ପ୍ରଧାନମନ୍ତ୍ରୀଙ୍କ ସହ ଚନ୍ଦ୍ରୟାନ-୨ ଅବତରଣ ଦେଖିବେ ସରନ୍ୟା

ତାଳଚେର,୨ା୯(ନି.ପ୍ର.)
ଆସନ୍ତା ୭ ତାରିଖରେ ଚନ୍ଦ୍ରୟାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ମୁଖ୍ୟାଳୟରେ ଉପସ୍ଥିତ ରହି ମଧ୍ୟରାତ୍ରିର ଏହି ଅବତରଣ ଦୃଶ୍ୟକୁ ଦେଖିବେ। ତାଙ୍କ ସହ ପ୍ରତ୍ୟେକ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରୁ ୨ଜଣ ଲେଖାଏ ଶ୍ରେଷ୍ଠ ବିଦ୍ୟାର୍ଥୀ ଉପସ୍ଥିତ ରହିବେ। ଏହି ବିଦ୍ୟାର୍ଥୀଙ୍କ ମଧ୍ୟରେ ଭୁବନେଶ୍ୱର ଚନ୍ଦ୍ରଶେଖରପୁର ଡିଏଭି ସ୍କୁଲର ଛାତ୍ରୀ ସରନ୍ୟା ନନ୍ଦ ରହିଛନ୍ତି। ଏଥିପାଇଁ ତାଙ୍କୁ ଇସ୍ରୋ ପକ୍ଷରୁ ବାଙ୍ଗାଲୋର ଆମନ୍ତ୍ରଣ କରାଯାଇଛି। ଅଗଷ୍ଟରେ ଅନୁଷ୍ଠିତ ଅନ୍‌ଲାଇନ ସ୍ପେସ୍‌ କୁଇଜ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ସରନ୍ୟା ଯୋଗ୍ୟ ବିବେଚିତ ହୋଇଥିବାରୁ ଇସ୍ରୋ ପକ୍ଷରୁ ତାଙ୍କୁ ଏହି ସୁଯୋଗ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲା କଣିହାଁସ୍ଥିତ ଏନ୍‌ଟିପିସି ଅର୍ଥ ବିଭାଗ ଏଜିଏମ୍‌ ସମୀର ନନ୍ଦ ଓ ସୁଲଭ ନନ୍ଦଙ୍କ ୨ୟ କନ୍ୟା ସରନ୍ୟା ୨୦୧୭ରେ ସ୍ବଚ୍ଛ ଭାରତ ଉପରେ ଏକ କବିତା ଲେଖି ପ୍ରଧାନମନ୍ତ୍ରୀଙ୍କ ଠାରୁ ପ୍ରଂଶସାପତ୍ର ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ବଢିଲା ଟେନ୍‌ସନ: ଯେଉଁଠୁ ଆସେ ଗ୍ୟାସ୍‌, ସେଠି ଘଟିଲା…

ନୂଆଦିଲ୍ଲୀ,୧୯।୩:ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ସମଗ୍ର ବିଶ୍ୱକୁ ପ୍ରଭାବିତ କରୁଛି। ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଜାରି ରହିଥିବା ଶତ୍ରୁତାର ପ୍ରଭାବ ଭାରତରେ ମଧ୍ୟ ପଡ଼ିବା…

ଶେଷରେ ନରମ ପଡ଼ିଲେ ଟ୍ରମ୍ପ: କହିଲେ, ମୁଁ ଆଉ ଚାହୁଁନାହିଁ…

ଓ୍ବାଶିଂଟନ୍‌,୧୯।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଟେନ୍‌ସନ୍‌ରେ ଅଛନ୍ତି। ସେ ଇରାନକୁ ଚେତାବନୀ ଦେଇ କହିଛନ୍ତି ଯେ, ଯଦି ତେହରାନ କତାରର ତରଳ ପ୍ରାକୃତିକ ଗ୍ୟାସ…

ପାକିସ୍ତାନ କରିବ ବଡ଼ ଆକ୍ରମଣ, ଡରିଲାଣି ଆମେରିକା!

ଓ଼୍ବାଶିଂଟନ,୧୯।୩: ଆମେରିକାର ଜାତୀୟ ଗୁପ୍ତଚର ନିର୍ଦ୍ଦେଶକ ତୁଲସୀ ଗାବାର୍ଡ ବୁଧବାର ପାକିସ୍ତାନକୁ ଆମେରିକା ସାମ୍ନା କରୁଥିବା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପରମାଣୁ ବିପଦ ମଧ୍ୟରୁ ଗୋଟିଏ ଭାବରେ ଚିହ୍ନଟ…

ଲୋକ ସଭାରେ ରେଳସେବା ସମସ୍ୟା ପ୍ରସଙ୍ଗ ଉଠାଇଲେ ବରଗଡ଼ ଏମ୍‌ପି

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଲୋକ ସଭା ନିର୍ବାଚନମଣ୍ଡଳୀର ଜନସାଧାରଣଙ୍କ ବିଭିନ୍ନ ସମସ୍ୟାକୁ ଗୁରୁବାର ବରଗଡ଼ ଏମ୍‌ପି ପ୍ରଦୀପ ପୁରୋହିତ ଲୋକ ସଭାରେ ଉଠାଇଛନ୍ତି। ବିଶେଷକରି ରେଳସେବାର ବିକାଶ ଓ…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

ମହାପ୍ରଭୁଙ୍କ ଜମିର ଧାନବିକ୍ରି ପଞ୍ଜୀକରଣକୁ ନା: ଏବେଠାରୁ ଘାରିଲାଣି ଧାନବିକ୍ରି ଚିନ୍ତା

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ରବିଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ଚାଷୀଙ୍କ ଧାନବିକ୍ରି ପଞ୍ଜୀକରଣ ଚାଲିଛି। ଶୁକ୍ରବାର ଏଥିପାଇଁ ଆବେଦନ ଅବଧି ସରିଯିବ। ଅନ୍ୟପଟେ ବରଗଡ଼ ଜିଲାର ଅନେକ ଚାଷୀ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri