୨…

ଭାଜପାରେ ଯୋଗଦେବେ ହେମନ୍ତ ସୋରେନ! NDA ବିଧାୟକ ଦେଲେ ବଡ଼ ଅଫର

ରାଞ୍ଚି,୧୮।୬: ଝାଡ଼ଖଣ୍ଡରେ ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂ ପରେ, ଭାଜପା ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ପରିମଳ ନାଥୱାନୀ ବିଜୟୀ ହୋଇଥିଲେ। କଂଗ୍ରେସକୁ ଝଟକା ଲାଗିଥିଲା କାରଣ…

ଘସିପୁରା ପୋଲିସକୁ ଆକ୍ରମଣ-ଦାଦାଗିରି: ୧୮ ଦିନ ପରେ ମୁଖ୍ୟ ଅଭିଯୁକ୍ତ ଗିରଫ

ହାଟଡିହୀ,୧୮।୬(ଶୁଭକାନ୍ତ ନାୟକ): କର୍ତ୍ତବ୍ୟରତ ପୋଲିସ କର୍ମଚାରୀଙ୍କୁ ଆକ୍ରମଣ ଓ ଧମକ ଚମକ ଦେବା ଘଟଣାରେ ଶେଷରେ ପୋଲିସକୁ ମିଳିଛି ବଡ଼ ସଫଳତା। କେନ୍ଦୁଝର ଜିଲା ଘସିପୁରା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri