ପ୍ରବାସୀ ଶ୍ରମିକଙ୍କୁ ନିଯୁକ୍ତି ଦେବାକୁ ବ୍ୟାବସାୟିକ ପ୍ରତିଷ୍ଠାନ, ଶିଳ୍ପସଂସ୍ଥାକୁ ଜିଲା ପ୍ରଶାସନର ନିବେଦନ

କଟକ ଅଫିସ,୧ା୬: କଟକ ଜିଲାକୁ ଫେରିବା ପାଇଁ ପ୍ରାୟ ୬୦ ହଜାର ପ୍ରବାସୀ ନିଜ ନାମ ସରକାରଙ୍କ ପାଖରେ ପଞ୍ଜୀକରଣ କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରାୟ ୧୬ ହଜାର ଫେରିଲେଣି। ଅନେକଙ୍କ ସଙ୍ଗରୋଧ ଶେଷ ହୋଇଛି। କିନ୍ତୁ ସେମାନେ ନିଜ ଜୀବିକାକୁ ନେଇ ଚିନ୍ତାରେ ପଡ଼ିଛନ୍ତି। ଏଣୁ ପ୍ରବାସୀ ଶ୍ରମିକଙ୍କୁ ନିଯୁକ୍ତି କ୍ଷେତ୍ରରେ ଅଗ୍ରାଧିକାର ଦେବା ପାଇଁ ନିବେଦନ କରିଛି କଟକ ଜିଲା ପ୍ରଶାସନ। ଏନେଇ ଜିଲାପାଳ ଭବାନୀ ଶଙ୍କର ଚୟନିଙ୍କ ପକ୍ଷରୁ କୁହାଯାଇଛି ଯେ, ପ୍ରବାସୀଙ୍କୁ ସ୍ଥାନୀୟ ଶିଳ୍ପ ସଂସ୍ଥା ଏବଂ ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକରେ ନିଯୁକ୍ତି ଦେବାକୁ ଗୁରୁତ୍ୱ ଦିଆଯାଉଛି। ଏଦିଗରେ ନିଯୁକ୍ତିଦାତାଙ୍କ ସହଯୋଗ ଆଶା କରାଯାଉଛି। ଯେଉଁ ଶିଳ୍ପ ସଂସ୍ଥା ଏବଂ ବ୍ୟାବସାୟିକ ପ୍ରତିଷ୍ଠାନଗୁଡ଼ିକ ପ୍ରବାସୀ ଶ୍ରମିକଙ୍କୁ ନିଯୁକ୍ତି ଦେବାକୁ ଇଛୁକ ଅଛନ୍ତି, ସେମାନେ ଏ ନେଇ ଜିଲା ଶ୍ରମ ଅଧିକାରୀଙ୍କ ସହ ଯୋଗାଯୋଗ କରିପାରିବେ। ଆବଶ୍ୟକ କର୍ମଚାରୀଙ୍କ ସଂଖ୍ୟା ଏବଂ ଯୋଗ୍ୟତା ଉଲ୍ଲେଖ କରିବାକୁ ହେବ। ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସହାୟତା ଯୋଗାଇ ଦିଆଯିବ ବୋଲି ଜିଲାପାଳ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ସ୍କୁଲ ବସ୍‌ ଧକ୍କାରେ ୧୦୮ ଚାଲିଗଲା ଆମ୍ବୁଲାନ୍ସ ଚାଳକଙ୍କ ଜୀବନ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି-ଅମ୍ବାଭୋନା ରାସ୍ତା ତରାଜୁଙ୍ଗା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସମ୍ମୁଖରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍କୁଲ ବସ୍ ଧକ୍କାରେ…

ରେଳମନ୍ତ୍ରୀଙ୍କୁ ଭେଟିଲେ MP ପ୍ରଦୀପ ପୁରୋହିତ: ବରଗଡ଼-ଝାରସୁଗୁଡ଼ା ପାଇଁ ୪ ନୂତନ ଟ୍ରେନ୍ ଚଳାଚଳ ପାଇଁ ଦେଲେ ପ୍ରସ୍ତାବ

ବରଗଡ଼,୩୦।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଲୋକସଭା କ୍ଷେତ୍ର ଅନ୍ତର୍ଗତ ବରଗଡ଼ ଓ ଝାରସୁଗୁଡ଼ା ଜିଲାରେ ରେଳସେବାର ବ୍ୟାପକ ବିକାଶ, ଯାତ୍ରୀ ସୁବିଧା ବୃଦ୍ଧି ଏବଂ ନୂତନ ଟ୍ରେନ୍ ସେବା…

‘ମାନବ ଚାଲାଣ ରୋକିବା ପାଇଁ ସମସ୍ତଙ୍କ ସହଯୋଗ ଜରୁରୀ’

ଭଞ୍ଜନଗର,୩୦।୭ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ଗୁରୁବାର ବିଶ୍ୱ ମାନବ ଚାଲାଣ ବିରୋଧୀ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ମାନବ…

ଜମିରୁ ଫେରିବା ବେଳେ ଚାଷୀଙ୍କୁ ଦନ୍ତା ଆକ୍ରମଣ: ଉଜୁଡ଼ିଲା ସଂସାର, ଘର ଚଳାଇବା କଷ୍ଟକର

ଜି.ଉଦୟଗିରି,୩୦।୭ (ଚିନ୍ମୟ କୁମାର ସେଠି): କନ୍ଧମାଳ ଜିଲା ଜି.ଉଦୟଗିରି ବନାଞ୍ଚଳ ଅନ୍ତର୍ଗତ ଡଙ୍ଗାଏଜୁ ଗ୍ରାମର ସିରାପାଦେରୀ ନିକଟରେ ଦନ୍ତାହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। କିଛି…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ଅସହାୟଙ୍କ ପାଇଁ ସାହା ହେଲା ବିନ୍ଦୁମିନା ସେବା ଫାଉଣ୍ଡେଶନ: ବର୍ଷା ବିପନ୍ନଙ୍କୁ ମାଗଣା ରାଶନ ଓ ଶୁଖିଲା ଖାଦ୍ୟ ବଣ୍ଟନ

ଭବାନୀପାଟଣା/ଗୋଲାମୁଣ୍ଡା,୩୦।୭(ଉତ୍ତମ କୁମାର ଦାଶ/ବଟକୃଷ୍ଣ ପଣ୍ଡା): କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକରେ ପ୍ରବଳ ବର୍ଷା ଯାହାକି ଜରୁରୀକାଳୀନ ପରିସ୍ଥିତି ସୃଷ୍ଟି କରିଛି, ସେହି ସମୟରେ ବିପନ୍ନଙ୍କ ପାଇଁ ଦେବଦୂତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri