ପ୍ରବଳ ବର୍ଷିବ, ୮ ଜିଲାକୁ ରେଡ୍‌ ଆଲର୍ଟ:ରାଜ୍ୟକୁ ସତର୍କ କଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର,୩୦ା୬(ବ୍ୟୁରୋ)- ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ରବିବାରଠାରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯାଇଥିବାବେଳେ ସୋମବାରଠାରୁ ପ୍ରବଳ ବର୍ଷିବ। ତେବେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସେହିଭଳି ୧୪ ଜିଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ ବର୍ଷାକୁ ଦୃଷ୍ଟିରେ ରଖି ରାଜ୍ୟକୁ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣି ପାଗ ବିଭାଗ (ଆଇଏମ୍‌ଡି)। ଲଘୁଚାପ ଅବପାତର ରୂପ ନେଇ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନ ସହ ପଶ୍ଚିମ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ଆଇଏମଡି ପୂର୍ବାନୁମାନ କରିଛି। ସମ୍ବଲପୁର, ଦେବଗଡ଼, ସୋନପୁର, ଅନୁଗୋଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଢେଙ୍କାନାଳ ଜିଲାରେ ସବୁଠାରୁ ଅଧିକ ବର୍ଷା ହେବ। ତେଣୁ ଏସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର, କଟକ, କେନ୍ଦ୍ରାପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଜିଲାରେ ମଧ୍ୟମରୁ ସାମାନ୍ୟ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାବ୍ୟତୀତ ରାଜ୍ୟର ଅନ୍ୟ ସମସ୍ତ ସ୍ଥାନରେ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। କେତେକ ସ୍ଥାନରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ହେବାନେଇ ସତର୍କ କରିଛି ପାଣିପାଗ ବିଭାଗ।
ମିଳିଥିବା ରିପୋର୍ଟ ମୁତାବକ, ରବିବାର ସନ୍ଧ୍ୟାସୁଦ୍ଧା ମାଲାକାନାଗିରି ଜିଲାରେ ସର୍ବାଧିକ ୭ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ଦାରିଙ୍ଗବାଡ଼ିରେ ୪ ମିମି, କୋରାପୁଟରେ ୩.୪ ମିମି, ବାଲେଶ୍ୱରରେ ୧.୨ ମିମି ବର୍ଷା ହୋଇଛି। ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ଅନୁଗୋଳ, ଗଞ୍ଜାମ, ନବରଙ୍ଗପୁର ଜିଲାର ବିଭିନ୍ନ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହୋଇଛି। ତେବେ ମୌସୁମୀ ଓଡ଼ିଶା ଛୁଇଁବା ପରେ ପ୍ରଥମଦିନ ଅଳ୍ପ ବର୍ଷା ହୋଇ କିଛିଦିନ ପାଇଁ ଉଭାନ ହୋଇଯାଇଥିଲା। ଏହା ଭିତରେ ପ୍ରବଳ ଖରା ଓ ଗୁଳୁଗୁଳିରେ ଛଟପଟ ହେଉଥିଲା ସାରା ଓଡ଼ିଶା। ବିଶେଷକରି ମୌସୁମୀ ଆଗମନକୁ ଦେଖି ଚାଷ ପାଇଁ ପ୍ରସ୍ତୁତ ଚାଷୀ ବର୍ଷା ଉଭେଇଯିବା ଦେଖି ହତାଶ ହୋଇପଡିଥିଲା। ଏବେ ବର୍ଷା ଆଶ୍ୱସ୍ତି ଆଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ଡୋନାଲ୍ଡ ଟ୍ରମ୍ପଙ୍କୁ ଶକ୍ତ ଝଟ୍‌କା: ଟାରିଫ୍‌କୁ ବେଆଇନ୍‌ କହିଲେ ଆମେରିକା ସୁପ୍ରିମକୋର୍ଟ, ଏବେ…

ଓ୍ବାଶିଂଟନ,୨୦।୨: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଆମେରିକା ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ଶୁକ୍ରବାର କୋର୍ଟ ଟ୍ରମ୍ପଙ୍କ ଦ୍ୱାରା ଲାଗୁ କରାଯାଇଥିବା ବ୍ୟାପକ ‘ଟାରିଫ’ (Tariff) ବା ଆମଦାନୀ…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri