Posted inଜାତୀୟ

ପ୍ରଧାନମନ୍ତ୍ରୀଙ୍କ ସମ୍ପତ୍ତି ୨.୫୧ କୋଟି

ବାରାଣସୀ,୨୭ା୪(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣସୀ ଲୋକ ସଭା ଆସନ ଲାଗି ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ନିର୍ବାଚନ କମିଶନଙ୍କ ପାଖରେ ଦାଖଲ ସତ୍ୟପାଠରେ ପ୍ରଧାନମନ୍ତ୍ରୀ ନିଜର ସମ୍ପତ୍ତି ପରିମାଣ ୨.୫୧ କୋଟି ଟଙ୍କା ବୋଲି ଉଲ୍ଲେଖ କରିଛନ୍ତି। ସେଥିରେ ରହିଛି ଗୁଜରାଟର ଗାନ୍ଧୀନଗରରେ ଏକ ବାସୋପଯୋଗୀ ଜମି, ୧.୨୭ କୋଟି ଟଙ୍କାର ସ୍ଥାୟୀ ଜମା ଏବଂ ନଗଦ ୩୮,୭୫୦ ଟଙ୍କା। ମୋଟ ସମ୍ପତ୍ତି ମଧ୍ୟରୁ ଅସ୍ଥାବର ସମ୍ପତ୍ତି ୧.୪୧ କୋଟି ଟଙ୍କା ହୋଇଥିବାବେଳେ ସ୍ଥାବର ସମ୍ପତ୍ତି ପରିମାଣ ୧.୧ କୋଟି ଟଙ୍କା ବୋଲି ଦର୍ଶାଯାଇଛି। ଟିକସ ସଞ୍ଚୟ ଇନ୍‌ଫ୍ରା ବଣ୍ଡ୍‌ରେ ସେ ୨୦ ହଜାର ଟଙ୍କା ରଖିଥିବାବେଳେ ଜାତୀୟ ସଞ୍ଚୟ ସାର୍ଟିଫିକେଟ୍‌(ଏନଏସସି)ରେ ୭.୬୧ ଲକ୍ଷ ଏବଂ ଏଲ୍‌ଆଇସିରେ ୧.୯ ଲକ୍ଷ ଟଙ୍କା ଜମା କରିଛନ୍ତି। ସଞ୍ଚୟ ବ୍ୟାଙ୍କ ଖାତାରେ ମୋଦିଙ୍କର ୪୧୪୩ ଟଙ୍କା ରହିଛି। ଏହାବ୍ୟତୀତ ତାଙ୍କର ୪୫ ଗ୍ରାମ ଓଜନର ୪ଟି ସୁନା ମୁଦି ରହିଛି, ଯାହାର ମୂଲ୍ୟ ୧.୧୩ ଲକ୍ଷ ଟଙ୍କା। ଗାନ୍ଧୀନଗର ସେକ୍ଟର-୧ରେ ପ୍ରଧାନମନ୍ତ୍ରୀଙ୍କର ୩୫୩୧ବର୍ଗଫୁଟ୍‌ର ଏକ ପ୍ଲଟ ରହିଛି, ଯାହାର ଦାମ୍‌ ୧.୧ କୋଟି ଟଙ୍କା ହେବ ବୋଲି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସେ ସରକାରୀ ବେତନ ଏବଂ ବ୍ୟାଙ୍କ ସୁଧକୁ ଆୟ ଉତ୍ସରେ ସାମିଲ କରିଥିଲାବେଳେ ସ୍ତ୍ରୀଙ୍କ ଆୟ ଉତ୍ସ ଏବଂ ବୃତ୍ତି କିମ୍ବା ପେସା ସମ୍ପର୍କରେ ଜାଣି ନ ଥିବା ଲେଖିଛନ୍ତି।
ପ୍ରଧାନମନ୍ତ୍ରୀ ଗୁଜରାଟ ବିଶ୍ୱବିଦ୍ୟାଳୟରୁ ୧୯୮୩ରେ ଏମ୍‌.ଏ. ଡିଗ୍ରୀ ହାସଲ କରିଛନ୍ତି। ଏହା ପୂର୍ବରୁ ସେ ୧୯୭୮ରେ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ କଳାରେ ସ୍ନାତକ ଏବଂ ୧୯୬୭ରେ ଗୁଜରାଟ ବୋର୍ଡରୁ ଏସଏସସି ପରୀକ୍ଷାରେ ପାଶ୍‌ କରିଥିଲେ। ଯଶୋଦାବେନ୍‌ ତାଙ୍କ ସ୍ତ୍ରୀ ବୋଲି ମୋଦି ସତ୍ୟପାଠରେ ଦର୍ଶାଇଛନ୍ତି। ମୋଦିଙ୍କ ନାମରେ କୌଣସି ଅପରାଧ ମାମଲା ନାହିଁ ଏବଂ ସରକାରଙ୍କର ତାଙ୍କର ଉପରେ କୌଣସି ବକେୟା ନ ଥିବା ସେ ସତ୍ୟପାଠରେ ଉଲ୍ଲେଖ କରିଛନ୍ତି। ୨୦୧୪ରେ ନାମାଙ୍କନପତ୍ର ଦାଖଲ ବେଳେ ମୋଦି ତାଙ୍କର ମୋଟ ସମ୍ପତ୍ତି ପରିମାଣ ୧.୬୫ କୋଟି ଟଙ୍କା ଦର୍ଶାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ରେ ମୋଦି ମ୍ୟାଜିକ୍‌…

ନୂଆଦିଲ୍ଲୀ,୩।୧୨ : ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ର ବିଧାନସଭା ନିର୍ବାଚନ ଫଳାଫଳରେ ମୋଦି ମ୍ୟାଜିକ୍‌ କାମ ଦେଇଛି। ଭୋଟ ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ, ରାଜସ୍ଥାନ ଏବଂ ଛତିଶଗଡ଼ରେ...

କେସିଆରଙ୍କ କାରକୁ ରୋକିଲା କଂଗ୍ରେସର ହାତ…

ହାଇଦ୍ରାବାଦ,୩।୧୨ : ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାରକୁ ଯାଉଛି। ରାଜ୍ୟରେ...

୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ କି ଶିବରାଜ ? ପ୍ରଶ୍ନକୁ ଏଡାଇ ଗଲେ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭାଜପା ଆଗୁଆ ରହିଛି। ମୋଟ ୨୩୦ ଆସନରୁ ସରକାର ଗଠନ ପାଇଁ ମ୍ୟାଜିକ ନମ୍ବର ୧୧୬ ରହିଛି। ରାଜ୍ୟରେ...

ତେଲଙ୍ଗାନା ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ବିଧାୟକଙ୍କୁ ସୁରକ୍ଷା ଦେବାକୁ ହାଇଦ୍ରାବାଦରେ ପହଞ୍ଚିଲେ ଡି.କେ ଶିବକୁମାର

ନୂଆଦିଲ୍ଲୀ,୩।୧୨: ତେଲଙ୍ଗାନାରେ ମ୍ୟାଜିକ ନମ୍ବର ଅତିକ୍ରମ କରିବା ପରେ କଂଗ୍ରେସ ନେତା ତଥା କର୍ଣ୍ଣାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର ୧୦ଜଣ ମନ୍ତ୍ରୀଙ୍କ ସହ ତେଲେଙ୍ଗାନାର ହାଇଦ୍ରାବାଦରେ...

ଭାଜପା ସରକାର ଗଠନ ମୁହାଁ: ମୋଦିଙ୍କୁ ନେଇ ମୁହଁ ଖୋଲିଲେ ଶିବରାଜ…

ଭୋପାଳ,୩।୧୨ : ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳରେ ପ୍ରାରମ୍ଭିକ ଧାରାରେ ଭାଜପା ବହୁ ଆସନରେ ଆଗୁଆ ରହିଛି। ଏଥି ସହିତ କଂଗ୍ରେସର ଆସନ ସଂଖ୍ୟା ହ୍ରାସ...

ତେଲଙ୍ଗାନାରେ ପ୍ରଥମ ଥର ପାଇଁ କଂଗ୍ରେସ କ୍ଷମତା ଦଖଲ ମୁହାଁ…

ହାଇଦ୍ରାବାଦ,୩।୧୨ : ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ପ୍ରାଥମିକ ଗଣତିରୁ ଜଣାପଡ଼ିଛି କଂଗ୍ରେସ ରାଜ୍ୟରେ ପ୍ରଥମ ଥର ପାଇଁ କ୍ଷମତା ଦଖଲ କରିବାରକୁ ଯାଉଛି। ତେଲଙ୍ଗାନାରେ...

ବିଧାନସଭା ନିର୍ବାଚନ ଫଳାଫଳ ୨୦୨୩: ତିନି ରାଜ୍ୟରେ ଭାଜପା ଅଗ୍ରଣୀ, ତେଲଙ୍ଗାନାରେ ବିଜୟ ମୁହାଁ କଂଗ୍ରେସ

ନୂଆଦିଲ୍ଲୀ,୨ା୧୨: ମତଦାନ ଗଣନାର ପ୍ରାରମ୍ଭିକ ପର୍ଯ୍ୟାୟ ଫଳାଫଳ ଅନୁଯାୟୀ ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ଭାଜପା ମ୍ୟାଜିକ ନମ୍ବର ଅତିକ୍ରମ କରି ଅନ୍ୟ ମାନଙ୍କ ଠାରୁ ଆଗରେ...

ଛତିଶଗଡ଼ରେ ଭାଜପା ଆଗୁଆ: ଟପିଲା ମ୍ୟାଜିକ ନମ୍ବର…

ରାୟପୁର,୩।୧୨: ମଧ୍ୟପ୍ରଦେଶ,ରାଜସ୍ଥାନ, ଛତିଶଗଡ଼ ଓ ତେଲଙ୍ଗାନାର ବିଧାନସଭା ନିର୍ବାଚନ ଫଳାଫଳର ଗଣତିରୁ ଜଣାପଡ଼ିଛି ଭାଜପା ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ ମ୍ୟାଜିକ୍‌ ନମ୍ବର ଟପିଛି। ମଧ୍ୟପ୍ରଦେଶରେ ମୋଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri