ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କଲେ ଆଲିଆ

ମୁମ୍ବାଇ: ଭାରତରେ କରୋନା ଭାଇରସ୍‌ ନିଜର କାୟା ବିସ୍ତାର କରିଚାଲିଛି। ପ୍ରତିଦିନ ଏହି ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ବୁଧବାର ସୁଦ୍ଧା ଏହି ଭାଇରସ୍‌ରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୩୯୭ ଜଣ ଆକ୍ରାନ୍ତ ହୋଇଛନ୍ତି। ଖାସ୍‌କରି ଏହି ସଂକ୍ରମଣରୁ ରକ୍ଷା ପାଇବା ପାଇଁ ସାରା ଦେଶକୁ ଲକ୍‌ଡାଉନ୍‌ କରିଦିଆଯାଇଛି। ଫଳରେ ଅର୍ଥ ବ୍ୟବସ୍ଥା ଉପରେ ଏହାର ଗୁରୁତର ପ୍ରଭାବ ପଡ଼ିଛି। ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି ଦିନମଜୁରିଆ ଏବଂ ତାଙ୍କ ପରିବାର। ଏହି ସମୟରେ ବଲିଉଡ୍‌ର କଳାକାରମାନେ ଜଣକ ପରେ ଜଣେ ସାହାଯ୍ୟର ହାତ ବଢ଼ାଇଛନ୍ତି। ଏହି ତାଲିକାରେ ଏବେ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କ ନାମ ସାମିଲ ହୋଇଛି। ଆଲିଆ ଏ ବିଷୟରେ ନିଜର ସୋସିଆଲ ମିଡିଆ ଆକାଉଣ୍ଟ୍‌ରେ ଫ୍ୟାନ୍‌ମାନଙ୍କୁ ଜଣାଇଛନ୍ତି। ସେ ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା ପ୍ରଦାନ କରିଥିବା କହିଛନ୍ତି।
ଆଲିଆ କହିଛନ୍ତି, ଆମର କେନ୍ଦ୍ର ଓ ରାଜ୍ୟ ସରକାର କରୋନା ବିରୋଧରେ ଲଢ଼ିବା ପାଇଁ ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଯାହାକୁ ମୁଁ ସଲାମ କରୁଛି। ଏହି ଘଡ଼ସନ୍ଧି ମୁହୂର୍ତ୍ତରେ ସେ ଚୁପ୍‌ ରହିବାକୁ ପସନ୍ଦ କଲେ ନାହିଁ। ତେଣୁ ଆଗକୁ ଆସି ଲୋକଙ୍କୁ ସହାୟତାର ହାତ ବଢ଼ାଇଲେ। କିନ୍ତୁ ଆଲିଆ କେତେ ଟଙ୍କା ସହାୟତା ଦେଇଛନ୍ତି ସେ ବିଷୟରେ କିଛି ଉଲ୍ଲେଖ କରିନାହାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ସମୟରେ ଏହି ଗଛ ତଳେ ଠିଆ ହେଲେ ହୋଇପାରେ ମୃତ୍ୟୁ, ଜାଣନ୍ତୁ ଏହାର ପ୍ରକୃତ ରହସ୍ୟ…

ବିଶ୍ୱରେ ଅନେକ ପ୍ରକାରର ଗଛ ଏବଂ ଉଦ୍ଭିଦ ରହିଛି। ଯାହା ମଧ୍ୟରୁ ଅନେକ ଅଦ୍ଭୁତ ଏବଂ କିଛି ଅତ୍ୟନ୍ତ ବିପଦପୂର୍ଣ୍ଣ। ଆଜି ଆମେ ଆପଣଙ୍କୁ ଏପରି ଏକ…

ସ୍କୁଲ ଯାଉଥିଲେ ରୋନକ, ଧକ୍କା ଦେଲା ବସ୍‌: ଆଉ ତା’ପରେ…

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ):ବରଗଡ ଘରୋଇ ବସଷ୍ଟାଣ୍ଡ ପାଖରେ ବୁଧବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ ଧକ୍କାରେ ଜଣେ ଛାତ୍ରଙ୍କ ଜୀବନ ଚାଲିଯାଇଛି। ମୃତ…

ଇରାନ-ଆମେରିକା ମଧ୍ୟରେ ପୁଣି ହେଲା ସିଧାସଳଖ ଯୁଦ୍ଧ, ଆମେରିକାର ଆକ୍ରମଣ ପରେ ସିଧା ଜବାବ ରଖିଲା ଇରାନ

ତେହରାନ,୮।୭: ହର୍ମୁଜ ପ୍ରଣାଳୀରେ ଜାହାଜ ଉପରେ ଆକ୍ରମଣ ପରେ, ଆମେରିକା ଏବଂ ଇରାନ ଏବେ ସିଧାସଳଖ ମୁହାଁମୁହିଁ ହୋଇଛନ୍ତି। ହର୍ମୁଜ ପ୍ରଣାଳୀରେ ଆକ୍ରମଣ ପରେ ଦୁଇ ଦେଶ…

ବ୍ରେକ୍‌ ବଦଳରେ କାର୍‌ ଏକ୍ସିଲେଟର ଦବାଇ ଦେଲେ ମହିଳା: ଆଉ ତା’ପରେ ଘଟିଗଲା…

ନୋଏଡା,୮।୭: ଗ୍ରେଟର ନୋଏଡା ପଶ୍ଚିମର ବିସରାଖ ପୋଲିସ ଷ୍ଟେଶନ ଅଞ୍ଚଳର ପଞ୍ଚଶୀଳ ଗ୍ରୀନ-୨ ସୋସାଇଟି ବାହାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ସମସ୍ତଙ୍କୁ ଦୋହଲାଇ ଦେଇଛି। ରିପୋର୍ଟ…

ପ୍ରଧାନଶିକ୍ଷକ ମାଗୁଛନ୍ତି ଫେବର: ଡିଡବ୍ଲ୍ୟୁଓଙ୍କୁ ଅଭିଯୋଗ

ଭବାନୀପାଟଣା,୮।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁରର ଏକ ସରକାରୀ ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାଁରେ ଆସିଛି ସାଂଘାତିକ ଅଭିଯୋଗ। ସ୍କୁଲର ମେଟ୍ରନ ଓ ୨ ଏଲ୍‌ସିସିଏଙ୍କୁ…

ଟିମ୍‌ ଇଣ୍ଡିଆର ଲଜ୍ଜାଜନକ ପରାଜୟ ପରେ ଧୋନୀଙ୍କୁ ଘେରିଗଲେ ପ୍ରଶଂସକ: ଜାଣନ୍ତୁ କାହିଁକି

ଟ୍ରେଣ୍ଟ ବ୍ରିଜ,୮।୭: ଟ୍ରେଣ୍ଟ ବ୍ରିଜରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଟିମ ଇଣ୍ଡିଆକୁ ଏକ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। କିନ୍ତୁ…

୧୧ ବର୍ଷର ନାବାଳିକାକୁ ବଳାତ୍କାର ପରେ ହତ୍ୟା ମାମଲାର ଅଭିଯୁକ୍ତ ପୋଲିସ ଏନକାଉଣ୍ଟରରେ ନିହତ

କୋଲକାତା,୮।୭: ପଶ୍ଚିମବଙ୍ଗ ବାରୁଇପୁର ବଳାତ୍କାର ଏବଂ ହତ୍ୟା ମାମଲାର ଅଭିଯୁକ୍ତ ପ୍ରଭାସ ମଣ୍ଡଳ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛନ୍ତି। ସୋମବାର ବେଙ୍ଗଲ ପୋଲିସ ତାଙ୍କୁ ଗିରଫ କରିଥିଲା।…

ଚାରନାଳିଆରେ ବଢୁଛି ଦୁର୍ଘଟଣା: ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଆଲୋକ ବ୍ୟବସ୍ଥା ଦାବି କରି…

ବଞ୍ଚୋ,୮ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅନ୍ତର୍ଗତ ଚାରନାଳିଆ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। କୌଣସି ଏକ ଅଜଣା ଗାଡ଼ି ଧକ୍କାରେ ଜଅଁରା଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri