ପ୍ରବାସୀ ଫେରନ୍ତା ସଙ୍ଗରୋଧକୁ ନେଇ ଦ୍ୱନ୍ଦ୍ୱ, ଲୋକଙ୍କୁ ବୁଝାଇବାରେ ପ୍ରଶାସନ ନାକେଦମ୍‌

ଖପ୍ରାଖୋଲ, ୧୦ା୫(ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଏବେ ପ୍ରବାସୀଙ୍କ ଫେରିବା ଲାଗି ରହିଛି। ବ୍ଲକରୁ ୧୪ହଜାରରୁ ଊର୍ଦ୍ଧ୍ୱ ପ୍ରବାସୀ ଶ୍ରମିକ ଫେରିବା ଆଶା କରାଯାଉଥିବାବେଳେ ଏଯାଏ ପ୍ରାୟ ୯ହଜାର ପଞ୍ଜୀକରଣ କରିଥିବା ଜଣାପଡିଛି। ହେଲେ ପ୍ରବାସୀମାନେ ଫେରିଲା ପରେ ସେମାନଙ୍କ ସଙ୍ଗରୋଧକୁ ନେଇ ସାଧାରଣରେ ଦ୍ୱନ୍ଦ୍ୱ ଦେଖାଦେଇଛି। ବାହାର ରାଜ୍ୟରୁ ସ୍ବତନ୍ତ୍ର ଟ୍ରେନ ଯୋଗେ ନିଜ ଘରକୁ ଫେରୁଛନ୍ତି ପ୍ରବାସୀ ଶ୍ରମିକ। ହେଲେ ଖପ୍ରାଖୋଲ ବ୍ଲକ ଅଞ୍ଚଳକୁ ଗଞ୍ଜାମ, କଟକ, ପୁରୀ, ରାୟଗଡା ପ୍ରଭୃତି ଜିଲାରୁ ବହୁ ସଂଖ୍ୟାରେ ଶ୍ରମିକ ବିଭିନ୍ନ ଗାଡିରେ ଫେରୁଛନ୍ତି। ପ୍ରଶାସନ ତରଫରୁ ଗାଡି ଯୋଗେ ଛକମାନଙ୍କରୁ ନିଜ ଘରକୁ ସେମାନଙ୍କୁ ଛଡାଯାଉଛି। ହେଲେ ରାଜ୍ୟ ଭିତରୁ ଫେରୁଥିବା ପ୍ରବାସୀଙ୍କୁ ଘରେ ସଙ୍ଗରୋଧରେ ରହିବା ପାଇଁ ପ୍ରଶାସନ କହୁଥିବାରୁ ଲୋକେ ଦ୍ୱନ୍ଦ୍ୱରେ ରହିଛନ୍ତି। ପଞ୍ଚାୟତମାନଙ୍କରେ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରମାନ ଖୋଲା ଯାଇଥିବାବେଳେ ସେଠାରେ କାହିଁକି ରଖା ଯାଉ ନାହିଁ ବୋଲି ଅନେକ ପ୍ରଶ୍ନ କରୁଛନ୍ତି। ଏପରିକି ଗାଁରେ ସଂକ୍ରମଣ ଭୟରେ ସ୍ଥାନବିଶେଷରେ ପ୍ରବାସୀଙ୍କୁ ବିରୋଧ କରାଯାଉଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ପ୍ରଶାସନ ନାକେଦମ୍‌ ହେଲାଣି। ରେଙ୍ଗାଲି ପଞ୍ଚାୟତ ଅନ୍ତର୍ଗତ କୁଲିହାମୁଣ୍ଡା ଗାଁରେ ପ୍ରବାସୀଙ୍କ ଘରେ ସଙ୍ଗରୋଧକୁ ନେଇ ସରପଞ୍ଚ ଏବଂ ଗ୍ରାମବାସୀ ମୁହାଁମୁହିଁ ହୋଇଥିଲେ। ପରେ ଏହାର ସମାଧାନ ହୋଇଥିଲା। ସେହିପରି ସାନଉଡେନ, ଅନକାମରା, ଛିନ୍ଦବାହାଲି ପ୍ରଭୃତି ଗାଁରେ ମଧ୍ୟ ପ୍ରବାସୀଙ୍କୁ ସ୍କୁଲ ଘରେ ରହିବାକୁ କୁହାଯାଉଥିବା ଜଣାଯାଇଛି। ଏ ନେଇ ଗୋଷ୍ଠୀ ଉନ୍ନୟନ ଅଧିକାରୀ ତରଣୀ ସୁନାଙ୍କୁ ପଚାରିବାରୁ ରାଜ୍ୟ ଭିତରର ପ୍ରବାସୀ ଶ୍ରମିକଙ୍କୁ ଘରେ ସଙ୍ଗରୋଧରେ ରହିବା ପାଇଁ ସରକାର ନିର୍ଦ୍ଦେଶ ଦେଇଥିବାବେଳେ ରାଜ୍ୟ ବାହାରୁ ଆସୁଥିବା ଶ୍ରମିକଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରଖିବା ବ୍ୟବସ୍ଥା କରାଯାଉଛି। କେତେକ ସ୍ଥାନରେ ଲୋକେ ସମସ୍ତଙ୍କୁ ଅସ୍ଥାୟୀ ସ୍ବାସ୍ଥ୍ୟ ଶିବିରରେ ରଖିବା ପାଇଁ ଦାବି କରଛନ୍ତି। ପ୍ରଶାସନ ତରଫରୁ ସେମାନଙ୍କୁ ବୁଝାସୁଝା ଚାଲିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେପୁର ଉପନିର୍ବାଚନ: ପ୍ରଥମ ରାଉଣ୍ଡରେ ୪୭୮୮ ଭୋଟରେ ବିଜେଡି ଆଗରେ

ବରଗଡ଼ ଅଫିସ/ପଦ୍ମପୁର,୨୪।୧୦: ବରଗଡ଼ ଜିଲା ବିଜେପୁର ଉପନିର୍ବାଚନର ଭୋଟ ଗଣତି ଆରମ୍ଭ ହୋଇଯାଇଛି। ପଦ୍ମପୁର ଆରଏମ୍‌ସି ଗୋଦାମ ପରିସରରେ ଚାଲିଥିବା ଗଣତିର ପ୍ରଥମ ରାଉଣ୍ଡରେ ବିଜେଡି...

ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣା, ଦୀର୍ଘବର୍ଷ ପରେ ରାୟ ଶୁଣାଇଲେ କୋର୍ଟ

ଜଗତସିଂହପୁର ଅଫିସ,୯ା୫: ଦୀର୍ଘବର୍ଷ ପରେ ପ୍ରମୋଦିନୀ ରାଉଳ ଏସିଡ୍‌ ଆକ୍ରମଣ ଘଟଣାରେ ରାୟ ଶୁଣାଇଛନ୍ତି ଜଗତସିଂହପୁର ସହକାରୀ ଦୌରାଜଜ୍‌ ତଥା ମହିଳା କୋର୍ଟ ବିଚାରପତି ରଶ୍ମିତା...

ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଲା ଭଦ୍ରକ ଜିଲା ପ୍ରଶାସନ, ନଚେତ ଗଣିବେ ଜରିମାନା

ଭଦ୍ରକ ଅଫିସ, ୧୧।୪ – ଭଦ୍ରକ ଜିଲାବାସୀ ଘରୁ ବାହାରିଲେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରିଛି ଜିଲା ପ୍ରଶାସନ। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କରୋନାକୁ ମୁକାବିଲା...

ସଫେଇ ସହଯୋଗ: ଫନୀ ପ୍ରଭାବିତ ପୁରୀକୁ ଗଲେ ଏସ୍‌ଏମ୍‌ସି କର୍ମଚାରୀ

ସମ୍ବଲପୁର,୧୨।୬(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମର ୩୨ ଜଣ (ଏସ୍‌ଏମ୍‌ସି) ସଫେଇ କର୍ମଚାରୀ ବୁଧବାର ପୁରୀକୁ ଯାଇଛନ୍ତି। ବାତ୍ୟା ଫନୀରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ପୁରୀକୁ...

ହାଇଦ୍ରାବାଦରୁ ପ୍ରବାସୀ ଓଡିଆଙ୍କୁ ନେଇ ଆସୁଥିବା ବସ ଦୁର୍ଘଟଣା : ଡ୍ରାଇଭର ମୃତ, ୨ଆହତ

ଖୋର୍ଦ୍ଧା ଅଫିସ,୫।୫ : ଖୋର୍ଦ୍ଧା ଟାଙ୍ଗି ଥାନା ଅନ୍ତର୍ଗତ ୧୬ନଂ ଜାତୀୟ ରାଜପଥ କୁହୁଡ଼ି ଛକରେ ହାଇଦ୍ରାବାଦ ରୁ ପ୍ରବାସୀ ଓଡିଆଙ୍କୁ ଧରି ଫେରୁଥିବା ବସ...

ବେଳାଭୂମିରେ ପଡ଼ିଛି ଅଲିଭ୍‌ ରିଡ୍‌ଲେଙ୍କ ମୃତଦେହ

ଗଞ୍ଜାମ,୨୧ା୫(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ୱର ଶୈବପୀଠ ନିକଟସ୍ଥ ସମୁଦ୍ର ବେଳାଭୂମିରେ ଦୁଇଦିନ ତଳେ ଗୋଟିଏ ଅଲିଭ୍‌ ରିଡ୍‌ଲେ କଇଁଛର ମୃତଦେହ ପଡ଼ିଥିବା...

ରଣନୀତି ନେଇ ହେଭିଓ୍ବେଟଙ୍କ ମାନସମନ୍ଥନ

ଝାରସୁଗୁଡ଼ା ଅଫିସ,୧୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବାକୁ ଥିବା ବେଳେ ମଙ୍ଗଳବାର ନାମାଙ୍କନପତ୍ର ପ୍ରତ୍ୟାହାର ଶେଷ ଦିନ। ପରେ ପ୍ରାର୍ଥୀଙ୍କ ଚୂଡାନ୍ତ ତାଲିକା...

ବିନିକା ପ୍ରିମିୟର ଲିଗ୍‌ : ପାଓ୍ବାର ବ୍ଲାଷ୍ଟର ଚାମ୍ପିୟନ

ବିନିକା, ୧୭ା୫(ଡି.ଏନ୍‌.ଏ.)- ସୁବର୍ଣ୍ଣପୁର ଜିଲା ବିନିକାରେ ଚାଲିଥିବା ଦ୍ୱିତୀୟ ବିନିକା ପ୍ରିମିୟର ଲିଗ୍‌(ବିପିଏଲ)କ୍ରିକେଟ ଟୁର୍ନାମେଣ୍ଟ ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ବିନିକା ବିଜୁ ପଟ୍ଟନାୟକ ମିନି ଷ୍ଟାଡିୟରେ...

Advertisement
Archives

Model This Week