Posted inଜାତୀୟ

ପ୍ରବାସୀ ଭାରତୀୟ କେନ୍ଦ୍ରର ବଦଳିବ ନାମ: ହେବ ସୁଷମା ସ୍ବରାଜ ଭବନ

ନୂଆଦିଲ୍ଲୀ,୧୩।୨: ଭାଜପା ସଦସ୍ୟ ସୁଷମା ସ୍ବରାଜଙ୍କ ୬୮ତମ ଜନ୍ମ ବାର୍ଷିକୀ ଶୁକ୍ରବାର ପାଳିତ ହେବ। ଏହାକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ମୋଦି ସରକାର ପ୍ରବାସୀ ଭାରତୀୟ କେନ୍ଦ୍ରର ନାମ ବଦଳାଇବାକୁ ନିଷ୍ପତ୍ତି କରିଛନ୍ତି। ଏହାକୁ ସୁଷମା ସ୍ବରାଜ ଭବନ ଭାବେ ନାମିତ କରାଯିବ। ଏହା ସହିତ ବହିର୍ବ୍ୟାପାର ସେବା ସଂସ୍ଥାନର ନାମକୁ ସୁଷମା ସ୍ବରାଜ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଫରେନ୍‌ ସର୍ଭିସ୍‌ କରାଯିବ। ସୂଚନାଯୋଗ୍ୟ, ୧୯୫୨ ଫେବୃୟାରୀ ୧୪ରେ ସେ ଅମ୍ବାଲା କ୍ୟାଣ୍ଟନମେଣ୍ଟଠାରେ ଜନ୍ମଗ୍ରହଣ କରିଥିଲେ। ଦିଲ୍ଲୀର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶାସନ ଡୋର ଧରିଥିବା ସୁଷମା ମାତ୍ର ୨୫ ବର୍ଷ ବୟସରେ ହରିୟାଣାର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଥିଲେ। ୩ଥର ରାଜ୍ୟ ସଭା ସଦସ୍ୟ ହେବା ସହିତ ସେ ଦୁଇଥର ହରିୟାଣା ବିଧାନସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ମନ୍ତ୍ରିମଣ୍ଡଳରେ ସେ ସୂଚନା ପ୍ରସାରଣ ମନ୍ତ୍ରୀ ଥିଲେ। ରାଜନୈତିକ ଜୀବନର ସଫଳତା ବିଫଳତା ଭଳି ସୁଷମା ଜୀବନ ମଧ୍ୟ ବେଶ୍‌ ରୋମାଞ୍ଚକର। ସ୍ବରାଜ ସୁଷମାଙ୍କଠାରୁ ୪ମାସ ସାନ ଥିଲେ। ସ୍ବରାଜ କୌଶଳ ଏବଂ ସୁଷମାଙ୍କ ମଧ୍ୟରେ ଥିବା ଦୀର୍ଘ ଦିନର ପ୍ରେମ ସମ୍ପର୍କ ଶେଷରେ ବିବାହରେ ପରିଣତ ହୋଇଥିଲା। ସେତେବେଳେ ହରିୟାଣା ସମାଜରେ ପ୍ରେମ ବିବାହ କରିବା କଷ୍ଟକର ଥିଲା। ତେବେ ସୁଷମା ଏହାକୁ ଖାତିର କରି ନ ଥିଲେ। ୧୯୭୫ ଜୁଲାଇ ୧୩ରେ ସେମାନେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ଉଭୟଙ୍କର ପ୍ରଥମ ଦେଖା ଚଣ୍ଡିଗଡ଼ ପଞ୍ଜାବ ବିଶ୍ୱବିଦ୍ୟାଳୟର ଆଇନ ବିଭାଗରେ ହୋଇଥିଲା। ଉଭୟଙ୍କ ମଧ୍ୟରେ କେତେକ ମତ ପାର୍ଥକ୍ୟଥିଲା। ମାତ୍ର ଚୁମ୍ବକର ବିଷମ ମେରୁ ପରସ୍ପରକୁ ଆକର୍ଷିତ କରିବା ଭଳି ଶେଷରେ ଉଭୟେ ପ୍ରେମରେ ପଡ଼ିଥିଲେ। ୨୦୧୯ ଅଗଷ୍ଟ ୬ରେ ଦିଲ୍ଲୀର ଏମ୍ସ୍‌ରେ ଚିକିତ୍ସା ହେଉଥିବା ସମୟରେ ତାଙ୍କର ମୃତ୍ୟୁ ଘଟିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri