ପ୍ରବାସୀ ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ଚେତାବନୀ: ନିୟମ ଉଲ୍ଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୪।୫(ବ୍ୟୁରୋ): ରାଜ୍ୟ ବାହାରୁ ଆସୁଥିବା ଓଡ଼ିଆଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଡ଼ା ଚେତାବନୀ ଦେଇଛନ୍ତି। ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରାଣ୍ଟାଇନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ କଡ଼ାକଡ଼ି ଭାବେ ପାଳନ କରନ୍ତୁ। ଏ ନେଇ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ନିୟମ ଉଲ୍ଲଂଘନ କଲେ ତୁରନ୍ତ ସରପଞ୍ଚମାନେ ପ୍ରଶାସନକୁ ଅବଗତ କରାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନିୟକ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ଆହୁରି ମଧ୍ୟ ସେ କହିଛନ୍ତି ଯେ, ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହ କ୍ୱାରାଣ୍ଟାଇନର ବ୍ୟବସ୍ଥା ହୋଇଛି। ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଊର୍ଦ୍ଧ୍ୱକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୨.୫% ଭାରତୀୟ ସ୍ବାସ୍ଥ୍ୟକୁ କରନ୍ତି ଅଣଦେଖା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୮ା୪(ପି.ଟି.):କାର୍ଯ୍ୟବ୍ୟସ୍ତତା କାରଣରୁ ୪୨.୫ ପ୍ରତିଶତ ଭାରତୀୟ ସେମାନଙ୍କ ସ୍ବାସ୍ଥ୍ୟ ପ୍ରତି ଅଣଦେଖା କରୁଥିବା ସ୍ବୀକାର କରିଛନ୍ତି। ୫୭.୮ ପ୍ରତିଶତ କହିଛନ୍ତି, ସେମାନଙ୍କ ସ୍ବାସ୍ଥ୍ୟ ପାଇଁ କ’ଣ ଭଲ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଘୂର୍ଣ୍ଣିବଳୟ ସୃଷ୍ଟି: ଆସନ୍ତା ୩ଦିନ ପର୍ଯ୍ୟନ୍ତ ରାଜ୍ୟରେ….

ଭୁବନେଶ୍ୱର,୮ା୪(ବନ୍ଦନା ସେଠୀ):ଓଡ଼ିଶା ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଉପରବାୟୁ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଘୂର୍ଣ୍ଣିବଳୟଟି ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ରହିଛି। ଏହାସହ ଏକ…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri