ପ୍ରବାସୀ ଓଡ଼ିଆଙ୍କ ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର, ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର, ୨୮।୪(ବ୍ୟୁରୋ): କରୋନା ଭୂତାଣୁ ଯୋଗୁ ଦେଶରେ ଲକ୍‌ଡାଉନ ଜାରି ହୋଇଥିବାବେଳେ ବାହାର ରାଜ୍ୟରୁ ଫେରିବେ ଲକ୍ଷାଧିକ ଶ୍ରମିକ। ତେବେ ପ୍ରବାସୀ ଓଡ଼ିଆ ଫେରିବା ପରେ ପ୍ରଥମେ କ୍ବାରାଣ୍ଟାଇନ ସେଣ୍ଟରରେ ୧୪ ଦିନ ରହିବା ବାଧ୍ୟତାମୂଳକ। ତେଣୁ କ୍ବାରାଣ୍ଟାଇନ ସେଣ୍ଟର କିମ୍ବା ଅସ୍ଥାୟୀ ମେଡିକାଲ କ୍ୟାମ୍ପରେ ରହିବା ସମୟରେ ଯେଉଁ ଖର୍ଚ୍ଚ ହେବ ତାହାକୁ ରାଜ୍ୟ ସରକାର ବହନ କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ମୁଣ୍ଡ ପିଛା ଖର୍ଚ୍ଚ ସମ୍ପର୍କିତ ଏକ ଗାଇଡଲାଇନ ସରକାରଙ୍କ ପକ୍ଷରୁ ଜାରି ହୋଇଛି।
ଉକ୍ତ ଗାଇଡ୍‌ଲାଇନ୍‌ ଅନୁଯାୟୀ, ବୟସ୍କ ବ୍ୟକ୍ତିଙ୍କ ପାଇଁ ଖାଇବା ବାବଦରେ ପ୍ରତିଦିନ ମୁଣ୍ଡପିଛା ୧୨୦ ଟଙ୍କା ଦିଆଯିବ। ୧୪ ବର୍ଷରୁ କମ୍‌ ପିଲାଙ୍କ ପାଇଁ ୧୦୦ ଟଙ୍କା ରହିଛି। ସେହିପରି ନିତ୍ୟ ବ୍ୟବହାର୍ଯ୍ୟ ସାମଗ୍ରୀ ବାବଦକୁ ୧୪ ଦିନ ପାଇଁ ୩୦୦ ଟଙ୍କା ମିଳିବ, ଯେଉଁଥିରେ ମାସ୍କ, ପାଣି ବୋତଲ, ବ୍ରଶ, ଟୁଥ ପେଷ୍ଟ, ସାବୁନ, ତେଲ, ବାଲତି, ୨ଟି ବେଡଶିଟ, ପିଲୋ କଭର ଆଦି ରହିଛି। କ୍ଲିନିଂ, ସାନିଟେସନ ଓ ସିକ୍ୟୁରିଟି ବାବଦକୁ ୨୦୦୦ ଟଙ୍କା ଦେବେ ସରକାର।
ବେଡ ପାଇଁ ଗଦି, ତକିଆ କିଣାଯାଇ ନ ପାରିଲେ ସେସବୁକୁ ଭଡ଼ାରେ ଅଣାଯିବ। ଯେଉଁ ବ୍ୟକ୍ତି କ୍ବାରାଣ୍ଟାଇନ ସେଣ୍ଟରରେ ରହିବେ ତାଙ୍କର ସମସ୍ତ ତଥ୍ୟ ରେଜିଷ୍ଟରରେ ଉଲ୍ଲେଖ କରାଯିବ। ପରେ ତାହାକୁ ଜିଲା ପ୍ରଶାସନର ୱେବସାଇଟରେ ଅପ୍‌ଲୋଡ କରାଯିବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଷଣ୍ଢ, ପଦାରେ ଛେଳି

ବିଶ୍ୱ ମାନଚିତ୍ରରେ ମହାଦେଶଗୁଡ଼ିକର ଆପେକ୍ଷିକ ଆକାରରେ ଥିବା ବିଭିନ୍ନ ତ୍ରୁଟିକୁ ସୁଧାରିବା ଉଦ୍ଦେଶ୍ୟରେ ମିଳିତ ଜାତିସଂଘ ସାଧାରଣ ସଭା(ୟୁଏନ୍‌ଜିଏ) ପକ୍ଷରୁ ୪ ସେପ୍ଟେମ୍ବରରେ ଏକ ସଂକଳ୍ପ ଅଣାଯାଇଥିଲା।…

ଆରାବଳୀ ମାମଲାରେ ସୁପ୍ରିମକୋର୍ଟଙ୍କ ଚେତାବନୀ, ନଭେମ୍ବର ୩୦ ସୁଦ୍ଧା ରିପୋର୍ଟ ନଦେଲେ…

ନୂଆଦିଲ୍ଲୀ,୮ା୯(ପି.ଟି.): ଆରାବଳୀ ପର୍ବତମାଳାର ସଂଜ୍ଞା ଏବଂ ସୁରକ୍ଷା ଉପରେ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରିବା ପାଇଁ ଉଚ୍ଚସ୍ତରୀୟ କମିଟି ଏହାର ସମୟସୀମାକୁ ୬ ମାସ ବଢ଼ାଇବା ନିମନ୍ତେ…

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଚାଉଳଧୁଆ ଜଳପ୍ରପାତ: ନୀରବତା ଭିତରେ ଝରଣାର କୁଳୁକୁଳୁ ନାଦ..

ନୂଆପଡ଼ା,୮ା୯ (ମକାରୁ ବେମାଲ):ବଣପାହାଡ଼ ଘେରା ପ୍ରାକୃତିକ ପରିବେଶରେ ରହିଛି ନୂଆପଡ଼ାର ପ୍ରସିଦ୍ଧ ଚାଉଳଧୁଆ ଜଳପ୍ରପାତ। ପାହାଡ଼ର ଛାତି ଚିରି ଝରିପଡ଼ୁଥିବା ଜଳଧାରାର ମନୋରମ ଦୃଶ୍ୟ ପର୍ଯ୍ୟଟକଙ୍କ ଆକୃଷ୍ଟ…

୯/୧୧ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ନୂଆ ଖୁଲାସା, ଅଲକାଏଦା ନେତାଙ୍କ ସହ ପେଣ୍ଟବଲ୍ ଖେଳୁଥିଲେ…

ୱାଶିଂଟନ୍,୮।୯: ଆମେରିକାରେ ୨୦୦୧ ମସିହାରେ ହୋଇଥିବା ୯/୧୧ ଆତଙ୍କୀ ଆକ୍ରମଣକୁ ନେଇ ୨୫ ବର୍ଷ ପରେ ଏକ ବଡ଼ ଖୁଲାସା ହୋଇଛି । ତଦନ୍ତରେ ଓମର ଅଲ-ବାୟୁମୀଙ୍କ…

ଜିଲାପାଳଙ୍କୁ ଫେରାଦ ହେଲେ ନିରାଶ ଆଶାୟୀ: ରାତିଅଧରେ ସ୍ପଷ୍ଟୀକରଣ ଦେଲା ବିଭାଗ

ବରଗଡ଼/ଅତାବିରା,୮।୯(ପ୍ରେମାନନ୍ଦ ଖମାରୀ/ଯୁଧିଷ୍ଠିର ମହାପାତ୍ର):ରାଜ୍ୟ ସରକାରଙ୍କ ମିଶନ ଶକ୍ତି ବିଭାଗ ଏବଂ ସେଣ୍ଟର ଫର୍‌ ରିସର୍ଚ୍ଚ ଇନ୍‌ ସ୍କିମ୍‌ ଏଣ୍ଡ୍‌ ପଲିସିଜ୍‌(ସିଆରଆଇଏସପି)ର ମିଳିତ ପ୍ରକଳ୍ପ ବ୍ଲେସ୍‌(ବିଲଡିଂ ଲାଇଭହୁଡସ୍‌ ଥ୍ରୁ…

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri