ପ୍ରବାସୀ ଭାରତୀୟଙ୍କୁ ଗାଁ ଚିନ୍ତା

ବରଗଡ଼ ଅଫିସ୍,୪।୪- ବରଗଡ଼ ଜିଲା ଅତାବିରା ବ୍ଳକ ଅନ୍ତର୍ଗତ ବାବେବିରା ଗ୍ରାମର ପ୍ରଫେସର କ୍ଷୀରସାଗର ନାଏକ କାନାଡ଼ାର ୱାଟର ଲୁ ୟୁନିଭର୍ସିଟିର ଇଲେକ୍ଟ୍ରିକାଲ୍ ଓ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ କାର୍ଯ୍ୟରତ। ଘାତକ କରୋନା ଭୂତାଣୁ (କୋଭିଡ୍-୧୯) ସଂକ୍ରମଣ ପ୍ରତିହତ ପାଇଁ ଭାରତରେ ଦେଶବ୍ୟାପୀ ଲକ୍ ଡାଉନ କଟକଣା ଲାଗୁ ହେବା ପରେ କ୍ଷୀରସାଗରଙ୍କୁ ନିଜ ଗାଁ ମାଟି ଚିନ୍ତା ଘାରିଛି। ଏହି କ୍ରମରେ ସେ ଗ୍ରାମର ଗରିବ ତଥା ଅସହାୟଙ୍କୁ ମୁଠାଏ ଆହାର ଯୋଗାଇବା ବ୍ୟବସ୍ଥା କରିଛନ୍ତି। ତାଙ୍କ ପ୍ରଦତ୍ତ ପାଣ୍ଠିରୁ ଗ୍ରାମର ୫୫ଜଣ ଗରିବ ଅସହାୟଙ୍କୁ ଗତମାସ ୨୯ ତାରିଖରୁ ଦି ଓଳି ଖାଇବାକୁ ଦିଆଯାଉଛି। ଲକ୍ ଡାଉନ ସମୟସୀମା ସରିବା ପର୍ଯ୍ୟନ୍ତ ଅର୍ଥାତ୍ ଆସନ୍ତା ଅପ୍ରେଲ ୧୪ ତାରିଖ ପର୍ଯ୍ୟନ୍ତ ଖାଦ୍ୟ ଯୋଗାଇ ଦିଆଯିବ। ଗ୍ରାମର ଶିର ବାରିକ, ସ୍ବାଧୀନ କୁଦେଇ, ଲୁକୁ ନାଏକ, ହେମଚନ୍ଦ୍ର ବାରିକ ପ୍ରମୁଖ ସହଯୋଗ କରୁଛନ୍ତି। ଦେଶ ବାହାରେ ଥାଇ ଏଭଳି ବିପର୍ଯ୍ୟୟ ସମୟରେ ଗାଁ ମାଟିର ଅସହାୟଙ୍କ ପ୍ରତି କ୍ଷୀରସାଗରଙ୍କ ସହାୟତା ଏଠାରେ ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…

ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…

ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍‌ଡିଜେଏମ୍‌ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…

୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ

କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…

ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା

ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…

ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର

ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ମା’ ରାମଚଣ୍ଡୀ ପୀଠରେ ‘ସ୍ବଚ୍ଛତା ହିଁ ସେବା’: ପ୍ଲାଷ୍ଟିକମୁକ୍ତ ପାଇଁ ଶପଥ

ଗଞ୍ଜାମ, ୩୦।୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ କରପଡ଼ା ପଞ୍ଚାୟତର ନୀଳାଦ୍ରିପୁର ପାହାଡ଼ ଶିଖରରେ ଅବସ୍ଥିତ ପ୍ରସିଦ୍ଧ ମା’ ରାମଚଣ୍ଡୀ ପୀଠରେ ମଙ୍ଗଳବାର ବିଶାଳ ସଫେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?