ପ୍ରବାସୀ ଫେରନ୍ତା ସଙ୍ଗରୋଧକୁ ନେଇ ଦ୍ୱନ୍ଦ୍ୱ, ଲୋକଙ୍କୁ ବୁଝାଇବାରେ ପ୍ରଶାସନ ନାକେଦମ୍‌

ଖପ୍ରାଖୋଲ, ୧୦ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଏବେ ପ୍ରବାସୀଙ୍କ ଫେରିବା ଲାଗି ରହିଛି। ବ୍ଲକରୁ ୧୪ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରିବା ଆଶା କରାଯାଉଥିବାବେଳେ ଏଯାଏ ପ୍ରାୟ ୯ହଜାର ପଞ୍ଜୀକରଣ କରିଥିବା ଜଣାପଡିଛି। ହେଲେ ପ୍ରବାସୀମାନେ ଫେରିଲା ପରେ ସେମାନଙ୍କ ସଙ୍ଗରୋଧକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ଦେଖାଦେଇଛି। ବାହାର ରାଜ୍ୟରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ନିଜ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ। ହେଲେ ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଗଞ୍ଜାମ, କଟକ, ପୁରୀ, ରାୟଗଡା ପ୍ରଭୃତି ଜିଲାରୁ ବହୁ ସଂଖ୍ୟାରେ ଶ୍ରମିକ ବିଭିନ୍ନ ଗାଡିରେ ଫେରୁଛନ୍ତି। ପ୍ରଶାସନ ତରଫରୁ ଗାଡି ଯୋଗେ ଛକମାନଙ୍କରୁ ନିଜ ଘରକୁ ସେମାନଙ୍କୁ ଛଡାଯାଉଛି। ହେଲେ ରାଜ୍ୟ ଭିତରୁ ଫେରୁଥିବା ପ୍ରବାସୀଙ୍କୁ ଘରେ ସଙ୍ଗରୋଧରେ ରହିବା ପାଇଁ ପ୍ରଶାସନ କହୁଥିବାରୁ ଲୋକେ ଦ୍ୱନ୍ଦ୍ୱରେ ରହିଛନ୍ତି। ପଞ୍ଚାୟତମାନଙ୍କରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରମାନ ଖୋଲା ଯାଇଥିବାବେଳେ ସେଠାରେ କାହିଁକି ରଖା ଯାଉ ନାହିଁ ବୋଲି ଅନେକ ପ୍ରଶ୍ନ କରୁଛନ୍ତି। ଏପରିକି ଗାଁରେ ସଂକ୍ରମଣ ଭୟରେ ସ୍ଥାନବିଶେଷରେ ପ୍ରବାସୀଙ୍କୁ ବିରୋଧ କରାଯାଉଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ପ୍ରଶାସନ ନାକେଦମ୍‌ ହେଲାଣି। ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କୁଲିହାମୁଣ୍ଡା ଗାଁରେ ପ୍ରବାସୀଙ୍କ ଘରେ ସଙ୍ଗରୋଧକୁ ନେଇ ସରପଞ୍ଚ ଏବଂ ଗ୍ରାମବାସୀ ମୁହାଁମୁହିଁ ହୋଇଥିଲେ। ପରେ ଏହାର ସମାଧାନ ହୋଇଥିଲା। ସେହିପରି ସାନଉଡେନ, ଅନକାମରା, ଛିନ୍ଦବାହାଲି ପ୍ରଭୃତି ଗାଁରେ ମଧ୍ୟ ପ୍ରବାସୀଙ୍କୁ ସ୍କୁଲ ଘରେ ରହିବାକୁ କୁହାଯାଉଥିବା ଜଣାଯାଇଛି। ଏ ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତରଣୀ ସୁନାଙ୍କୁ ପଚାରିବାରୁ ରାଜ୍ୟ ଭିତରର ପ୍ରବାସୀ ଶ୍ରମିକଙ୍କୁ ଘରେ ସଙ୍ଗରୋଧରେ ରହିବା ପାଇଁ ସରକାର ନିର୍ଦ୍ଦେଶ ଦେଇଥିବାବେଳେ ରାଜ୍ୟ ବାହାରୁ ଆସୁଥିବା ଶ୍ରମିକଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରଖିବା ବ୍ୟବସ୍ଥା କରାଯାଉଛି। କେତେକ ସ୍ଥାନରେ ଲୋକେ ସମସ୍ତଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରଖିବା ପାଇଁ ଦାବି କରଛନ୍ତି। ପ୍ରଶାସନ ତରଫରୁ ସେମାନଙ୍କୁ ବୁଝାସୁଝା ଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?