ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟାଦେଶ ବଣ୍ଟନ: ଅବ୍ୟବସ୍ଥାକୁ ନେଇ ଅଧାରୁ ଉଠିଗଲେ ଅଧ୍ୟକ୍ଷା

ବରୀ/ରତ୍ନଗିରି, ୫ା୧୦(ସ୍ବ.ପ୍ର/ଡି.ଏନ୍‌.ଏ.): ବରୀ ବ୍ଲକ ସଭାଗୃହରେ ଶୁକ୍ରବାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ହୋଇଯାଇଛି। ବିଡିଓ ଶୁଭଶ୍ରୀ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟାଦେଶ ବଣ୍ଟନ ଉତ୍ସବ ଅନୁଷ୍ଠିତ ହୋଇଥିଲା। ଏଥିରେ ବରୀ ବିଧାୟିକା ସୁନନ୍ଦା ଦାସ ଓ ବ୍ଲକ ଅଧ୍ୟକ୍ଷା ଶୁଭାସିନୀ ନାଥଶର୍ମା ଉପସ୍ଥିତ ରହି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ଏହି ସମୟରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ସେଠାରେ ଉତ୍ତେଜନା ପ୍ରକାଶ ପାଇଥିଲା। ହିତାଧିକାରୀଙ୍କୁ ଜଳଖିଆ, ପାନୀୟଜଳ ଦେବାର ବ୍ୟବସ୍ଥା ରହିଥିବା ବେଳେ ଅଧିକାଂଶ ହିତାଧିକାରୀ ଏଥିରୁ ବଞ୍ଚତ୍ତଥିବା ନାଥଶର୍ମା କହିଛନ୍ତି। ଏଥିସହ ଉତ୍ସବ ପାଇଁ ସରକାରୀଭାବେ ମୋତେ ଚିଠି ଦିଆଯାଇଥିବାବେଳେ ବିଡିଓ କୌଣସି ଆଲୋଚନା ତାଙ୍କ ସହ କରି ନାହାନ୍ତି। ହଠାତ୍‌ ଏଭଳି କାର୍ଯ୍ୟାଦେଶ ବଣ୍ଟନ ଉତ୍ସବକୁ ନେଇ ଅଧ୍ୟକ୍ଷା ନାଥଶର୍ମା ଅସନ୍ତୋଷ ପ୍ରକାଶ କରି କାର୍ଯ୍ୟଦେଶସ୍ଥାନ ଛାଡି ପଳାଇଥିଲେ। ପରେ ବିଧାୟିକା ଦାସ ହିତାଧିକାରୀଙ୍କ କାର୍ଯ୍ୟାଦେଶ ବଣ୍ଟନ କରିଥିଲେ। ବ୍ଲକର ୨୯ ପଞ୍ଚାୟତରେ ମୋଟ ୬୯୧ ଜଣ ହିତାଧିକାରୀଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରାଯାଇଛି। ସମସ୍ତ ହିତାଧିକାରୀଙ୍କ ଜମାଖାତା ବହିକୁ ପ୍ରଥମ କିସ୍ତି ବାବଦରେ ୨୦ହଜାର ଟଙ୍କା ଜମା ଦିଆଯାଇଥିବା ବିଡିଓ ତ୍ରିପାଠୀ ସୂଚନା ଦେଇଛନ୍ତି। ଶେରପୁର, ମନ୍ଦାରୀ, ଗୋଳକୁଣ୍ଡ ପଞ୍ଚାୟତ ଯୋଜନାରୁ ବାଦ ପଡିଥିବାବେଳେ ସର୍ବାଧିକ କାର୍ଯ୍ୟାଦେଶ ବାଇଁଶିରିଆ ପଞ୍ଚାୟତରେ ୬୭ଜଣ ହିତାଧିକାରୀଙ୍କୁ ମିଳିଥିଲା ବେଳେ ଅରଙ୍ଗାବାଦ ପଞ୍ଚାୟତର ସର୍ବନିମ୍ନ ଜଣେ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ମିଳିଛି। ଜନପ୍ରତିନିଧି, ସରକାରୀ କର୍ମଚାରୀ ଓ ସାଧାରଣ ଲୋକଙ୍କ ଭିତରେ ସମନ୍ବୟ ରକ୍ଷା କରିବା ପାଇଁ ସରକାର ବିଧି ବ୍ୟବସ୍ଥା ଉପରେ ସମସ୍ତେ ଅବଗତ ହେବା ପାଇଁ ବିଡ଼ିଓ ତ୍ରିପାଠୀ ନିବେଦନ କରିଛନ୍ତି। ଏହି ବ୍ଲକରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। କମ୍ପ୍ୟୁଟର, ଇଣ୍ଟରନେଟ୍‌ ଓ କର୍ମଚାରୀଙ୍କ ଅଭାବ ରହିଛି। ଏସବୁକୁ ସୁଧାରିଲା ପରେ ସରକାରୀ କାର୍ଯ୍ୟ ତ୍ୱରାନ୍ବିତ କରାଯିବ, କାର୍ଯ୍ୟାଦେଶ ବଣ୍ଟନ ଉତ୍ସବରେ କୌଣସି ଅବ୍ୟବସ୍ଥା ହୋଇ ନାହିଁ। ଶାନ୍ତି ଶୃଙ୍ଖଳାରେ ସମସ୍ତ କାର୍ଯ୍ୟ ହୋଇଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri