Posted inଜାତୀୟ

ପ୍ରବାସୀଙ୍କ ପାଇଁ ଆସନ୍ତା ୧୦ ଦିନରେ ଚାଲିବ ୨ହଜାର ୬ଶହ ଟ୍ରେନ୍‌

ନୂଆଦିଲ୍ଲୀ,୨୩।୫: ରେଳ ଓ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ଦ୍ୱାରା ଶନିବାର କରାଯାଇଥିବା ଏକ ମିଳିତ ଖବରଦାତା ସମ୍ମିଳନୀରେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଯୁଗ୍ମ ସଚିବ ପୂଣ୍ଣ୍ୟ ସଲିଳା ଶ୍ରୀବାସ୍ତବ ଶନିବାର କହିଛନ୍ତି ଏପର୍ଯ୍ୟନ୍ତ ୨୬ଶହରୁ ଊର୍ଦ୍ଧ୍ୱ ଟ୍ରେନ୍‌ ଚାଲି ସାରିଲାଣି। ୩୫ ଲକ୍ଷରୁ ଊର୍ଦ୍ଧ୍ୱ ପ୍ରବାସୀ ଏହାର ଲାଭ ମଧ୍ୟ ଉଠାଇଛନ୍ତି। ତେବେ ୨ଶହରୁ ଅଧିକ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚାଲିଥିବା ସେ କହିଛନ୍ତି। ତେବେ ଜୁନ୍‌ ପହିଲାରୁ ଆହୁରି କିଛି ସ୍ପେଶାଲ ଟ୍ରେନ୍‌ ଚାଲିବାର ଯୋଜନା କରାଯାଇଥିବା ସେ କହିଛନ୍ତି। ଏଥିପାଇଁ ୧୪ ଲକ୍ଷ ବୁକିଂ ମଧ୍ୟ ସରିଛି। ଅନ୍ୟପଟେ ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ବିନୋଦ କୁମାର ଯାଦବ କହିଛନ୍ତି ଭାରତୀୟ ରେଲଓ୍ବେ ମେ’ମାସ ପ୍ରଥମ ସପ୍ତାହରୁ ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଇବା ଆରମ୍ଭ କରିଥିଲା। ଏଥିରେ ସମସ୍ତ ଯାତ୍ରୀଙ୍କୁ ମାଗଣାରେ ଖାଦ୍ୟ ପାନୀୟ ମଧ୍ୟ ଯୋଗାଇ ଦିଆଯାଇଥିଲା। ଟ୍ରେନ୍‌ ଓ ଷ୍ଟେଶନରେ ସ୍ବଚ୍ଛତା ଓ ସୋସିଆଲ ଡିଷ୍ଟାନସିଂକୁ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା। ପ୍ରାୟ ୮୦ ପ୍ରତିଶତ ପ୍ରବାସୀ ଶ୍ରମିକ ଉତ୍ତର ପ୍ରଦେଶ ଓ ବିହାର ଯାତ୍ରା କରିଥିବା ସେ କହିଛନ୍ତି। ଆର୍ଥିକ ସ୍ଥିତି ବୃଦ୍ଧି କରିବାକୁ ଜୁନ୍‌ ପହିଲାରୁ ଆହୁରି ୨ଶହ ସ୍ପେଶାଲ ଟ୍ରେନ୍‌ ଚଲାଇବାକୁ ନିଷ୍ପତ୍ତି ନିଆଯାଇଛି। ଯେଉଁମାନେ ଟିକେଟ ବୁକ୍‌ କରିବାରେ ଅସୁବିଧା ଭୋଗୁଛନ୍ତି ସେମାନଙ୍କ ପାଇଁ ଟିକେଟ କାଉଣ୍ଟର ଖୋଲା ରହିବ ବୋଲି ସେ କହିଛନ୍ତି। ତେବେ ଭାରତୀୟ ରେଲଓ୍ବେ ଓ ରାଜ୍ୟ ସରକାର ମିଶି ୧୦ ଦିନରେ ୨୬ଶହ ଟ୍ରେନ୍‌ ଚଳାଇବାର ଯୋଜନା କରିଛନ୍ତି। ଯେଉଁଥିରେ ୩୬ ଲକ୍ଷ ଯାତ୍ରୀ ଯାତ୍ରା କରିପାରିବେ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri