ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୧।୭(ବ୍ୟୁରୋ): ୨୦୧୯-୨୦ ଆର୍ଥିକବର୍ଷ ପାଇଁ କେନ୍ଦ୍ରୀୟ ରେଳ ବଜେଟରେ ରାଜ୍ୟକୁ ପୂର୍ବାପେକ୍ଷା ଅଧିକ ଅର୍ଥ ମିଳିବାକୁ ଯାଉଛି। କେନ୍ଦ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଆସିବା ପରେ କ୍ରମାଗତ ଭାବେ ରେଳ ବଜେଟରେ ଓଡିଶାକୁ ଅଧିକରୁ ଅଧିକ ଅର୍ଥ ମିଳୁଥିବା କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପକ୍ଷରୁ କୁହାଯାଇଛି। ରେଳ ବଜେଟ ବ୍ୟୟବରାଦକୁ ସ୍ବାଗତ କରିବା ସହ ଧର୍ମେନ୍ଦ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଧନ୍ୟବାଦ ଜଣାଇଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପୂର୍ବବର୍ଷ ଭଳି ଓଡ଼ିଶା ପାଇଁ ଚଳିତ ରେଳ ବଜେଟରେ ରେକର୍ଡ ଅର୍ଥ ୫,୯୯୩ କୋଟି ଟଙ୍କା ବ୍ୟୟବରାଦ କରିଥିବାରୁ ରେଳ ମନ୍ତ୍ରୀ ପୀୟୂଷ ଗୋଏଲଙ୍କୁ ଧନ୍ୟବାଦ । ଯାତ୍ରୀଙ୍କ ଯାତାୟାତ ସୁବିଧା ପାଇଁ ୧୮୦ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଯାତ୍ରୀଙ୍କ ସୁରକ୍ଷା ପାଇଁ ରେଳ ଓଭରବ୍ରିଜ୍‌ ଏବଂ ରେଳପଥ ଅତିକ୍ରମ କରିବା ବ୍ୟବସ୍ଥାକୁ ଅଧିକ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ୫ଟି ନୂଆ ରେଳପଥର ସର୍ଭେ ପାଇଁ ଆର୍ଥିକ ବ୍ୟବସ୍ଥା କରାଯାଇଛି। ବିଶେଷ କରି ସେ ଅନୁରୋଧ କରିଥିବା ରାଜଆଠଗଡ-କାଇପଦର ରୋଡ ଏବଂ ତାଳଚେର -ଅନୁଗୋଳ କର୍ଡ ଲାଇନ ପାଇଁ ସର୍ଭେ ବ୍ୟବସ୍ଥା କରାଯାଇଥିବା ଧର୍ମେନ୍ଦ୍ର କହିଛନ୍ତି। ସେହିପରି ଦୀର୍ଘଦିନର ପ୍ରକଳ୍ପ ଯଥା ଅନୁଗୋଳ-ସୁକିନ୍ଦା ରୋଡ, ହରିଦାସପୁର-ପାରାଦୀପ, ଖୋର୍ଦ୍ଧା ରୋଡ୍‌-ବଲାଙ୍ଗୀର, ତାଳଚେର-ବିମଳାଗଡ, ଜୟପୁର-ମାଲକାନଗିରି, ନୂଆପଡା-ଗୁଣୁପୁର ଏବଂ ସମ୍ବଲପୁର-ଟିଟିଲାଗଡ ରେଳ ପ୍ରକଳ୍ପ ପାଇଁ ରେକର୍ଡ ପରିମାଣର ବ୍ୟୟବରାଦ କରାଯାଇଛି ବୋଲି ଧର୍ମେନ୍ଦ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ଚିଲିକାରୁ ୧୦୦ ଏକର ବେଆଇନ ଘେରି ଉଚ୍ଛେଦ

କୃଷ୍ଣପ୍ରସାଦ,୫।୮ (କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ କୃଷ୍ଣପ୍ରସାଦ ତହସିଲ ଅଧୀନ ଚିଲିକା ହ୍ରଦରୁ ବେଆଇନ ଘେରି ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ତହସିଲ ପ୍ରଶାସନ…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri