ପ୍ରବାସୀ ଓଡ଼ିଆଙ୍କୁ ଫେରେଇ ଆଣିବାକୁ ଗଞ୍ଜାମ ଜିଲାପାଳଙ୍କୁ ଗୁହାରି

ଗଞ୍ଜାମ,୧୬।୫(ଡି.ଏନ୍‌.ଏ.): କରୋନା ଭୂତାଣୁ ପାଇଁ ସବୁ ଆଡ଼େ କାମ ଧନ୍ଦା ବନ୍ଦ ହୋଇଯାଇଛି। ରାଜ୍ୟ ବାହାରେ ଥିବା ଲୋକମାନେ ପ୍ରାଣ ବିକଳରେ ନିଜ ରାଜ୍ୟକୁ ଫେରୁଛନ୍ତି। କେତେକ ଲୋକ ଚାଲି ଚାଲି ଘରକୁ ଫେରୁଥିବା ବେଳେ ଆଉ କେତେକ ବିପଦଜନକ ଭାବେ ବଡ଼ ବଡ଼ ଟ୍ରକରେ ଫେରୁଛନ୍ତି। ତେବେ ସୁରତର ଏକ କମ୍ପାନୀରେ କାମ କରୁଥିବା ଜଣେ ପ୍ରବାସୀ ଓଡ଼ିଆ ଘରକୁ ଫେରି ଆସିବା ପାଇଁ ବିକଳ ହେଉଥିବା ଖବର ମିଳିଛି। ସେ ହେଲେ ଗଞ୍ଜାମ ଜିଲା ଗଞ୍ଜାମ ଏନ୍‌ଏସି ପୁଇଁତୋଳା ଗ୍ରାମର ସୁକାନ୍ତ କୁମାର ସାହୁ।
ମିଳିଥିବା ସୂଚନାନୁଯାୟୀ, ସୁକାନ୍ତ ଗତ ଏକ ବର୍ଷ ହେବ ସୁରଟ ଜିଲା ସଚିନ ଜିଆଇଡିସି, ରୋଡ଼ ନଂ. ୪, ପ୍ଲଟ ନଂ. ୪୧୦୫ ରେ ରହି କାମ କରୁଥଲେ । ସେଠାରେ କାମ କରୁଥିବା ଅନ୍ୟ ଶ୍ରମିକମାନେ ନିଜ ନିଜ ରାଜ୍ୟକୁ କରୋନା ପାଇଁ ଚାଲି ଯାଇଥିବା ବେଳେ ସୁକାନ୍ତ ଏକାକି ସେଠାରେ ରହିଯାଇଛନ୍ତି। ଅନ୍ୟ ପଟେ ପୁଅର ଫେରିବା ବାଟକୁ ଚାହିଁ ଚାହିଁ ପାଗଳ ପରି ହେଉଛନ୍ତି ମା’ ବାପା। ପୁଅକୁ ଫେରେଇ ଆଣିବାକୁ ଗଞ୍ଜାମ ଜଲାପାଳକୁ ଗୁହାରି କରିଛନ୍ତି ସୁକାନ୍ତଙ୍କ ମା’ବାପା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ବ୍ଲକରେ ୧୧ ପରୀକ୍ଷା କେନ୍ଦ୍ର: ମାଟ୍ରିକ ପରୀକ୍ଷା ଦେଉଛନ୍ତି ୧୮୦୭ ଜଣ ପରୀକ୍ଷାର୍ଥୀ

କେସିଙ୍ଗା,୧୯।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ବ୍ଲକରେ ୧୧ଟି ପରୀକ୍ଷା କେନ୍ଦ୍ରରେ ୧୮୦୭ଜଣ ଛାତ୍ରୀଛାତ୍ର ମାଟ୍ରିକ ପରୀକ୍ଷାଦେବେ ବୋଲି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା…

ସରିଲା ଆଜିର ପ୍ରଥମ ଦିନର ମାଟ୍ରିକ ପରୀକ୍ଷା, ଆନନ୍ଦ ମନରେ ପିଲାମାନେ…

ଖୋର୍ଦ୍ଧା,୧୯ା୨(ପ୍ରଭାତ ପାଣିଗ୍ରାହୀ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ ପରୀକ୍ଷା ବା ମାଟ୍ରିକ ପରୀକ୍ଷା ଆଜିଠାରୁ ଆରମ୍ଭ ହୋଇଛି। ଏହା ମାର୍ଚ୍ଚ…

ସୁଧୀରଙ୍କୁ ବଡ଼ ଦାୟିତ୍ୱ ଦେଲେ ନବୀନ ପଟ୍ଟନାୟକ, ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର….

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଆଜିଠୁ ମାଟ୍ରିକ ପରୀକ୍ଷା, ସ୍ଥିତି ପରଖିଲେ ଗଞ୍ଜାମ ଜିଲାପାଳ

ଛତ୍ରପୁର,୧୯ା୨(ଦିଲ୍ଲୀପ ସାମଲ): ଗୁରୁବାରଠୁ ଆରମ୍ଭ ହେଉଛି ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଆଜି ମାତୃଭାଷାରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର । ସକାଳ ୯…

ନାନା ସମସ୍ୟା ଦେଇ ଗତି କରୁଛି ବଳରାମପୁର ଗାଁ, ଅଭିଯୋଗ କରି ଗ୍ରାମବାସୀ…

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳି ପଞ୍ଚାୟତ ବଳରାମପୁର ଗ୍ରାମ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ରାସ୍ତାଘାଟଠାରୁ ଆରମ୍ଭ କରି ବହୁ କ୍ଷେତ୍ରରେ ଅବହେଳିତ ହୋଇରହିଛି।…

କରଡ଼ା ଘାଟିରେ ଦୁର୍ଘଟଣା: ନିୟନ୍ତ୍ରଣ ହରାଇ ୫୦ ଫୁଟ ଗାତକୁ ଖସିଲା ଟ୍ରକ

ରାଇକିଆ,୧୯।୨(ପ୍ରଦୀପ ବେହେରା)- କନ୍ଧମାଳ ଜିଲା ରାଇକିଆ ବ୍ଳକର କରଡ଼ା ଘାଟିଠାରେ ନିୟନ୍ତ୍ରଣ ହରାଇ ଏକ ମହୁଲ ବୋଝେଇ ଟ୍ରକ ଘାଟିର ୫୦ ଫୁଟ ଘାଟି ତଳକୁ ଖସିଯାଇଛି।…

ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣଙ୍କ ଜୀବନ ଗଲା: ତଦନ୍ତ ଆରମ୍ଭ

ପଟ୍ଟାଙ୍ଗି,୧୯।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଦେଓପଟ୍ଟାଙ୍ଗି ପଞ୍ଚାୟତ ଅଧିନସ୍ଥ ପାଟଖଣ୍ଡା ଦେବତା ନିକଟରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ଜଣେ ଯୁବକଙ୍କ ମୃତ…

ଟ୍ରେଲରକୁ ପଛପଟୁ ଧକ୍କା ଦେଲା ଟିପର, ଚାଳକ ଗୁରୁତର

ପରଜଙ୍ଗ,୧୯ା୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଦେଇ ଯାଇଥିବା ୫୩ ନଂ ଜାତୀୟ ରାଜପଥର ପରଜଙ୍ଗ ବାଇପାସ୍ ରାସ୍ତାରେ ଦୁର୍ଘଟଣା । ଗୁରୁବାର ଭୋର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri