Posted inପୁରୀ

ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ପରୀକ୍ଷାରେ ବିଳମ୍ବ

ନିମାପଡ଼ା,୧୩ା୫(ଡି.ଏନ.ଏ): ନିମାପଡ଼ା ବ୍ଲକ ଓ ଏନ୍‌ଏସି ଅଞ୍ଚଳକୁ ହଟସ୍ପଟ ଅଞ୍ଚଳ ଦିଲ୍ଲୀ, କୋଲକାତା, ଗୁଜରାଟର ସୁରଟ, ମହାରାଷ୍ଟ୍ର ଆଦି ରାଜ୍ୟରୁ ମଙ୍ଗଳବାର ସୁଦ୍ଧା ୩୧୫ଜଣ ପ୍ରବାସୀ ଓଡ଼ିଆ ନିମାପଡ଼ା ଅଞ୍ଚଳକୁ ଫେରିଛନ୍ତି। ଏହି ପ୍ରବାସୀମାନେ ବ୍ଲକର ବିଭିନ୍ନ କ୍ୱାରାଣ୍ଟାଇନ ସେଣ୍ଟରରେ ରହିଛନ୍ତି। ରହିବାର ୭/୮ଦିନ ବିତିଯାଇଥିଲେ ସୁଦ୍ଧା ଅଦ୍ୟାବଧି ପ୍ରବାସୀଙ୍କ ସ୍ବାବ୍‌ ଓ ରକ୍ତ ନମୁନା ପରୀକ୍ଷା କରାଯାଇ ନାହିଁ। ମାତ୍ର ୨୫ପ୍ରତିଶତ ପ୍ରବାସୀଙ୍କ ସ୍ବାବ୍‌, ରକ୍ତ ନମୁନା ସଂଗ୍ରହ କରାଯାଇଥିବାବେଳେ ବାକି ୭୫ପ୍ରତିଶତଙ୍କ ନମୁନା ସଂଗ୍ରହ ହୋଇ ନ ଥିବାରୁ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ସ୍ବାସ୍ଥ୍ୟ ବିଭାଗର ଅବହେଳା ଓ ଉଦାସୀନତା ଯୋଗୁ ପ୍ରବାସୀଙ୍କ ପରୀକ୍ଷା କରାଯିବାରେ ବିଳମ୍ବ ହେଉଥିବା ଜଣାପଡ଼ିଛି। ଗତ କିଛିଦିନ ତଳେ ଖୋଲାଯାଇଥିବା ସ୍ବାବ୍‌ ନମୁନା ସଂଗ୍ରହ କେନ୍ଦ୍ର ସପ୍ତାହକେ ୧/୨ଥର ଖୋଲୁଥିବାବେଳେ ଅଳ୍ପ ସଂଖ୍ୟାରେ ସ୍ବାବ୍‌ ସଂଗ୍ରହ କରାଯାଉଛି। ନିମାପଡ଼ାକୁ ଦୈନିକ ବହୁ ସଂଖ୍ୟାରେ ପ୍ରବାସୀ ଫେରୁଥିବାବେଳେ ସ୍ବାବ ନମୁନା ସଂଗ୍ରହ କେନ୍ଦ୍ର ପ୍ରତିଦିନ ଖୋଲାଯିବାର ଆବଶ୍ୟକତା ରହିଛି। ଏ ସମ୍ପର୍କରେ ବିଡିଓ ମନୋଜ କୁମାର ବେହେରା ଓ ନିମାପଡ଼ା ସ୍ବାସ୍ଥ୍ୟକେନ୍ଦ୍ର ମୁଖ୍ୟ ଚିକିତ୍ସାଧିକାରୀ ଡା.କ୍ଷମାନିଧି ସେଠୀଙ୍କୁ ପଚାରିବାରୁ ଅଧିକ ସ୍ବାବ ସଂଗ୍ରହ ଦିଗରେ ଆମେ ସ୍ବାସ୍ଥ୍ୟ ବିଭାଗର ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଅବଗତ କରିଛୁ ବୋଲି କହିଛନ୍ତି। ଏହାସହ ନିମାପଡ଼ାବାସୀ ମଧ୍ୟ ଏ ଦିଗରେ କଡ଼ା ପଦକ୍ଷେପ ନେବାକୁ ସ୍ବାସ୍ଥ୍ୟ ମନ୍ତ୍ରୀ, ସ୍ବାସ୍ଥ୍ୟ ସଚିବ, ଜିଲାପାଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ନିକଟରେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ସାମ୍ନାରେ AI ମହାରଥିଙ୍କ ମଧ୍ୟରେ କୋଲ୍ଡ ଓ୍ବାର…, କମ୍ପିଟିଟର୍ସ ପରସ୍ପରକୁ ଦେଖି…

ନୂଆଦିଲ୍ଲୀ,୧୯।୨: ଗୁରୁବାର (୧୯ ଫେବୃଆରୀ, ୨୦୨୬) ଇଣ୍ଡିଆ AI ଇମ୍ପାକ୍ଟ ସମିଟ ୨୦୨୬ରେ ଏକ ଘଟଣା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ଯେତେବେଳେ ଭାରତ ଏବଂ ବିଦେଶର…

ଆଦିବାସୀଙ୍କୁ ରୋଜଗାରର ଲୋଭ ଦେଖାଇ ଅଫିମ ଗଛକୁ ଚାଇନା ଶାଗ କହିଥିଲେ ମାଫିଆ, ଏବେ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

କେନ୍ଦୁଝର,୧୯ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ବରଦାପାଳ ପଞ୍ଚାୟତ ତଳକମ୍ପଡିହୀ ଗାଁର ଜହ୍ଲା ସାହିରେ ବ୍ୟାପକ ପରିମାଣର ଅଫିମ ଚାଷକୁ ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତରେ ପୋଲିସ, ବନ…

ରାଜନୀତିରେ ଏଣ୍ଟ୍ରି କରିବେ ରୀନା ପାସଓ୍ବାନ? ପ୍ରସ୍ତୁତ ହେଲେଣି ଚିରାଗ, ଭାଜପାର ମୋହରକୁ ଅପେକ୍ଷା!

ନୂଆଦିଲ୍ଲୀ,୧୯।୨: ବିହାରର ପାଞ୍ଚଟି ରାଜ୍ୟ ସଭା ଆସନ ଖାଲି ହେବାକୁ ଯାଉଛି। ୨୦୨୬ ମାର୍ଚ୍ଚ ୧୬ରେ ଭୋଟ ହେବ। ବିଜ୍ଞପ୍ତି ପ୍ରକାଶ ପାଇବା ସହିତ ବିହାରରେ ରାଜନୈତିକ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri