ପ୍ରଦୂଷିତ ହେଉଛି ବୈତରଣୀ : ମୁଖ୍ୟ କାରଣ ସାଜିଛି ବିଭାଗୀୟ ଉଦାସୀନତା

ଆନନ୍ଦପୁର,୨୩ା୬(ସ୍ବ.ପ୍ର.) : କେନ୍ଦୁଝର ଜିଲା ଦେଇ ପ୍ରବାହିତ ବୈତରଣୀ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ଏଥିପ୍ରତି ଆନନ୍ଦପୁର ପୌରପାଳିକାର ନଜର ପଡୁନି। ବିପର୍ଯ୍ୟସ୍ତ ପରିମଳ ନେଇ ବାରମ୍ବାର ଗଣମାଧ୍ୟମରେ ଖବର ପ୍ରକାଶ ସତ୍ତ୍ୱେ ପୌରପାଳିକା ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରା ନ ଯିବା ଉଦ୍‌ବେଗର କାରଣ ପାଲଟିଛି। ନିକଟରେ ପୌରପାଳିକାର ୧୩ ନଂ ଓ୍ବାର୍ଡ ବାଉଁଶନାଳି ସେତୁ ନିକଟରେ ମାଛମାଂସର ଅବଶିଷ୍ଟାଂଶ ପକାଯାଇ ପରିବେଶ ପ୍ରଦୂଷିତ କରାଯାଉଛି। ଏନେଇ ଖବର ପ୍ରକାଶ ପାଇବା ପରେ ପୌରପାଳିକା ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯିବ ବୋଲି ଲୋକଙ୍କ ମଧ୍ୟରେ ଆଶା ସଂଚାର ହୋଇଥିଲା। ଏହି ଆବର୍ଜନା ବୈତରଣୀ ନଦୀଜଳରେ ମିଶିବା ଆରମ୍ଭ କଲାଣି। ଦୁଇଦିନ ତଳେ ହୋଇଥିବା ଲଘୁଚାପ ବର୍ଷାରେ ବାଉଁଶନାଳିରେ ହୋଇଥିବା ପାଣି ନଦୀକୁ ନିଷ୍କାସିତ ହେଉଥିବାବେଳେ ସେଠାରେ ଦୀର୍ଘବର୍ଷ ଧରି ପଡ଼ିରହିଥିବା ମାଛ ମାଂସର ବର୍ଜ୍ୟବସ୍ତୁ ସବୁ ବୈତରଣୀ ନଦୀ ଜଳରେ ସିଧାସଳଖ ମିଶୁଛି। ଯାହାକି ଜଳକୁ ପ୍ରଦୂଷିତ କରିବା ସହିତ ବିଭିନ୍ନ ରୋଗର ଆଶଙ୍କା ପ୍ରକାଶ ପାଇଛି। ଏଥିପ୍ରତି ପୌରପାଳିକା ଦୃଷ୍ଟି ଦେଇ ପଦକ୍ଷେପ ଗ୍ରହଣ କରିବା ଜରୁରୀ ହୋଇପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଖମ୍ବରେ ଝୁଲୁଛି ମୃତଦେହ: ଅଞ୍ଚଳରେ ବଢୁଛି ଚର୍ଚ୍ଚା

ବରୀ, ୭।୯ (ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ, ରାମଚନ୍ଦ୍ରପୁର ଥାନା ଅଧୀନସ୍ଥ ଗୋଳକୁଣ୍ଡ ପଞ୍ଚାୟତର ମେଣ୍ଢ ନିକଟରେ ଅର୍ଦ୍ଧନିର୍ମିତ ବ୍ରାହ୍ମଣୀ ସେତୁର ଏକ ଖମ୍ବରେ ଝୁଲନ୍ତା…

ସ୍ଥାୟୀ ସେତୁ ଦାବିରେ ଗ୍ରାମବାସୀଙ୍କ ଆମରଣ ଅନଶନ: ଭରା ନଦୀ ଘେରରେ ୧୩୦ ପରିବାର, ୧୭୨୧ ଜୀବନ

ରାଜକନିକା, ୭।୯ (ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲାର ଆଳି ନିର୍ବାଚନମଣ୍ଡଳୀ ଅଧୀନ ରାଜକନିକା ବ୍ଲକର ତ୍ରୈଲୋକ୍ୟପୁର ପଞ୍ଚାୟତ ଅନ୍ତର୍ଗତ ଦ୍ୱୀପାଞ୍ଚଳ ଗାଁ ଭାବେ ପରିଚିତ ଗଙ୍ଗାଧର…

ସ୍ତ୍ରୀଙ୍କୁ ଗୁଳିକଲେ ସ୍ବାମୀ: ରେଢ଼ାଖୋଲର ଲାଣ୍ଡିମାଲ ଗାଁରେ ଚାଞ୍ଚଲ୍ୟ

ରେଢ଼ାଖୋଲ, ୭।୯: ସମ୍ବଲପୁର ଜିଲା ରେଢ଼ାଖୋଲ ଅଞ୍ଚଳରେ ପାରିବାରିକ କଳହକୁ କେନ୍ଦ୍ର କରି ଜଣେ ମହିଳାଙ୍କୁ ତାଙ୍କ ସ୍ୱାମୀ ଗୁଳି କରି ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ୱ ଅଧିକାରୀ, ଏକକାଳୀନ ୩ସ୍ଥାନରେ ଚଢ଼ାଉ

ପିପିଲି,୭।୯: ଲାଞ୍ଚ କାରବାର ବିରୋଧରେ ଓଡ଼ିଶା ଭିଜିଲାନ୍ସ ଟିମ୍ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । ପୁରୀ ଜିଲା ପିପିଲି ତହସିଲ ଅଧୀନ ସିଉଳା ଆରଆଇ ସର୍କଲର…

ରାଜ୍ୟ ନିର୍ବାଚନ କମିଶନଙ୍କ ବଡ଼ ନିର୍ଦ୍ଦେଶ, ବୁଥର ହେବ ଫିଜିକାଲ ଭେରିଫିକେସନ

ଭୁବନେଶ୍ୱର,୭।୯: ରାଜ୍ୟ ନିର୍ବାଚନ କମିଶନ ସୋମବାର ପଞ୍ଚାୟତ ନିର୍ବାଚନ ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ବୁଥଗୁଡିକ ଠିକ୍‌ ଅଛି ନା ନାହିଁ ଏହାର ଫିଜିକାଲ ଭେରିଫିକେସନ…

ଭଞ୍ଜନଗରରେ ଜିଲାସ୍ତରୀୟ ଜନଅଭିଯୋଗ ଶୁଣାଣି: ୧୮୮ ଅଭିଯୋଗର ଶୁଣାଣି, ୧୦ର ତୁରନ୍ତ ସମାଧାନ

ଭଞ୍ଜନଗର, ୭।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷରେ ସୋମବାର ଜିଲା ପ୍ରଶାସନ ପକ୍ଷରୁ ଜିଲାସ୍ତରୀୟ ମିଳିତ ଜନଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ…

ଗିଲଙ୍କୁ ୫ ହଜାର ଟଙ୍କା ଦେଲେ ଅଭିଷେକ ଶର୍ମାଙ୍କ ପିତା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୭।୯: ଟିମ ଇଣ୍ଡିଆର ଅଧିନାୟକ ଶୁବମନ ଗିଲଙ୍କ ମୋଟ ସମ୍ପତ୍ତି ୮୦ କୋଟି ବୋଲି ଆକଳନ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ୫,୦୦୦ ତାଙ୍କ ପାଇଁ ବିଶେଷ…

କୁମ୍ଭ-ବିଛା ସମେତ ୪ ରାଶି ପାଇଁ ଭାଗ୍ୟଶାଳୀ ଏହି ସପ୍ତାହ: ଚାକିରିରେ ପ୍ରମୋସନ ସହ ବଢ଼ିବ ଦରମା!

ଭୁବନେଶ୍ୱର: ନୂଆ ସପ୍ତାହର ଆରମ୍ଭ ବୁଧଙ୍କ ଗୋଚର ସହ ହେଉଛି। ଜ୍ୟୋତିଷ ଗଣନା ଅନୁସାରେ, ଏହି ସପ୍ତାହ କୁମ୍ଭ, ମିଥୁନ, ବିଛା ଓ ମୀନ ରାଶିର ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri